ETV Bharat / state

Weather update: କାଲିଠୁ କମିବ, ୩୧ରୁ ବଢିବ ବର୍ଷା

author img

By ETV Bharat Odisha Team

Published : Aug 25, 2023, 8:37 PM IST

ଆସନ୍ତା ୩୧ ତାରିଖରୁ ରାଜ୍ୟରେ ପୁଣି ବଢିବ ବର୍ଷାର ପରିମାଣ । ଉପାନ୍ତରୁ ଉପକୂଳ ସବୁଠି ବର୍ଷିବ । ଅଧିକ ପଢନ୍ତୁ

ଆସନ୍ତା ୩୧ ତାରିଖରୁ ରାଜ୍ୟରେ ପୁଣି ବଢିବ ବର୍ଷାର ପରିମାଣ
ଆସନ୍ତା ୩୧ ତାରିଖରୁ ରାଜ୍ୟରେ ପୁଣି ବଢିବ ବର୍ଷାର ପରିମାଣ

ଆସନ୍ତା ୩୧ ତାରିଖରୁ ରାଜ୍ୟରେ ପୁଣି ବଢିବ ବର୍ଷାର ପରିମାଣ

ଭୁବନେଶ୍ବର: କାଲିଠୁ କମିବ ଆସନ୍ତା ୩୧ ତାରିଖରୁ ପୁଣି ବଢିବ ବର୍ଷାର ପରିମାଣ । ୩୧ ତାରଖରୁ ବର୍ଷାର ପରିମାଣ ବଢିବା ନେଇ ଅକଳନ କଲା ପାଣିପାଗ ବିଭାଗ । ଏହାଫଳରେ ଉତ୍ତର-ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ପ୍ରଭାବିତ ହେବା ନେଇ ଅନୁମାନ କରିଛି ବିଭାଗ ।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍.ଆର ବିଶ୍ବାସ କହିଛନ୍ତି, ‘‘ଆସନ୍ତାକାଲିଠାରୁ ଆର୍ଥାତ 26 ଅଗଷ୍ଟରୁ ରାଜ୍ୟରୁ କମିବ ବର୍ଷା । ମାତ୍ର ଅନେକ ସ୍ଥାନରେ ଘଡଘଡି ବଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବା ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବରେ ଆଜି ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, କୋରାପୁଟ, ରାୟଗଡା ଏବଂ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି । ଏଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିଲା । ଏହାସହ ଆସନ୍ତାକାଲି (ଶନିବାର) ପ୍ରବଳ ବର୍ଷା ନେଇ ମୟୁରଭଞ୍ଜ, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବଜ୍ରପାତ ଜନିତ ବର୍ଷା ନେଇ ୨୩ଟି ଜିଲ୍ଲାକୁ ସତର୍କ କରାଯାଇଛି । ଜିଲ୍ଲା ଗୁଡିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡା ଏବଂ ନବରଙ୍ଗପୁର । ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି ।’’

ଅଧିକ ପଢନ୍ତୁ: ରାଜ୍ୟରେ ବଢିଛି ବର୍ଷାର ପରିମାଣ, ୨୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ସେପଟେ ୨୭ ତାରିଖରୁ ବର୍ଷାର ପରିମାଣ କମିବ । କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ତେବେ ୩୧ ତାରିଖରୁ ପୁଣି ବର୍ଷାର ପରିମାଣ ବଢିବ ବୋଲି ଆକଳନ କରାଯାଇଛି । ସେପଟେ ଜୁନ୍ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକ ତୁଳନାରେ ୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ୧୧ଟି ଜିଲ୍ଲାରେ ୨୦ ରୁ ୫୯ ପ୍ରତିଶତ ପର୍ଯ୍ୟନ୍ତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ୧୭ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ମାତ୍ର ଦୁଇଟି ଜିଲ୍ଲାରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ବୌଦ୍ଧ କଣ୍ଟାମାଳରେ ସର୍ବାଧିକ ୭୮.୪ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ମୟୁରଭଞ୍ଜର ବେତନଟୀରେ ୭୦ ମିଲିମିଟର ବର୍ଷା ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.