ETV Bharat / state

ଖୋର୍ଦ୍ଧା ଜିଲ୍ଲାର ନୂଆ ଶିକ୍ଷା ଅଧିକାରୀ ବିଶ୍ବନାଥ ତରାଇ

author img

By

Published : Dec 14, 2021, 9:09 AM IST

ବଦଳିଲେ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଅଧିକାରୀ । ନୂଆ ଶିକ୍ଷା ଅଧିକାରୀ ଭାବେ ନିଯୁକ୍ତ ହେଲେ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ ଯୁଗ୍ମ ନିର୍ଦ୍ଦେଶକ ବିଶ୍ବନାଥ ତରାଇ । ଅଧିକ ପଢନ୍ତୁ

ଖୋର୍ଦ୍ଧା ଜିଲ୍ଲାର ନୂଆ ଶିକ୍ଷା ଅଧିକାରୀ ବିଶ୍ବନାଥ ତରାଇ
ଖୋର୍ଦ୍ଧା ଜିଲ୍ଲାର ନୂଆ ଶିକ୍ଷା ଅଧିକାରୀ ବିଶ୍ବନାଥ ତରାଇ

ଖୋର୍ଦ୍ଧା : ବଦଳିଲେ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଅଧିକାରୀ (Khordha New Education Officer) । ନୂଆ ଶିକ୍ଷା ଅଧିକାରୀ ଭାବେ ନିଯୁକ୍ତ ହେଲେ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ ଯୁଗ୍ମ ନିର୍ଦ୍ଦେଶକ ବିଶ୍ବନାଥ ତରାଇ (Bishwanath Tarai) । ପୂର୍ବରୁ ଜିଲ୍ଲା ଶିକ୍ଷା ଅଧିକାରୀ ଥିଲେ ବନ୍ଦନା ମହାପାତ୍ର । ତାଙ୍କ ସ୍ଥାନରେ ଏବେ ବିଶ୍ବନାଥ ତରାଇଙ୍କୁ ଦାୟିତ୍ବ ଦିଆଯାଇଛି । ଏଥି ସହ ବନ୍ଦନା ମହାପାତ୍ରଙ୍କୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ଯୁଗ୍ମ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି ।

ସେହିପରି ଖୋର୍ଦ୍ଧା ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀଙ୍କୁ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣର ଉପ-ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଥିବା ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.