ETV Bharat / state

ମାଆ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପାଇଁ ପୋଲିସ ପ୍ରଶାସନର ପ୍ରସ୍ତୁତି

author img

By ETV Bharat Odisha Team

Published : Oct 14, 2023, 12:07 PM IST

ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ କଳାହାଣ୍ଡିରେ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି
ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ କଳାହାଣ୍ଡିରେ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି

ମାଆ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ କଳାହାଣ୍ଡିରେ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି ପର୍ବ । ଶାନ୍ତି ଶୃଙ୍ଖଳାର ସହ ଯାତ୍ରା ଅନୁଷ୍ଠିତ ନେଇ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଗକୁ ପଢନ୍ତୁ

ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ କଳାହାଣ୍ଡିରେ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି

କଳାହାଣ୍ଡି: ଆସନ୍ତା 22 ତାରିଖରୁ ଅନୁଷ୍ଠିତ ହେବାକୁ ଯାଉଛି ମାଆ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । ଏନେଇ କଳାକାରଙ୍କ ଠାରୁ ନେଇ ଜିଲ୍ଲାବାସୀଙ୍କ ମନରେ ଉତ୍ସାହ ଭରି ରହିଛି । ଅନ୍ୟପଟେ କିପରି ଶାନ୍ତି ଶୃଙ୍ଖଳାର ସହ ଯାତ୍ରା ଅନୁଷ୍ଠିତ ହେବ ସେନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ରହିଛି । ଚଳିତ ବର୍ଷ ଛତର ଯାତ୍ରା ସୁରକ୍ଷା ବ୍ୟବସ୍ଥା ପାଇଁ ୨୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବା ନେଇ ସୂଚନା ରହିଛି ।

ଏହାମଧ୍ୟ ପଢନ୍ତୁ..ବୌଦ୍ଧରେ କ୍ଷେତ୍ରପାଳିନୀଙ୍କ ଛତର ଯାତ୍ରା ଅନୁଷ୍ଠିତ

କଳାହାଣ୍ଡି ଜିଲ୍ଲାର ଆରାଧ୍ୟଦେବୀ ମାଆ ମାଣିକେଶ୍ବରୀଙ୍କ ଛତର ଯାତ୍ରା ବେଶ ପ୍ରସିଦ୍ଧ ଅଟେ । ଆସନ୍ତା 22ରୁ ଏହି ଯାତ୍ରା ଆରମ୍ଭ ହେବାକୁ ଯାଉଛି । ତେବେ ଏନେଇ କଳାକାରଙ୍କ ଠାରୁ ନେଇ ଜିଲ୍ଲାବାସୀଙ୍କ ମନରେ ଉତ୍ସାହ ଭରି ରହିଛି । ଅନ୍ୟପଟେ ଶାନ୍ତି ଶୃଙ୍ଖଳାର କିପରି ଯାତ୍ରା ହେବ ସେନେଇ ପ୍ରଶାସନ ପକ୍ଷରୁ ବି ଆରମ୍ଭ ହୋଇଯାଇଛି ପ୍ରସ୍ତୁତି । ଏହି ପରିପ୍ରକ୍ଷୀରେ ଆଜି (ଶନିବାର) ଜିଲ୍ଲା ପୋଲିସ ତଥା ଭବାନୀପାଟଣା ଟାଉନ ଥାନା ପକ୍ଷରୁ ଏକ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଥିଲା । କିଭଳି ଶାନ୍ତି ଶୃଙ୍ଖଳାର ସହ ଛତର ଯାତ୍ରା ଅନୁଷ୍ଠିତ ହେବ ସେନେଇ ଆଲୋଚନା ହୋଇଥିଲା । ସମସ୍ତଙ୍କ ଠାରୁ ମତ ନେବା ସହ ସମସ୍ତଙ୍କ ସହଯୋଗ କାମନା କରିଥିଲା ପୋଲିସ ।

ଚଳିତ ବର୍ଷ ଛତର ଯାତ୍ରା ସୁରକ୍ଷା ବ୍ୟବସ୍ଥା ପାଇଁ ୨୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ । କଳାହାଣ୍ଡିର ବୀର ବାଦ୍ୟ ଘୁମୁରା ସହ ୨୨ଟି ସାଂସ୍କୃତିକ ଦଳ ଚଳିତ ବର୍ଷ ଅଂଶଗ୍ରହଣ କରିବେ । ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଟ୍ରାଫିକ ସମସ୍ୟା ନିୟନ୍ତ୍ରଣ ଓ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା ପ୍ରତି ଦୃଷ୍ଟି ରଖାଯାଇଛି । ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କଡ଼ା କରାଯିବ ବୋଲି ଟାଉନ ଥାନା ଅଧିକାରୀ ସୂଚନା ଦେଇଛନ୍ତି ।

ଏହାମଧ୍ୟ ପଢନ୍ତୁ..ସମ୍ପନ୍ନ ହେଲା ମା ସୁନାଦେଇଙ୍କ ଛତର ଯାତ୍ରା, ଏଠାରେ ପଡିଥାଏ ବୋଦା ବଳି

ଅନ୍ୟପଟେ ଏହି ବୈଠକରେ ଟାଉନ ଥାନା ଅଧିକାରୀ ଜୟନ୍ତ କୁମାର ହିଆଲ, ପୌର ଅଧ୍ୟକ୍ଷା ସଂଯୁକ୍ତା ବେହେରା ପ୍ରମୁଖ ଯୋଗ ଦେଇଥିଲେ । କଳାହାଣ୍ଡି ଜିଲ୍ଲାର କଳାକାର ଓ ଗଣମାଧ୍ୟମ ପ୍ରତିନିଧି, ସମାଜସେବୀ ଓ ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତା ଓ ପୂଜା କମିଟି ସଭାପତିମାନେ ମଧ୍ୟ ଆଲୋଚନାରେ ସାମିଲ ହୋଇଥିଲେ ।

ତେବେ ମାଆଙ୍କ ରୀତିନୀତି ଅନୁଯାୟୀ ହଜାର ହଜାର ବର୍ଷ ଧରି ଏହି ଯାତ୍ରାକୁ ପାଳନ କରିଆସୁଛନ୍ତି କଳାହାଣ୍ଡିବାସୀ । ଏହି ଅବସରରେ ମାନସିକ ରଖିଥିବା ଶ୍ରଦ୍ଧାଳୁ ଦେବୀଙ୍କ ପାଖରେ ଅର୍ପଣ କରିଥାନ୍ତି କୁକୁଡ଼ା, ବୋଦା, ଛେଳି । ଏହାପରେ ରକ୍ତମୟ ହୋଇଯାଏ ଯାତ୍ରାସ୍ଥଳୀ । ରାସ୍ତାରେ ଭକ୍ତମାନେ ଧୂପ, ଦୀପ, ନୈବେଦ୍ୟ ଅର୍ପଣ କରିଥାନ୍ତି । ଏହାସହ ଶାନ୍ତିର ପ୍ରତୀକ ଭାବେ ଶହ ଶହ ପାରାକୁ ଦେବୀଙ୍କ ଛତର ଉପରେ ଉଡ଼ାଇବାର ପରମ୍ପରା ଦେଖିବାକୁ ମିଳେ ।

ଇଟିଭି ଭାରତ, କଳାହାଣ୍ଡି

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.