ETV Bharat / state

କଳାହାଣ୍ଡିରେ ଡ୍ରାଇଭର ମହାସଂଘର ଷ୍ଟିୟରିଂ ଛାଡ଼ ଆନ୍ଦୋଳନ

author img

By

Published : Mar 15, 2023, 3:48 PM IST

driver association strike
driver association strike

୧୦ ଦଫା ଦାବି ନେଇ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିୟରିଂ ଛାଡ ଆନ୍ଦୋଳନର ଡାକରା ଦେଇଛି ଡ୍ରାଇଭର ଏକତା ମଞ୍ଚ । ଅଧିକ ପଢନ୍ତୁ

କଳାହାଣ୍ଡିରେ ଡ୍ରାଇଭର ମହାସଂଘର ଷ୍ଟିୟରିଂ ଛାଡ଼ ଆନ୍ଦୋଳନ

ଭବାନୀପାଟଣା: ଆଜିଠୁ ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଡାକରା ଦେଇଛି । ୧୦ ଦଫା ଦାବି ନେଇ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିୟରିଂ ଛାଡ ଆନ୍ଦୋଳନର ଡାକରା ଦେଇଛି ଡ୍ରାଇଭର ଏକତା ମଞ୍ଚ । ଯାହାର ପ୍ରଭାବ କଳାହାଣ୍ଡି ଜିଲ୍ଲାରେ ମଧ୍ୟ ଦେଖିବାକୁ ମିଳିଛି । ଜିଲ୍ଲାର ୧୩ ଗୋଟି ବ୍ଲକରେ ଡ୍ରାଇଭର ସଙ୍ଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରିବା ସହ ରାସ୍ତା ଅବରୋଧ ହୋଇଛି । ଏହାକୁ ନେଇ ଗତକାଲି କଳାହାଣ୍ଡି ଜିଲ୍ଲାପାଳ ଓ ଏସ୍‌ପିଙ୍କ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।

ଏହା ମଧ୍ୟ ପଢନ୍ତୁ-ଆଜିଠୁ ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିୟରିଂ ଛାଡ଼ ଆନ୍ଦୋଳନ

ଜାତୀୟ ରାଜପଥ ୨୬ ଓ ରାଜ୍ୟ ରାଜପଥ ୫୯ର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଆନ୍ଦୋଳନକାରୀମାନେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଷ୍ଟିୟରିଂ ଛାଡ଼ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ତେବେ ୧୦ ଗୋଟି ଦାବି ନେଇ ଦୀର୍ଘ ଦିନରୁ ଡ୍ରାଇଭର ସଂଘ ଆନ୍ଦୋଳନ କରିଥିବା ବେଳେ ସେଥି ମଧ୍ୟରୁ ୮ଟି ଦାବିକୁ ପୂରଣ ପାଇଁ ପଦକ୍ଷେପ ଗ୍ରହଣ କରାଯିବ ବୋଲି ରାଜ୍ୟ ସରକାରଙ୍କ ତରଫରୁ କୁହାଯାଇଥିଲା । ବିଶେଷକରି ଡ୍ରାଇଭରଙ୍କୁ ସାମାଜିକ ସୁରକ୍ଷା, ପେନସନ ବ୍ୟବସ୍ଥା, ଦୁର୍ଘଟଣା ଜନିତ କ୍ଷତିପୂରଣ, ଗାଡି ରହଣି ସ୍ଥଳରେ ମୌଳିକ ସୁବିଧା ସୁଯୋଗ ଯୋଗାଇ ଦେବା ଭଳି ଅନେକ ସମସ୍ୟାକୁ ନେଇ ଦାବିପତ୍ର ପ୍ରଦାନ କରାଯାଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ପୂରଣ ହୋଇପାରି ନାହିଁ । ଯାହାକୁ ନେଇ ପୁଣି ଥରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିୟରିଂ ଛାଡ଼ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଗାଡି ଚାଳକ ।

ଏହା ମଧ୍ୟ ପଢନ୍ତୁ-Land For Job Case: ପତ୍ନୀ ରାବଡି ଦେବୀ ଓ ଝିଅ ସହିତ କୋର୍ଟରେ ହାଜର ହେଲେ ଲାଲୁ

ତେବେ ଜିଲ୍ଲାର ବାଦଳି ଛକ ନିକଟରେ ଡ୍ରାଇଭର ସଙ୍ଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରିବା ସହ ସମସ୍ତ ଘରୋଇ ବସ, ଟ୍ରକ, ମାଲବାହୀ ଗାଡିକୁ ଅଟକାଇ ଆନ୍ଦୋଳନ କରୁଥିବା ବେଳେ ଏହି ଆନ୍ଦୋଳନରୁ ସମସ୍ତ ଜରୁରୀକାଳୀନ ସେବାକୁ ବାଦ ଦିଆଯାଇଥିବା ବେଳେ ବିଶେଷ କରି ଛାତ୍ରଛାତ୍ରୀଙ୍କ ପରୀକ୍ଷାକୁ ଦୃଷ୍ଟିରେ ରଖି ସ୍କୁଲ ବସକୁ ମଧ୍ୟ ବାଦ ଦିଆଯାଇଛି । ସେପଟେ ସୁରକ୍ଷା ଦୃଷ୍ଟିରୁ ଜିଲ୍ଲାର ସମସ୍ତ ଛକ ଓ ରାସ୍ତାରେ ପୋଲିସ ଫୋର୍ସ ମୁତୟନ କରାଯାଇଛି । ବର୍ତ୍ତମାନ ସୁଦ୍ଧା ଶାନ୍ତିଶୃଙ୍ଖଳାର ସହ ଆନ୍ଦୋଳନ ଚାଲିଥିବା ଦେଖିବାକୁ ମିଳିଛି । ପ୍ରାୟ ସମସ୍ତ ଜିଲ୍ଲାରେ ଆଜି ଡ୍ରାଇଭର ସଂଘ ପକ୍ଷରୁ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ କରାଯାଉଛି ।

ଇଟିଭି ଭାରତ, କଳାହାଣ୍ଡି

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.