ETV Bharat / state

DD college upgraded to university: କେନ୍ଦୁଝରକୁ ଭେଟି, ଡିଡି କଲେଜ ହେଲା ବିଶ୍ବବିଦ୍ୟାଳୟ

author img

By

Published : Feb 12, 2023, 9:36 AM IST

Updated : Feb 12, 2023, 9:48 AM IST

କେନ୍ଦୁଝରକୁ ମୁଖ୍ୟମନ୍ତ୍ରୀଙ୍କ ଭେଟି । କେନ୍ଦୁଝର ଜିଲ୍ଲାର ଧରଣୀଧର ସ୍ବୟଂଶାସିତ କଲେଜ ହେଲା ବିଶ୍ବବିଦ୍ୟାଳୟ । ଅଧିକ ପଢ଼ନ୍ତୁ

କେନ୍ଦୁଝର ଡିଡି କଲେଜ
keonjhar dd college

ଭୁବନେଶ୍ବର: କେନ୍ଦୁଝର ଜିଲ୍ଲାର ଧରଣୀଧର ସ୍ବୟଂଶାସିତ କଲେଜ ହେଲା ବିଶ୍ବବିଦ୍ୟାଳୟ । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଦୀର୍ଘ ଦିନ ଧରି ଧରଣୀଧର ସ୍ବୟଂଶାସିତ କଲେଜକୁ ବିଶ୍ବବିଦ୍ୟାଳୟ ମାନ୍ୟତା ଦାବି କରି ଆସୁଥିଲେ କେନ୍ଦୁଝରବାସୀ । ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଧରଣୀଧର ସ୍ବୟଂଶାସିତ କଲେଜକୁ ବିଶ୍ବବିଦ୍ୟାଳୟ ଭାବେ ଘୋଷଣା କରାଯାଇଛି । ଆସନ୍ତାକାଲି କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।


1957 ମସିହାରେ କେନ୍ଦଝର ଜିଲ୍ଲାରେ ଧରଣୀଧର ମହାବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା । ମହାବିଦ୍ୟାଳୟ ପ୍ରତିଷ୍ଠା ପର ଠାରୁ ଏଠାରେ ହଜାର ହଜାର ଛାତ୍ରଛାତ୍ରୀ ପାଠ ପଢ଼ି ବିଭିନ୍ନ ଉଚ୍ଚ ପଦପଦବୀରେ ଅବସ୍ଥାପିତ ହୋଇଛନ୍ତି । ଏହି ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟ ଘୋଷଣା କରିବାକୁ ବିଭିନ୍ନ ସମୟରେ ଦାବି ହୋଇ ଆସୁଥିଲା । ଦୀର୍ଘର ଦିନର ଦାବି ପୂରଣ ହେବା ପରେ କେନ୍ଦୁଝରବାସୀ ଖୁସି ବ୍ୟକ୍ତ କରିଛନ୍ତି ।

ଏହା ମଧ୍ୟ ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଜୟପୁର ବିକ୍ରମଦେବ କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା

ସୂଚନା ଥାଉକି, କିଛିଦିନ ପୂର୍ବରୁ ଜୟପୁର ବିକ୍ରମଦେବ କଲେଜକୁ ବିଶ୍ବବିଦ୍ୟାଳୟ ମାନ୍ୟତା ଦିଆଯାଇଛି । ଜୟପୁରର ପ୍ରସିଦ୍ଧ ଉଚ୍ଚ ଶିକ୍ଷାନୁଷ୍ଠାନ ବିକ୍ରମଦେବ ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଅବିଭକ୍ତ କୋରାପୁଟ ଜିଲ୍ଲାର ବୁଦ୍ଧିଜୀବୀ ତଥା ଛାତ୍ରଛାତ୍ରୀ ମାନଙ୍କର ବହୁ ଦିନର ଦାବି ପୂରଣ ହୋଇଥିବା ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଥିଲେ ।

ଏହା ମଧ୍ୟ ପଢ଼ନ୍ତୁ: ନବ ଦାସ ହତ୍ୟା ଘଟଣା, ରାଜନୀତିକରଣ ନକରନ୍ତୁ କେନ୍ଦ୍ରମନ୍ତ୍ରୀଙ୍କୁ କହିଲା ବିଜେଡି

ବିକ୍ରମ ଦେବ ମହାବିଦ୍ୟାଳୟ ଅବିଭକ୍ତ କୋରାପୁଟ ଜିଲ୍ଲାର ଉଚ୍ଚଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଆସିଛି । ଚଳିତ ବର୍ଷ ଏହି ମହାବିଦ୍ୟାଳୟ ତାର ୭୫ ବର୍ଷ ପୂର୍ତ୍ତି ପାଳନ କରିଛି । ବିକ୍ରମଦେବ ମହାବିଦ୍ୟାଳୟ ୧୯୪୭ ମସିହାରେ ସ୍ଥାପିତ ହୋଇଥିଲା । ଏହି ମହାବିଦ୍ୟାଳୟରେ ଏବେ ୧୬ଟି ପିଜି, 17ଟି ୟୁଜି ସମେତ BBA, BCA, ଓ B.ED ପାଠ୍ୟକ୍ରମ ଜାରି ରହିଛି ।

ବର୍ତ୍ତମାନ ଏହି କଲେଜରେ ଚାରି ହଜାରରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଏଠାରେ ଅଧ୍ୟୟନ କରୁଛନ୍ତି । ଅବିଭକ୍ତ କୋରାପୁଟ ଜିଲ୍ଲାର ସମସ୍ତ କଲେଜ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସହ ଅନୁବନ୍ଧିତ ହୋଇଛି । ବର୍ତ୍ତମାନ ଏହି ନୂଆ ବିଶ୍ୱବିଦ୍ୟାଳୟ ହେବା ଦ୍ଵାରା କୋରାପୁଟ, ରାୟଗଡା ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାର ହାଜର ହଜାର ଛାତ୍ରଛାତ୍ରୀ ଉପକୃତ ହେବେ । ଦକ୍ଷିଣ ଓଡିଶାରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ଏହା ଏକ ମାଇଲ ଷ୍ଟୋନ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

Last Updated :Feb 12, 2023, 9:48 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.