ETV Bharat / state

5T School Transformation; ଚତୁର୍ଥ ଦିନରେ ୫ ଜିଲ୍ଲାର ୩୫୯ ସ୍କୁଲ ଲୋକାର୍ପିତ

author img

By

Published : May 4, 2023, 10:42 PM IST

Etv Bharat
Etv Bharat

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ବିଧାୟକଗଣ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଛାତ୍ରଛାତ୍ରୀଙ୍କ ସଫଳତା ହେଉଛି ଓଡିଶାର ସଫଳତା । ୫ଟି ସ୍କୁଲ ଗୁଡିକରେ ପିଲାମାନଙ୍କୁ ସବୁ ପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି । ଅଧିକ ପଢନ୍ତୁ

ଭୁବନେଶ୍ବର: ୫ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ଚତୁର୍ଥ ଦିନରେ ଆଜି ୫ଟି ଜିଲ୍ଲାର ୩୫୯ ଟି ରୂପାନ୍ତରିତ ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି । ଏଥିରେ ଭଦ୍ରକର ୧୨୪ଟି, କନ୍ଧମାଳର ୭୭ଟି, ଢେଙ୍କାନାଳର ୩୫ଟି, ଗଜପତିର ୮୦ଟି ଏବଂ ସୁବର୍ଣ୍ଣପୁର ଜିଲ୍ଲାର ୪୩ଟି ହାଇସ୍କୁଲ ଅନ୍ତର୍ଭୁକ୍ତ । ଏହାଦ୍ବାରା ତୃତୀୟ ପର୍ଯ୍ୟାୟରେ ଚତୁର୍ଥ ଦିନରେ ସମୁଦାୟ ୧୪୯୩ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହୋଇଛି । ଗତ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ଟି ସ୍କୁଲ ରୂପାନ୍ତରିତ ହୋଇଛି । ତିନୋଟି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬୧୩୨ଟି ସ୍କୁଲ ରୂପାନ୍ତରିତ ହେବ ।

ଏହାବି ପଢନ୍ତୁ- ଆଟ୍ରୋସିଟି ମାମଲା ବଢୁଥିବାରୁ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ବିଧାୟକଗଣ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଛାତ୍ରଛାତ୍ରୀଙ୍କ ସଫଳତା ହେଉଛି ଓଡିଶାର ସଫଳତା । ୫ଟି ସ୍କୁଲ ଗୁଡିକରେ ପିଲାମାନଙ୍କୁ ସବୁ ପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି । ପିଲାମାନେ ଏହାର ସୁଯୋଗ ନେଇ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିପାରିଲେ, ସେମାନଙ୍କ ନିଜର ଓ ପରିବାରର ଗୌରବ ବୃଦ୍ଧି ହେବ । ଏହା ସହିତ ସାରା ଓଡିଶାର ଗୌରବ ବୃଦ୍ଧି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

କାର୍ଯ୍ୟକ୍ରମରେ ଭଦ୍ରକ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ତଥା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ, କନ୍ଧମାଳ ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ, ଢେଙ୍କାନାଳ ସାଂସଦ ମହେଶ ସାହୁ, ଗଜପତିରେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ଏବଂ ସୁବର୍ଣ୍ଣପୁରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପ୍ରମୁଖ ସେମାନଙ୍କ ମତାମତ ରଖିଛନ୍ତି । ସ୍କୁଲ ରୂପାନ୍ତର ଆଗାମୀ ପୀଢିର ଭବିଷ୍ୟତକୁ ଉଜ୍ଜଳ କରିଛି । ଏହା ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ପ୍ରକୃଷ୍ଟ ନିଦର୍ଶନ । ଓଡିଶାକୁ ସବୁ କ୍ଷେତ୍ରରେ ଆଜି ନମ୍ବର ୱାନ କରିବା ସହିତ ଆଜି ମୁଖ୍ୟମନ୍ତ୍ରୀ ରାଜ୍ୟର ଭବିଷ୍ୟତକୁ ମଧ୍ୟ ସୁରକ୍ଷିତ କରିବା ପାଇଁ ବଳିଷ୍ଠ ପଦକ୍ଷେପ ନେଇଛନ୍ତି ବୋଲି ସେମାନେ କହିଛନ୍ତି ।

କାର୍ଯ୍ୟକ୍ରମକୁ ପରିଚାଳନା କରିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ । ସେ କହିଛନ୍ତି ଯେ, ସ୍କୁଲ ରୂପାନ୍ତରରେ ଯେଉଁ ସବୁ ସମ୍ପତ୍ତି ବା ଆସେଟ ସୃଷ୍ଟି ହୋଇଛି, ସେ ସବୁ ସାରା ଓଡିଶାବାସୀଙ୍କ ଟଙ୍କାରେ ନିର୍ମିତ ହୋଇଛି । ମୁଖ୍ୟମନ୍ତ୍ରୀ ସ୍କୁଲର ଆସେଟ ଗୁଡିକର ରକ୍ଷଣାବେକ୍ଷେଣ ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରନ୍ତି । ତେଣୁ ଆପଣମାନେ ନିଜର ସମ୍ପତ୍ତି ଭଳି ସ୍କୁଲର ସମ୍ପତ୍ତିର ରକ୍ଷଣାବେକ୍ଷଣ କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ ଆଶା ଓ ଭରସା ରହିଛି ବୋଲି ସେ କହିଛନ୍ତି । କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର-ତଥା-ଶାସନ ସଚିବ ଅଶ୍ବଥୀ ଏସ ସ୍ବାଗତ ଭାଷଣ ଦେଇଛନ୍ତି । ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଛନ୍ତି । ଉଚ୍ଚଶିକ୍ଷା ବିଭାଗ, ସାମାଜିକ ସୁରକ୍ଷା ବିଭାଗ ଓ ଅନ୍ୟାନ୍ୟ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.