ETV Bharat / state

ବାଲି ବୋଝେଇ ଟ୍ରାକ୍ଟର ଓଲଟି ଜଣେ ମୃତ, ଜଣେ ଗୁରୁତର

author img

By

Published : May 29, 2021, 10:39 PM IST

one-person-was-dead-when-the-tractor-overturned-in-kalahandi
ବାଲି ବୋଝେଇ ଟ୍ରାକ୍ଟର ଓଲଟି ଜଣେ ମୃତ, ଜଣେ ଗୁରୁତର

ଏକ ବାଲି ବୋଝେଇ ଟ୍ରାକ୍ଟର ଓଲଟି ଜଣେ ଶ୍ରମିକଙ୍କ ମୁତ୍ୟୁ । ଏଥିସହିତ ସମ୍ପୃକ୍ତ ଟ୍ରାକ୍ଟର ଡ୍ରାଇଭର ଗୁରୁତର ଅବସ୍ଥାରେ ଜୟପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି । ଅଧିକ ପଢନ୍ତୁ...

ଭବାନୀପାଟଣା: ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ଉଛଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାଘଝୋଲା ଗାଁ ନିକଟରେ ଏକ ବାଲି ବୋଝେଇ ଟ୍ରାକ୍ଟର ଓଲଟି ଜଣେ ଶ୍ରମିକଙ୍କ ମୁତ୍ୟୁ । ଏଥିସହିତ ସମ୍ପୃକ୍ତ ଟ୍ରାକ୍ଟର ଡ୍ରାଇଭର ଗୁରୁତର ଅବସ୍ଥାରେ ଜୟପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି ।

ସୂଚନା ଅନୁଯାୟୀ, ସନ୍ଧ୍ୟା ସମୟରେ ବାଘଝୋଲା ଗାଁ ନିକଟରେ ଥିବା କମଳ ନଦୀରୁ ବାଲି ଟ୍ରାକ୍ଟର ଯୋଗେ ଅଣାଯାଉଥିଲା । କିନ୍ତୁ ଦୁର୍ଭାଗ୍ୟ ବଶତଃ ବାଘଝୋଲା ନିକଟରେ ଟ୍ରାକ୍ଟରଟି ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା ।

ଏଥିରେ ଶ୍ରମିକ ଖିରସିନ୍ଧୁ ରାଉତଙ୍କ ମୃତ ହୋଇଥିବାବେଳେ ଡ୍ରାଇଭର ଖିତିରାମ ରଣା ଗୁରୁତର ଆହତ ହୋଇଛନ୍ତି । ଖବରପାଇ ଘଟଣାସ୍ଥଳରେ ଜୟପାଟଣା ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଏନେଇ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.