ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

author img

By

Published : Sep 17, 2021, 9:34 PM IST

unknown hanging dead body rescue in bhabanipatna

ଭବାନୀପାଟଣା ସହର ନିକଟରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ ସମ୍ମୁଖ ଏକ ଗଛରୁ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ । ଅଧିକ ପଢନ୍ତୁ...

ଭବାନୀପାଟଣା: ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ସହର ନିକଟରୁ ଉଦ୍ଧାର ହୋଇଥିବା ଜଣାପଡିଛି। କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହର ନିକଟରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ ସମ୍ମୁଖ ଏକ ଗଛରୁ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ ।

ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସୂଚନା ଅନୁଯାୟୀ କେନ୍ଦ୍ରୀୟ ବିଦ୍ୟାଳୟ ସମ୍ମୁଖରେ ମୃତଦେହ ଦେଖି ଲୋକେ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ଭବାନୀପାଟଣା ଟାଉନ ଥାନା ପୋଲିସ ଓ ସାଇନଟିଫିକ ଟିମ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ସେପଟେ ବର୍ତ୍ତମାନ ସୁଦ୍ଧା ମୃତ ଯୁବକଙ୍କ ପରିଚୟ ମିଳିପାରିନଥିବା ପୋଲିସ ପ୍ରକାଶ କରିଛି ।

କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.