ETV Bharat / state

ବାଜପେୟୀଙ୍କ ୫ମ ପୁଣ୍ୟତିଥି, ଶ୍ରଦ୍ଧାଞ୍ଜଳି ଦେଲେ ବିଜେପି ରାଜ୍ୟ ସଭାପତି

author img

By

Published : Aug 16, 2023, 8:15 PM IST

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପଞ୍ଚମ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଏମ୍ସ ହସ୍ପିଟାଲ ପରିସରରେ ଥିବା ବାଜପେୟୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ତାଙ୍କ ସ୍ମୃତିକୁ ସ୍ମରଣ କରିଛନ୍ତି । ଅଧିକ ପଢ଼ନ୍ତୁ

5th death anniversary of atal bihari vajpayee
ବାଜପେୟୀଙ୍କ ୫ମ ପୁଣ୍ୟତିଥି

ବାଜପେୟୀଙ୍କ ୫ମ ପୁଣ୍ୟତିଥି

ଭୁବନେଶ୍ବର: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପଞ୍ଚମ ପୁଣ୍ୟତିଥି । ତାଙ୍କ ସ୍ମୃତିରେ ସାରା ଦେଶ ଶ୍ରାଦ୍ଧ ଦିବସ ପାଳନ କରିଛି । ଏହି ଅବସରରେ ଏମ୍ସ ହସ୍ପିଟାଲ ପରିସରରେ ଥିବା ବାଜପେୟୀଙ୍କ ପ୍ରତିମୂର୍ତ୍ତିକୁ ଏମ୍ସର କର୍ମଚାରୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଆୟୋଜିତ କାର୍ଯ୍ୟକ୍ରମରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ କେତେକ କର୍ମୀ ଯୋଗ ଦେଇ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।


ଏମ୍ସ ଓ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗର ମିଳିତ ଆନୁକୁଲ୍ୟରେ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲ ଯୋଗ ଦେଇ ବାଜପେୟୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ତାଙ୍କର ସ୍ମୃତି ଚାରଣ କରିଥିଲେ । ସେ କହିଛନ୍ତି, "ଦେଶରେ ବାଜପେୟୀଙ୍କ ପରିକଳ୍ପନାରେ ଏମ୍ସ ଆଜି ଗଢ଼ି ଉଠିଛି । ସେ ସମସ୍ତଙ୍କର ମାଗ ଦର୍ଶକ ଥିଲେ । ଭାରତର ବିକାଶ ଦିଗରେ ସେ ଅନେକ ଐତିହାସିକ କାର୍ଯ୍ୟ କରିଛନ୍ତି । ଦେଶ ପାଇଁ ତାଙ୍କ ଅବଦାନ ଅତୁଳନୀୟ ଅଟେ ।"


ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ସମାଧି ସ୍ଥଳ ‘ସଦୈବ ଅଟଳ’ରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି , ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ବହୁ ବରିଷ୍ଠ ନେତା ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଏହି ଅବସରରେ ସମାଧିସ୍ଥଳ ‘ସଦୈବ ଅଟଳ’ରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଅନୁଷ୍ଠିତ କାର୍ଯ୍ୟକ୍ରମରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଝିଅ, ଜ୍ୱାଇଁ ମଧ୍ୟ ଉପସ୍ଥିତ ଥିଲେ ।

ଏହା ମଧ୍ୟ ପଢ଼ନ୍ତୁ: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲା ରାଜ୍ୟ ବିଜେପି

୧୯୨୪ ମସିହା ଡିସେମ୍ବର ୨୫ ତାରିଖରେ ମଧ୍ୟ ପ୍ରଦେଶର ଗ୍ଵାଲିୟରର ଏକ ବ୍ରାହ୍ମଣ ପରିବାରରେ ଜନ୍ମ ଗ୍ରହଣ କରିଥିବା ବାଜପେୟୀ ପିତା କୃଷ୍ଣବିହାରୀ ବାଜପେୟୀ ଥିଲେ ଉତ୍ତର ପ୍ରଦେଶର ଆଗ୍ରା ଜିଲ୍ଲାର ପ୍ରାଚୀନ ବଟେଶ୍ବରର ମୂଳନିବାସୀ । ବାଜପେୟୀଙ୍କ ମାତାଙ୍କ ନାମ ଥିଲା କୃଷ୍ଣା ବାଜପେୟୀ । ୨୦୧୮ ଅଗଷ୍ଟ ୧୬ରେ ବାଜପେୟୀଙ୍କର ଦେହାନ୍ତ ହୋଇଥିଲା । ଭାରତୀୟ ରାଜନୀତିର ଏହି କାଳଜୟୀ ଅଜାତଶତ୍ରୁ ରାଜନେତାଙ୍କ ଦେଶପ୍ରତି ଅବଦାନକୁ ସମ୍ମାନ ଜଣାଇ କେନ୍ଦ୍ର ସରକାର ୨୦୧୪ ଡିସେମ୍ବର ୨୫ ତାଙ୍କ ଜନ୍ମ ଜୟନ୍ତୀକୁ ସୁ-ଶାସନ ଦିବସ ଭାବେ ପାଳନ କରୁଛନ୍ତି । ଏହାସହ ତାଙ୍କ ଦେଶପ୍ରତି ସେବା ସମର୍ପଣ ଓ ନିଷ୍ଠା ପାଇଁ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଭାରତରତ୍ନ’ରେ ସମ୍ମାନିତ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.