ETV Bharat / state

ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ କେନ୍ଦୁଝର ଗସ୍ତ

author img

By

Published : Feb 7, 2020, 8:50 PM IST

aditional-chief-secratary-visit-keojhar-and-review-different-development-programme
ଅତିରିକ୍ତ ମୁଖ୍ୟ ଶାସନ ସଚିବ କେନ୍ଦୁଝର ଗସ୍ତ

ଉନ୍ନୟନ କମିଶନର ତଥା ଅତିରିକ୍ତ ଶାସନ ସଚିବ ସୁରେଶ ମହାପାତ୍ର କେନ୍ଦୁଝର ଜିଲ୍ଲାରେ ଦିନିକିଆ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଖଣି ପ୍ରଭାବିତ ଅଞ୍ଚଳରେ ମନ୍ଥର କାର୍ଯ୍ୟକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି । ଅଧିକ ପଢନ୍ତୁ...

କେନ୍ଦୁଝର: ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ଅତିରିକ୍ତ ମୁଖ୍ୟ ଶାସନ ସଚିବ । କେନ୍ଦୁଝର ଜିଲ୍ଲାପାଳଙ୍କ ଦରବାର ହଲ ଠାରେ ଦିନିକିଆ ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ।

ଅତିରିକ୍ତ ମୁଖ୍ୟ ଶାସନ ସଚିବ କେନ୍ଦୁଝର ଗସ୍ତ

ଶୁକ୍ରବାର ଉନ୍ନୟନ କମିଶନର ତଥା ଅତିରିକ୍ତ ଶାସନ ସଚିବ ସୁରେଶ ମହାପାତ୍ର କେନ୍ଦୁଝର ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ଜିଲ୍ଲା ଖଣିଜ ପାଣ୍ଠି ଅର୍ଥରେ ବିଭିନ୍ନ ବିଭାଗୀୟ ପ୍ରକଳ୍ପର ସ୍ଥିତି ଓ ଅଗ୍ରଗତିର ସମୀକ୍ଷା କରିଛନ୍ତି ଏବଂ ଯଥାଶୀଘ୍ର କାର୍ଯ୍ୟ ସମ୍ପାଦନ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଏହା ସହ ଖଣି ପ୍ରଭାବିତ ଅଞ୍ଚଳରେ ପୂର୍ତ୍ତ ବିଭାଗ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ଵାରା କାର୍ଯ୍ୟର ମନ୍ଥର ଗତିକୁ ନେଇ କ୍ଷୋଭ ପ୍ରକାଶ କରିବା ସହ ଶୀଘ୍ର କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

ଏହା ସହ ଉନ୍ନୟନ କମିଶନର ଜିଲ୍ଲାର ଶିକ୍ଷା, ସ୍ବାସ୍ଥ୍ୟ ଆଦି ବିଭାଗର ମଧ୍ୟ ତର୍ଜମା କରିଥିଲେ । ଏହି ଗସ୍ତ ସମୟରେ କମିଶନର ସ୍ଥାନୀୟ ଡିଏନ ହାଇସ୍କୁଲରେ ନୂତନ ଛାତ୍ର ନିବାସର ଶିଳାନ୍ୟାସ ମଧ୍ୟ କରିଥିଲେ ।

କେନ୍ଦୁଝରରୁ ସନ୍ତୋଷ କୁମାର ମହାପାତ୍ର, ଇଟିଭି ଭାରତ

Intro:ସ୍ଲଗ- ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ଅତିରିକ୍ତ ମୁଖ୍ୟ ଶାସନ ସଚିବBody:ଆଙ୍କର- ସ୍ଥାନୀୟ ଜିଲ୍ଲାପାଳଙ୍କ ଦରବାର ହଲ ଠାରେ ଦିନିକିଆ ଗ୍ରସ୍ତରେ ଆସି ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି ଉନ୍ନୟନ କମିଶନର ତଥା ଅତିରିକ୍ତ ଶାସନ ସଚିବ ସୁରେଶ ମହାପାତ୍ର । ଶାସନ ସଚିବ କେନ୍ଦୁଝର ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ଜିଲ୍ଲା ଖଣିଜ ପାଣ୍ଠି ଅର୍ଥରେ ବିଭିନ୍ନ ବିଭାଗୀୟ ପ୍ରକଳ୍ପର ସ୍ଥିତି ଓ ଅଗ୍ରଗତି ର ସମୀକ୍ଷା କରିବା ସହ ଯଥାଶୀଘ୍ର କାର୍ଯ୍ୟ ସମ୍ପାଦନ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଏହା ସହ ଖଣି ପ୍ରଭାବିତ ଅଞ୍ଚଳରେ ପୂର୍ତ୍ତ ବିଭାଗ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ଵାରା କାର୍ଯ୍ୟର ମଂଥର ଗତିକୁ ନେଇ କ୍ଷୋବ ପ୍ରକାଶ କରିବା ସହ ଶୀଘ୍ର କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଉନ୍ନୟନ କମିଶନର ଜିଲାର ଶିକ୍ଷା, ସ୍ୱାସ୍ଥ୍ୟ ଆଦି ବିଭାଗ ର ମଧ୍ୟ ତର୍ଜମା କରିଥିଲେ । ଦିନିକିଆ ଏହି ଗ୍ରସ୍ତ ରେ କମିଶନର ସ୍ଥାନୀୟ ଡି ଏନ ହାଇସ୍କୁଲରେ ନୂତନ ଛାତ୍ର ନିବାସ ର ଶିଳାନ୍ୟାସ ମଧ୍ୟ କରିଥିଲେ ।Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.