ETV Bharat / state

ଜଗନ୍ନାଥଙ୍କ ଚାରି ଦ୍ବାରା ନଖୋଲିଲେ ଜୋରଦାର ଆନ୍ଦୋଳନ ହେବ: ଜଗନ୍ନାଥ ସେନା

author img

By ETV Bharat Odisha Team

Published : Oct 14, 2023, 11:02 PM IST

ଜଗନ୍ନାଥ ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ସୂଚନା ଦେଇଛନ୍ତି ଯେ ଜଗନ୍ନାଥ ସେନା ପକ୍ଷରୁ ଏହି ଦୁଇ ଦାବିକୁ ନେଇ ଗତ ଅକ୍ଟୋବର ୩ ତାରିଖରେ ଓଡିଶା ବନ୍ଦ ଡାକରା ଦିଆଯାଇଥିଲା । କିନ୍ତୁ ଚାରି ଦୁଆର ଖୋଲିବା ଓ ରତ୍ନ ଭଣ୍ଡାର ଖୋଲିବା ପ୍ରସଙ୍ଗରେ ହାଇକୋର୍ଟ ଓ ରାଜ୍ୟ ସରକାର ହସ୍ତକ୍ଷେପ କରି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ୨ ମାସ ମଧ୍ୟରେ ଶେଷ କରି ଚାରି ଦୁଆର ଖୋଲିବାକୁ ଲିଖିତ ପ୍ରତିଶ୍ରୁତି ଦେଇଛନ୍ତି । ଅଧିକ ପଢନ୍ତୁ

http://10.10.50.80:6060/reg-lowres/14-October-2023/od-kud-jagannath-sena-avb-od10017_14102023174051_1410f_1697285451_762.mp4
http://10.10.50.80:6060/reg-lowres/14-October-2023/od-kud-jagannath-sena-avb-od10017_14102023174051_1410f_1697285451_762.mp4

ଜଗନ୍ନାଥଙ୍କ ଚାରି ଦ୍ବାରା ନଖୋଲିଲେ ଜୋରଦାର ଆନ୍ଦୋଳନ ହେବ: ଜଗନ୍ନାଥ ସେନା

ଖୋର୍ଦ୍ଧା: ଶ୍ରୀଜଗନ୍ନାଥ ମନ୍ଦିରର ଚାରି ଦୁଆର ଓ ରତ୍ନ ଭଣ୍ଡାର ଖୋଲିବା ଦାବିରେ ଶ୍ରୀଜଗନ୍ନାଥ ସେନା ପୁରୀ କେନ୍ଦ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଭକ୍ତ ଜାଗରଣ ଜନସଂପର୍କ ଯାତ୍ରା ଆଜି ଖୋର୍ଦ୍ଧାରେ ଅନୁଷ୍ଠିତ ହୋଇଛି । ଶ୍ରୀଜଗନ୍ନାଥଙ୍କୁ ଯେତେବେଳେ ବିପଦ ମାଡି ଆସିଥିଲା ସେତେବେଳେ ମହାପ୍ରଭୁ ଖୋର୍ଦ୍ଧାରେ ପାତାଳି ହୋଇଥିଲେ । ସେହି ସମୟରେ ଖୋର୍ଦ୍ଧା ରାଜବାଟୀ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କରୁଥିଲେ । ଖୋର୍ଦ୍ଧା ବୀର ମାଟିର ବୀର ପାଇକମାନେ ମହାପ୍ରଭୁଙ୍କୁ ସୁରକ୍ଷା ପ୍ରଦାନ କରୁଥିଲେ । ସେହି କାରଣରୁ ଖୋର୍ଦ୍ଧାରେ ଜଗନ୍ନାଥ ସେନା ଏହି ଜନସଂପର୍କ କାର୍ଯ୍ୟକ୍ରମ କରିଛି । ଜଗନ୍ନାଥ ପ୍ରେମୀଙ୍କୁ ନେଇ ଖୋର୍ଦ୍ଧା ନିକଟସ୍ଥ ଜାଗୁଳାଇପାଟଣା ଶ୍ରୀଜଗନ୍ନାଥ ମନ୍ଦିରରୁ ଏହି ଅଭିଯାନ ବାହାରି ବିଭିନ୍ନ ସ୍ଥାନକୁ ଯାଇଛି ।

ଜଗନ୍ନାଥ ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ସୂଚନା ଦେଇଛନ୍ତି ଯେ ଜଗନ୍ନାଥ ସେନା ପକ୍ଷରୁ ଏହି ଦୁଇ ଦାବିକୁ ନେଇ ଗତ ଅକ୍ଟୋବର ୩ ତାରିଖରେ ଓଡିଶା ବନ୍ଦ ଡାକରା ଦିଆଯାଇଥିଲା । କିନ୍ତୁ ଚାରି ଦୁଆର ଖୋଲିବା ଓ ରତ୍ନ ଭଣ୍ଡାର ଖୋଲିବା ପ୍ରସଙ୍ଗରେ ହାଇକୋର୍ଟ ଓ ରାଜ୍ୟ ସରକାର ହସ୍ତକ୍ଷେପ କରି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ୨ ମାସ ମଧ୍ୟରେ ଶେଷ କରି ଚାରି ଦୁଆର ଖୋଲିବାକୁ ଲିଖିତ ପ୍ରତିଶ୍ରୁତି ଦେଇଛନ୍ତି । ସେହିପରି ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ଦୁଇମାସ ମହଲତ ଦେଇଛନ୍ତି । ଅବସରପ୍ରାପ୍ତ ସୁପ୍ରିମକୋର୍ଟ ଏବଂ ହାଇକୋର୍ଟର ବିଚାରପତିଙ୍କ ତତ୍ତ୍ଵାବଧାନରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରି ରତ୍ନଭଣ୍ଡାର ଖୋଲି ରତ୍ନ ଗଣତି ଓ ମଣତି ପାଇଁ ହାଇକୋର୍ଟ ନିର୍ଦେଶ ଜାରି କରିଛନ୍ତି । ଏହି ପରିପ୍ରେକ୍ଷୀରେ ହାଇକୋର୍ଟଙ୍କ ନିର୍ଦେଶ ଓ ପୁରୀ ଜିଲା ପ୍ରଶାସନର ଅନୁରୋଧ ଯୋଗୁଁ ସେନା ଓଡିଶା ବନ୍ଦ ଡାକରାକୁ ସାମୟିକ ଭାବେ ସ୍ଥଗିତ କରିଛି । କିନ୍ତୁ ବୁଦ୍ଧିଜୀବୀ ଆନ୍ଦୋଳନରେ ଯବନିକା ପଡ଼ିନାହିଁ ।

ଅଧିକ ପଢନ୍ତୁ- Ratna Bhandara Issue: ଆଇନ ମନ୍ତ୍ରୀଙ୍କ ଉତ୍ତର ପରେ କଡା ସମାଲୋଚନା କଲା ଶ୍ରୀଜଗନ୍ନାଥ ସେନା

ସେନା ଭକ୍ତ ଜାଗରଣ ଓ ସଂପର୍କ ଯାତ୍ରା ଆରମ୍ଭ କରିଛି । ଯଦି ଆସନ୍ତା ୨ ମାସ ମଧ୍ୟରେ ରାଜ୍ୟ ସରକାର ଓ ପୁରୀ ଜିଲା ପ୍ରଶାସନ ଚାରି ଦୁଆର ଖୋଲି ଦିଅନ୍ତି ଓ ରତ୍ନଭଣ୍ଡାର ଖୋଲି ମରାମତି ସହ ରତ୍ନ ଗଣତି କରନ୍ତି ତେବେ ଆନ୍ଦୋଳନ ଏବଂ ଶାନ୍ତିପୂର୍ଣ୍ଣ ଓଡ଼ିଶା ବନ୍ଦ ଆଉ ହେବ ନାହିଁ । କିନ୍ତୁ ଯଦି ରାଜ୍ୟ ସରକାର ଓ ଜିଲା ପ୍ରଶାସନ ବିଶ୍ବବାସୀଙ୍କ ଧାର୍ମିକ ମାନସିକତା ସହ ଖେଳି ସମୟ ଗଡ଼ାନ୍ତି ତାହା ହେଲେ ନିଜର ଧାର୍ମିକ ଅଧିକାର ପାଇଁ ସାମୟିକ ଭାବେ ସ୍ଥଗିତ ଥିବା ଆନ୍ଦୋଳନ ଓ ବନ୍ଦ ପୁନର୍ବାର ହେବ ବୋଲି ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି । ସେ କହିଛନ୍ତି ୪ ଦୁଆର ବନ୍ଦ ହେବା ଯୋଗୁ ଭକ୍ତମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଅଯଥାରେ ଘଣ୍ଟା ଘଣ୍ଟା ଧାଡିରେ ଅପେକ୍ଷା କରିବାକୁ ପଡୁଛି । ଅଧିକାରୀମାନେ ନିଜର ପତିଆରା ଜାହିର କରିବା ପାଇଁ ଏହିପରି କରୁଛନ୍ତି ।

ଇଟିଭି ଭାରତ, ଖୋର୍ଦ୍ଧା

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.