ETV Bharat / state

ନିୟମିତ ଜାମିନ ପାଇଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

author img

By

Published : Aug 5, 2022, 7:37 AM IST

Updated : Aug 5, 2022, 4:10 PM IST

ନିୟମିତ ଜାମିନ ପାଇଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ
ନିୟମିତ ଜାମିନ ପାଇଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ବାଣପୁର ଜେଏମଏଫସି କୋର୍ଟରୁ ନିୟମିତ ଜାମିନ ପାଇଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଅଧିକ ପଢନ୍ତୁ

ଖୋର୍ଦ୍ଧା: ନିୟମିତ ଜାମିନ ପାଇଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ପୂର୍ବରୁ ସୁପ୍ରିମକୋର୍ଟ ବିଧାୟକଙ୍କୁ ସର୍ତ୍ତମୂଳକ ଜାମିନ ଦେଇସାରିଥିବା ବେଳେ ବାଣପୁର କୋର୍ଟରେ ଓକିଲମାନଙ୍କ ଧର୍ମଘଟ ଚାଲିଥିବାରୁ ସେ ନିୟମିତ ଜାମିନ ପାଇପାରି ନଥିଲେ । ଉଚ୍ଚ ନ୍ୟାୟାଳୟଙ୍କ ଆଦେଶ ଅନୁଯାୟୀ ପ୍ରଶାନ୍ତ ଜଗଦ୍ଦେବ ପିଆର ବଣ୍ଡରେ ବାଣପୁର ଜେଲରୁ ଜାମିନ ପାଇଥିଲେ । ତେବେ ବର୍ତ୍ତମାନ ଓକିଲଙ୍କ ଧର୍ମଘଟ ସ୍ଥଗିତ ହୋଇଥିବା ବେଳେ ଗୁରୁବାର ଚିଲିକା ବିଧାୟକ ବାଣପୁର ଜେଏମଏଫସି କୋର୍ଟରେ ହାଜର ହୋଇ ନିୟମିତ ଜାମିନ ପାଇଛନ୍ତି ।

ଦୁଇ ଗୋଟି ଜାମିନଦାର ଓ ୩୦ ହଜାର ଟଙ୍କା ବ୍ୟକ୍ତିଗତ ମୁଚଲିକା ବଦଳରେ ବିଧାୟକଙ୍କୁ ଜାମିନ ମିଳିଛି । ତେବେ ଉକ୍ତ ମାମଲା ଗତକାଲି(ଗୁରୁବାର) ବାଣପୁର ଜେଏମଏଫସି କୋର୍ଟରୁ ଭୁବନେଶ୍ବର ଏଡ଼ିଜେ-୩ କୋର୍ଟକୁ ସ୍ଥାନାନ୍ତରିତ ହୋଇଥିବା ବାଣପୁର ଜେଏମଏଫସି କୋର୍ଟ ସରକାରୀ ଓକିଲ ପ୍ରାଚୀ ପ୍ରଭା ନନ୍ଦ ସୂଚନା ଦେଇଛନ୍ତି । ଆଇନ ଶୃଙ୍ଖଳା ଦୃଷ୍ଟିରୁ କୋର୍ଟ ପରିସର ଏବଂ ବାହାରେ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ବିଧାୟକଙ୍କ ପକ୍ଷରୁ ଆଇନଜୀବୀ ଜଗନ୍ନାଥ ଭୋଳ ଏବଂ ସୁଧୀର କୁମାର ପ୍ରଧାନ ମାମଲା ପରିଚାଳନା କରୁଥିଲେ ।

ଉଲ୍ଲେଖଯୋଗ୍ୟ, ମାର୍ଚ୍ଚ ୧୨ ତାରିଖ ଦିନ ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ଚାଲିଥିବା ବେଳେ ବାଣପୁର ବ୍ଲକ ଅଫିସ୍‌ ସମ୍ମୁଖରେ ସାଧାରଣ ଜନତାଙ୍କ ଉପରେ ଗାଡ଼ି ମଡ଼ାଇ ଦେଇଥିଲେ ପ୍ରଶାନ୍ତ ଜଗଦ୍ଦେବ । ଯାହାଫଳରେ ସାଧାରଣ ଜନତାଙ୍କ ସମେତ କିଛି ପୋଲିସ୍‌ କର୍ମଚାରୀ ଗୁରୁତର ଆହତ ହୋଇଥିଲେ । ଏହାପରେ ଉତ୍ୟକ୍ତ ଲୋକମାନେ ବିଧାୟକଙ୍କୁ ତାଙ୍କ ଗାଡ଼ିରୁ ଟାଣି ଆଣି ମାଡ଼ ମାରି ଲହୁଲୁହାଣ କରିଦେଇଥିଲେ ।

ଇଟିଭି ଭାରତ, ଖୋର୍ଦ୍ଧା

Last Updated :Aug 5, 2022, 4:10 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.