ETV Bharat / state

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ସର୍ତ୍ତମୂଳକ ଜାମିନ

author img

By

Published : Apr 8, 2022, 7:30 PM IST

ପ୍ରଶାନ୍ତ ଜଗ ପ୍ରଶାନ୍ତ ଜଗଦ୍ଦେବଦ୍ଦେବ
ପ୍ରଶାନ୍ତ ଜଗଦ୍ଦେବ

ବାଣପୁର ବ୍ଲକ ସମ୍ମୁଖରେ ଜନସାଧାରଣ ଓ ପୋଲିସ କର୍ମଚାରୀଙ୍କ ଉପରେ ଗାଡି ଚଢାଇ ଦେଇଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବର୍ତ୍ତମାନ ବାଣପୁର ସବଜେଲରେ ଅଛନ୍ତି । ଆଜି ତାଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର ଆସିଛି। ବିଧାୟକଙ୍କୁ ଏକ ପୂର୍ବତନ ମାମଲାରେ ଜାମିନ ମିଳିଛି। ଅଧିକ ପଢନ୍ତୁ

ଖୋର୍ଦ୍ଧା: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ । ବାଣପୁର ବ୍ଲକ ସମ୍ମୁଖରେ ଜନସାଧାରଣ ଓ ପୋଲିସ କର୍ମଚାରୀଙ୍କ ଉପରେ ଗାଡି ଚଢାଇଦେଇଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବର୍ତ୍ତମାନ ବାଣପୁର ସବଜେଲରେ ଅଛନ୍ତି । ଆଜି ତାଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର ଆସିଛି। ବିଧାୟକଙ୍କୁ ଏକ ପୂର୍ବତନ ମାମଲାରେ ଜାମିନ ମିଳିଛି।

ବିଧାୟକଙ୍କୁ ବାଣପୁର ସହକାରୀ ଦୌରାଜଜ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ଜିଆର କେଶ ନମ୍ବର ୭୨/୨୨ ତଥା ବାଣପୁର ଥାନା କେଶ ନମ୍ବର ୮୧/୨୨ ରେ ଚିଲିକା ବିଧାୟକଙ୍କୁ ଜାମିନ ମିଳିଛି। ସୂଚନା ଥାଉକି ଚଳିତ ବର୍ଷ ପଞ୍ଚାୟତ ନିର୍ବାଚନ ଦିନ ଭେଟେଶ୍ବର ଗ୍ରାମ ପଞ୍ଚାୟତର ପୂର୍ବତନ ସରପଞ୍ଚ ଜିତେନ୍ଦ୍ର କୁମାର ଭୋଳଙ୍କୁ ଦୁର୍ବୁତ୍ତ ମାନେ ମରଣାନ୍ତକ ଆକ୍ରମଣ କରିବା ସହ ତାଙ୍କ ଗାଡି ଭାଙ୍ଗିଦେଇଥିଲେ।

ଏଥି ନିମନ୍ତେ ଜିତେନ୍ଦ୍ରଙ୍କ ଭାଇ ପ୍ରଦୀପ ଭୋଳ ଉକ୍ତଦିନ ରାତିରେ ବାଣପୁର ଥାନାରେ ଏତଲା ଦେବା ପାଇଁ ଯାଇଥିବା ବେଳେ ବିଧାୟକଙ୍କ ଉପସ୍ଥିତିରେ ଥାନା ପରିସରରେ ତାଙ୍କୁ ବିଜେଡି କର୍ମୀମାନେ ମରଣାନ୍ତକ ଆକ୍ରମଣ କରିଥିଲେ।

ଏହାପରେ ପୋଲିସ କେଶ ନମ୍ବର ୮୧/୨୨ ରେ ମାମଲା ରୁଜୁ କରାଯାଇଥିଲା, ଯେଉଁଥିରେ ୧୫ ନମ୍ବର ଅଭିଯୁକ୍ତ ଭାବେ ଚିଲିକା ବିଧାୟକ ଥିଲେ। ବିଧାୟକଙ୍କ ଓକିଲ ପକ୍ଷରୁ ଉକ୍ତ କେଶରେ ଚଳିତ ମାସ ଦୁଇ ତାରିଖ ଦିନ ବାଣପୁର ଜେଏମଏଫସିଙ୍କ ନିକଟରେ ଜାମିନ ପାଇଁ ଆବେଦନ କରାଯାଇଥିଲା। କିନ୍ତୁ ବିଚାରପତି ତାହାକୁ ଖାରଜ କରିଦେଇଥିଲେ। ଏହାପରେ ବାଣପୁର ସହକାରୀ ଦୌରା ଜଜଙ୍କ କୋର୍ଟରେ ଜାମିନ ପାଇଁ ୪ ତାରିଖ ଦିନ ଆବେଦନ କରାଯାଇଥିବା ବେଳେ ଆଜି ତାହାର ଶୁଣାଣି ହୋଇଥିଲା।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.