ETV Bharat / state

ପୂର୍ବତନ ସରପଞ୍ଚଙ୍କୁ ନିର୍ମମ ହତ୍ୟା

author img

By

Published : Jul 27, 2020, 3:25 AM IST

ପୂର୍ବତନ ସରପଞ୍ଚଙ୍କୁ ନିର୍ମମ ହତ୍ୟା
ପୂର୍ବତନ ସରପଞ୍ଚଙ୍କୁ ନିର୍ମମ ହତ୍ୟା

କନ୍ଧମାଳ ଜିଲ୍ଲା କ.ନୂଆଗାଁ ବ୍ଲକ ସାରଙ୍ଗଡ଼ ଥାନା ଅଞ୍ଚଳରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପୂର୍ବତନ ସରପଞ୍ଚଙ୍କୁ ହତ୍ୟା । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ହତ୍ୟାକାରୀଙ୍କୁ ଗିରଫି ତଦନ୍ତ ଆରମ୍ଭ କରିଛି । ଅଧିକ ପଢନ୍ତୁ...

ଫୁଲବାଣି:ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପୂର୍ବତନ ସରପଞ୍ଚଙ୍କୁ ହତ୍ୟା । କନ୍ଧମାଳ ଜିଲ୍ଲା କ.ନୂଆଗାଁ ବ୍ଲକ ସାରଙ୍ଗଡ଼ ଥାନା ଅନ୍ତର୍ଗତ ବିଶୋଇ ସାହି ରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି | ହତ୍ୟାକାରୀ ଫେରାର ହୋଇଯାଇଛି ।

ପୂର୍ବତନ ସରପଞ୍ଚଙ୍କୁ ନିର୍ମମ ହତ୍ୟା

ସୂଚନା ଅନୁଯାୟୀ କନ୍ଧମାଳ ଜିଲ୍ଲା କ.ନୂଆଗାଁ ବ୍ଲକ ସାରଙ୍ଗଡ଼ ଥାନା ଅନ୍ତର୍ଗତ ବିଶୋଇ ସାହି ରେ ପୂର୍ବତନ ସରପଞ୍ଚ ବ୍ରଜରାଜ ବିଶୋଇ( 65)ଙ୍କୁ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା କରିଛନ୍ତି । ସରପଞ୍ଚଙ୍କୁ କୁରାଢ଼ୀରେ ହାଣି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି | ହତ୍ୟାକାରୀ ଜଣକ ପଡୋଶୀ ଡେପୁଟି ବିଶୋଇ ବୋଲି ଜଣାପଡିଛି |

ହତ୍ୟା ଅଭିଯୁକ୍ତ ନିଜ ଘର ପାଖରେ ଟାଙ୍ଗୀଆରେ ହାଣି ଦେଇଥିଲା । ଗୁରୁତର ଅବସ୍ଥାରେ ସାରଙ୍ଗଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ହତ୍ୟାକାରୀ ଜଣକ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବାରୁ ସାରଙ୍ଗଡ଼ ପୋଲିସ ତଦନ୍ତ ଆରମ୍ଭ କରିଛି ।

କନ୍ଧମାଳରୁ ସଦାଶିବ ପାତ୍ର,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.