ETV Bharat / state

ତେଲକୋଇରେ ମାତିଲେ ଭାଲୁ, ଆକ୍ରମଣରେ ଜଣେ ଗୁରୁତର

author img

By

Published : Mar 27, 2021, 12:04 PM IST

ଭାଲୁ ଆକ୍ରମଣରେ ଜଣେ ଗୁରୁତର
ଭାଲୁ ଆକ୍ରମଣରେ ଜଣେ ଗୁରୁତର

ତେଲକୋଇ ବନାଞ୍ଚଳ ଅନ୍ତର୍ଗତ ବେନା ଗାଁରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର । ତେବେ ଗୁରୁତରଙ୍କୁ କେନ୍ଦୁଝର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଅଧିକ ପଢନ୍ତୁ...

କେନ୍ଦୁଝର: ତେଲକୋଇ ବନାଞ୍ଚଳ ଅନ୍ତର୍ଗତ ବେନା ଗାଁରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର । ତେବେ ଗୁରୁତରଙ୍କୁ କେନ୍ଦୁଝର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆଜି(ଶନିବାର) ସକାଳୁ ବେନା ଗାଁର ସୁକୁଟୁ ବିଶ୍ବାଳ, ନାଳକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ଭାଲୁଟି ସୁକୁଟୁଙ୍କୁ ଆକ୍ରମଣ କରିଥିଲା ।

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ପ୍ରଥମେ ତାଙ୍କୁ ଗୁରୁତର ଅବସ୍ଥାରେ ତେଲକୋଇ ଡାକ୍ତରଖାନା ଓ ପରେ କେନ୍ଦୁଝର ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ବର୍ତ୍ତମାନ ତାଙ୍କ ଅବସ୍ଥା ଭଲ ଥିବା ଜଣାପଡିଛି ।

କେନ୍ଦୁଝରରୁ ସନ୍ତୋଷ କୁମାର ମହାପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.