ETV Bharat / state

SHGଙ୍କ ପାଇଁ ବଡ ଘୋଷଣା, ବିନା ସୁଧରେ ମିଳିବ ୫ଲକ୍ଷ ଟଙ୍କା ଋଣ

author img

By

Published : Nov 29, 2022, 9:02 PM IST

ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ପାଇଁ ରାଜ୍ୟ ସରକାରଙ୍କ ବଡ ଘୋଷଣା । ଏବେ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ନେଇପାରିବେ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (Chief minister Naveen Patnaik ) । ପୂର୍ବରୁ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ମିଳୁଥିଲା ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ । ଏବେ ବିନା ସୁଧରେ ୫ ଲକ୍ଷ ଟଙ୍କା ଯାଏ ଋଣ ମିଳିପାରିବ । ଅଧିକ ପଢନ୍ତୁ

SHGଙ୍କ ପାଇଁ ବଡ ଘୋଷଣା, ବିନା ସୁଧରେ ମିଳିବ ୫ ଲକ୍ଷ ଟଙ୍କା ଋଣ
SHGଙ୍କ ପାଇଁ ବଡ ଘୋଷଣା, ବିନା ସୁଧରେ ମିଳିବ ୫ ଲକ୍ଷ ଟଙ୍କା ଋଣ

ଭୁବନେଶ୍ବର: ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ପାଇଁ ରାଜ୍ୟ ସରକାରଙ୍କ ବଡ ଘୋଷଣା । ଏବେ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ନେଇପାରିବେ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (Chief minister Naveen Patnaik ) । ପୂର୍ବରୁ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ମିଳୁଥିଲା ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ । ଏବେ ବିନା ସୁଧରେ ୫ ଲକ୍ଷ ଟଙ୍କା ଯାଏ ଋଣ ମିଳିପାରିବ ।

SHGଙ୍କ ପାଇଁ ବଡ ଘୋଷଣା, ବିନା ସୁଧରେ ମିଳିବ ୫ ଲକ୍ଷ ଟଙ୍କା ଋଣ

ଏହାବି ପଢନ୍ତୁ- Assembly News: ଶିକ୍ଷା ବ୍ୟବସ୍ଥା ଅନ୍ଧକାର ଆଡକୁ ଗଲାଣି: ମୋହନ ମାଝୀ

ରାଜ୍ୟର ମିଶନ ଶକ୍ତି ମା ମାନଙ୍କ କାର୍ଯ୍ୟକ୍ରମରେ ଏକ ବିଶାଳ ପରିବର୍ତ୍ତନ ଆଣିବାର ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସେମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି । ୨୦୨୨ ଅପ୍ରେଲ ପହିଲାରୁ ଏହି ନୂତନ ଋଣ ବ୍ୟବସ୍ଥା ଲାଗୁ ହେବ । ପୂର୍ବରୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଦିଆଯାଉଥିଲା । ଏହାକୁ ଏକ ଯୁଗାନ୍ତକାରୀ ପଦକ୍ଷେପ ରୂପେ ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହାଦ୍ବାରା ମିଶନ ଶକ୍ତି ମା ମାନେ ଏସଏଚଜିରୁ ଏସଏମଇ ବା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ଭାବେ ନିଜକୁ ପ୍ରତିଷ୍ଠିତ କରିପାରିବେ । ଆମର ଲକ୍ଷ ଲକ୍ଷ ମା’ ମାନେ ଅଧିକ ଟଙ୍କାର ଋଣ ନେଇ ବଡ ବଡ ବ୍ୟବସାୟ କରିପାରିବେ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶାର ରୂପାନ୍ତର କ୍ଷେତ୍ରରେ ମା’ ମାନେ ହେଉଛନ୍ତି ଏକ ଅଭିନ୍ନ ଅଙ୍ଗ । ଆଜିର ଏହି ନିଷ୍ପତ୍ତି ସେମାନଙ୍କୁ ସଶକ୍ତ କରିବାରେ ଓ ସ୍ଥାନୀୟ ଅର୍ଥନୀତିକୁ ପ୍ରୋତ୍ସାହିତ କରିବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବ । ମିଶନ ଶକ୍ତି ମା ମାନଙ୍କୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ଭାବରେ ପରିଣତ କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ।

ଏହାବି ପଢନ୍ତୁ- IFFI Jury head controversial remarks: ବର୍ଷିଲେ ଅଗ୍ନିହୋତ୍ରୀ ଓ ଅନୁପମ, କହିଲେ ମନ୍ତବ୍ୟ ଆତଙ୍କବାଦକୁ ସିଧା ସମର୍ଥନ

ଆଗାମୀ ୫ ବର୍ଷ ମଧ୍ୟରେ ମିଶନ ଶକ୍ତି ଗ୍ରୁପ ମାନଙ୍କୁ ପ୍ରାୟ ୫୦ ହଜାର କୋଟି ଟଙ୍କାର ଋଣ ଯୋଗାଇ ଦେବା ପାଇଁ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି । ଏହାଦ୍ବାରା ମିଶନ ଶକ୍ତିର ମା ମାନେ ସଫଳ ଉଦ୍ୟୋଗୀ ଭାବରେ ନିଜକୁ ପ୍ରତିଷ୍ଠିତ କରିପାରିବେ ବୋଲି ସେ ଆଶାପ୍ରକାଶ କରିଛନ୍ତି । ପ୍ରତିଶୃତି ଅନୁଯାୟୀ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ଗତ ୩ ବର୍ଷରେ ସରକାରୀ ଭାବରେ ୪୦୦୦ କୋଟି ଟଙ୍କାର ବିଜିନେସ ଯୋଗାଇ ଦେଇଛନ୍ତି । ଏହା ସହିତ ଗତ ୫ ବର୍ଷରେ ମିଶନ ଶକ୍ତି ମା ମାନଙ୍କୁ ୧୭ ହଜାର କୋଟିରୁ ଅଧିକ ଟଙ୍କାର ଋଣ ଯୋଗାଇ ଦିଆଯାଇଛି । ବର୍ତ୍ତମାନ ଆମର ମିଶନ ଶକ୍ତି ମା ମାନଙ୍କୁ ଉତ୍ସାହିତ କରିବାପାଇଁ ଓଡିଶା ସରକାର ବିନା ସୁଧରେ, Zero interest ରେ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ସୁବିଧା ଯୋଗାଇ ଦେଉଛନ୍ତି । ଏହି କାର୍ଯ୍ୟକ୍ରମରେ ଚାରି ଲକ୍ଷ SHG Group ର ବ୍ୟାଙ୍କ ଖାତାକୁ ରାଜ୍ୟ ସରକାର ୫୦୦ କୋଟି ଟଙ୍କାର ସୁଧ ଫେରାଇଛନ୍ତି । ମହିଳା ସଶକ୍ତିକରଣ ଦିଗରେ ମିଶନ ଶକ୍ତି ଏକ ଅଭିନବ ଉଦ୍ୟମ । ରାଜ୍ୟର ୭୦ ଲକ୍ଷ ମା ମାନଙ୍କୁ ୬ ଲକ୍ଷ Self Help Group ଜରିଆରେ ଏହା ଏକାଠି କରିପାରିଛି । ଏହି ଆନ୍ଦୋଳନକୁ ଆହୁରି ଆଗକୁ ନେବା ପାଇଁ ତାଙ୍କ ସରକାର ସ୍ବତନ୍ତ୍ର ଭାବରେ ମିଶନ ଶକ୍ତି ବିଭାଗ ଗଠନ କରିଛନ୍ତି । ସବୁ SHG କାର୍ଯ୍ୟକ୍ରମ ଏହି ବିଭାଗ ଜରିଆରେ ହିଁ କାର୍ଯ୍ୟକାରୀ କରାଯାଉଛି ବୋଲି ସେ କହିଛନ୍ତି ।

ଏହାବି ପଢନ୍ତୁ- କଥା କଥାରେ ରାଗୁଥିଲେ ସାବଧାନ ! ଆବଶ୍ୟକଠାରୁ ଅଧିକ କ୍ରୋଧ ସୃଷ୍ଟି କରିପାରେ ରୋଗ

୨୦୨୦ ଜୁନ ୧ ତାରିଖରେ ମିଶନ ଶକ୍ତି ବିଭାଗ ପ୍ରତିଷ୍ଠା କରାଯାଇ ରାଜ୍ୟର ସବୁ ଏସଏଚଜି କାର୍ଯ୍ୟକ୍ରମକୁ ଗୋଟିଏ ବିଭାଗ ଅଧୀନରେ ରଖାଯାଇଛି । ରାଜ୍ୟରେ ମିଶନ ଶକ୍ତି ଦ୍ୱାରା ଯୋଡି ହୋଇଛନ୍ତି ୬, ୦୨, ୦୧୩ ଟି ସ୍ଵୟଂ ସହାୟକ ଗୋଷ୍ଠୀ । ଏଥିରେ ୭୦, ୦୦, ୦୧୦ ଜଣ ମହିଳା ମହିଳା ସଦସ୍ୟ ଅଛନ୍ତି । ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୪୧, ୨୦୧ ଟି ସ୍ବୟଂ ସହାୟକ ଗୋଷ୍ଠୀଥିବାବେଳେ ୪, ୨୮, ୮୫୯ ଜଣ ସଦସ୍ୟ ଅଛନ୍ତି । ସ୍ବୟଂ ସହାୟକ ଗୋଷ୍ଠୀମାନେ ବିଭିନ୍ନ କୃଷିଭିରିକ କାର୍ଯ୍ୟ ଉନ୍ନତ ପନିପରିବା ଚାଷ, ଛତୁ ଚାଷ, ଚାରା ପ୍ରସ୍ତୁତି, ଫୁଲ ଚାଷ, ମାଛ ଚାଷ, କୁକୁଡା ଓ ଛେଳି ପାଳନ କାର୍ଯ୍ୟ କରୁଛନ୍ତି । ଏହା ସହ ଅଣ କୃଷିଭିରିକ କାର୍ଯ୍ୟ ହସ୍ତତନ୍ତ, ହସ୍ତଶିଳ୍ପ, ଧୂପକାଠି ପ୍ରସ୍ତୁତି, ଆଚାର ପ୍ରସ୍ତୁତି, ମାଣ୍ଡିଆ ପ୍ରକ୍ରିୟାକରଣ ମାଧ୍ୟମରେ ଲଘୁ ଉଦ୍ୟୋଗ ପ୍ରତିଷ୍ଠା ଇତ୍ୟାଦି କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.