ମହିଳା ପୋଲିସ ଏସଆଇଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

author img

By

Published : Aug 27, 2022, 10:18 PM IST

ମହିଳା ପୋଲିସ ଏସଆଇଙ୍କ ଆତ୍ମହତ୍ୟା

କନ୍ଧମାଳର ଜି ଉଦୟଗିରି ଥାନାରେ କାର୍ଯ୍ୟରତ ମହିଳା ପୋଲିସ ଏସଆଇଙ୍କ ଆତ୍ମହତ୍ୟା । ଏସଆଇ ସ୍ବାଗତିକା ବେହେରାଙ୍କ ସରକାରୀ ବାସଭବନରୁ ଝୁଲନ୍ତା ମୃତଦେହ ଉଦ୍ଧାର । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ । ଅଧିକ ପଢ଼ନ୍ତୁ

ଫୁଲବାଣୀ: ମହିଳା ପୋଲିସ ଏସଆଇଙ୍କ ଆତ୍ମହତ୍ୟା । କନ୍ଧମାଳ ଜିଲ୍ଲା ଜି ଉଦୟଗିରି ଥାନାରେ କାର୍ଯ୍ୟରତ ପୋଲିସ ଏସଆଇ ସ୍ବାଗତିକା ବେହେରା ନିଜ ବେକରେ ଓଢ଼ଣୀ ଲଗେଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ସେ ରହୁଥିବା ସରକାରୀ ବାସଭବନରୁ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର ହୋଇଥିବା ବେଳେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି ।

ମହିଳା ପୋଲିସ ଏସଆଇଙ୍କ ଆତ୍ମହତ୍ୟା

କନ୍ଧମାଳର ଜି ଉଦୟଗିରି ଥାନାରେ ଏସଆଇ ଭାବରେ କାର୍ଯ୍ୟରତ ଥିଲେ ସ୍ବାଗତିକା ବେହେରା । ତେବେ ଆଜି (ଶନିବାର) ସେ ରହୁଥିବା ସରକାରୀ ବାସଭବନରେ ତାଙ୍କର ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା । ଖବର ପାଇ ଘଟଣାସ୍ଥଳରେ ଆଇଆଇସି ରେବତୀ ଶବର, ଏସଡିପିଓ ଡି ତିରୁପତି ରାଓ ପଟ୍ଟନାୟକ ଏବଂ ଅନ୍ୟ ପୋଲିସ କର୍ମଚାରୀ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ । ଏହା ସହିତ ମୃତଦେହ ବ୍ୟବଚ୍ଛେଦ ପାଇଁ ଘୁ.ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଯାଇଛି ।

ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ନଥିବାବେଳେ କେଉଁ କାରଣରୁ ମହିଳା ପୋଲିସ ଏସଆଇ ଆତ୍ମହତ୍ୟା କରିଛନ୍ତି ତାହା ସନ୍ଦେହ ଘେରରେ ରହିଛି ।

ଅନ୍ୟପଟେ ମହିଳା ପୋଲିସ ଏସଆଇଙ୍କ ଆତ୍ମହତ୍ୟା ଘଟଣା ସାରା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ମୃତ ଏସଆଇ ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଅଞ୍ଚଳର ବୋଲି ସୂଚନା ମିଳିଛି । ପରିବାର ଲୋକେ ଜି ଉଦୟଗିରି ପହଞ୍ଚିଲେ ମୃତଦେହ ବ୍ୟବଚ୍ଛେଦ ହେବ । ଅତ୍ୟଧିକ କାର୍ଯ୍ୟଭାର ଯୋଗୁଁ ଏପରି ସେ ଏଭଳି ପଦକ୍ଷେପ ନେଇଥିବା ସାଧାରଣରେ ଚର୍ଚ୍ଚା ହେଉଛି ।

ଇଟିଭି ଭାରତ, କନ୍ଧମାଳ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.