ETV Bharat / state

ଭବାନୀପାଟଣାରେ ଜାତୀୟ ସାମ୍ବାଦିକ ଦିବସ ପାଳିତ

author img

By

Published : Nov 17, 2020, 10:01 PM IST

ଭବାନୀପାଟଣାରେ କଳାହାଣ୍ଡି ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ଜାତୀୟ ସାମ୍ବାଦିକତା ଦିବସ ପାଳିତ ହୋଇଯାଇଛି। ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଅଧିକ ପଢ଼ନ୍ତୁ...

ଭବାନୀପାଟଣାରେ ଜାତୀୟ ସାମ୍ବାଦିକ ଦିବସ ପାଳିତ
ଭବାନୀପାଟଣାରେ ଜାତୀୟ ସାମ୍ବାଦିକ ଦିବସ ପାଳିତ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ଜାତୀୟ ସାମ୍ବାଦିକତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ସମ୍ବାଦ ସଂଗ୍ରହ ବେଳେ କୋରୋନା ଭାଇରସ ସଂକ୍ରମିତ ହୋଇ ପ୍ରାଣ ହରାଇଥିବା ସାମ୍ବାଦିକଙ୍କୁ ଶ୍ରଦ୍ଧାଞ୍ଜଳୀ ଦିଆଯାଇଛି । ସାମ୍ବାଦିକଙ୍କ ପାଇଁ କିଛି ସମୟ ନୀରବ ପ୍ରାର୍ଥନା ସହ ତାଙ୍କର ଅମର ଆତ୍ମାର ସଦଗତି କାମନା କରାଯାଇଥିଲା ।

ଏହି ଅବସରରେ ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କ ସୁରକ୍ଷାକୁ ନେଇ ଆଲୋଚନା ହୋଇଥିଲା । ସାମ୍ବାଦିକମାନଙ୍କ ସୁରକ୍ଷା ପାଇଁ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ କରିବାକୁ ଉପସ୍ଥିତ ବରିଷ୍ଠ ସାମ୍ବାଦିକ ଓ ସମ୍ମାନୀତ ଅତିଥି ଦାବି କରିଥିଲେ । କାର୍ଯ୍ୟକ୍ରମରେ ଇଟିଭି ଭାରତ କଳାହାଣ୍ଡି ଜିଲ୍ଲା ପ୍ରତିନିଧି ଅଜିତ କୁମାର ସିଂଙ୍କୁ ଶ୍ରେଷ୍ଠ ସାମ୍ବାଦିକ ଭାବରେ ସମ୍ମାନୀତ କରାଯାଇଥିବା ବେଳେ ୭ ଜଣ ସାମ୍ବାଦିକଙ୍କୁ କୋରୋନା ଯୋଦ୍ଧା ଭାବେ ସମ୍ମାନୀତ କରାଯାଇଥିଲା ।

ଭବାନୀପାଟଣାରେ ଜାତୀୟ ସାମ୍ବାଦିକ ଦିବସ ପାଳିତ

ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ନମିତା ରାଣୀ ସାହୁ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ । ଏହାସହ ବରିଷ୍ଠ ସାମ୍ବାଦିକ ଉମା ଶଙ୍କର କର ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇଥିଲେ।

କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.