ETV Bharat / state

ସୁନ୍ଦରଗଡରେ ୨ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମଞ୍ଜୁର, ୩୮୬.୨୫ କୋଟି ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

author img

By ETV Bharat Odisha Team

Published : Nov 17, 2023, 9:02 PM IST

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ସୁନ୍ଦରଗଡ ଜିଲ୍ଲା ଗସ୍ତ କରିଥିଲେ । ସେଠାରେ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ । ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ଦୁଇଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହା ଦ୍ବାରା ପାଞ୍ଚଟି ବ୍ଲକ୍‌ର ଲୋକ ଉପକୃତ ହେବେ । ଅଧିକ ପଢନ୍ତୁ

ସୁନ୍ଦରଗଡରେ ୨ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମଞ୍ଜୁର; ୩୮୬.୨୫ କୋଟି ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ
ସୁନ୍ଦରଗଡରେ ୨ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମଞ୍ଜୁର; ୩୮୬.୨୫ କୋଟି ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସୁନ୍ଦରଗଡରେ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ମଞ୍ଜୁର ହୋଇଛି ୩୮୬.୨୫ କୋଟି ଟଙ୍କା । ଇବ ନଦୀରେ ଭଷ୍ମା ପ୍ରକଳ୍ପ ପାଇଁ ୨୬୨.୫୦ କୋଟି ଓ ସପେଇ ନଦୀରେ ଫୁଲବାରୀ ପ୍ରକଳ୍ପ ପାଇଁ ୧୨୩.୭୫ କୋଟି ମଞ୍ଜୁର । ଜିଲ୍ଲାର ପାଞ୍ଚଟି ବ୍ଲକର ଜନସାଧାରଣ ଉପକୃତ ହେବେ । ୫T ଅଧ୍ୟକ୍ଷ ଭି. କେ ପାଣ୍ଡିଆନଙ୍କ ସୁନ୍ଦରଗଡ ଗସ୍ତ ସମୟରେ ମିଳିଥିବା ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ପ୍ରକଳ୍ପ ଅନୁମୋଦନ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୮୬.୨୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ପ୍ରକଳ୍ପ ଦୁଇଟି ହେଉଛି ଇବ ନଦୀରେ ଭଷ୍ମା ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଓ ସପେଇ ନଦୀରେ ଫୁଲବାରୀ ନଦୀଗର୍ଭ ଜଳାଶୟ ପ୍ରକଳ୍ପ । ଭଷ୍ମା ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୨୬୨.୫୦ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ ଫୁଲବାରୀ ପ୍ରକଳ୍ପ ପାଇଁ ୧୨୩.୭୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।

ଅଧିକ ପଢନ୍ତୁ- ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ଦେବଗଡରେ ନୂଆ JMFC କୋର୍ଟ, ନିୟମିତ ହେବ ସମସ୍ତ ମିନି ଅଙ୍ଗନବାଡି କେନ୍ଦ୍ର

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ ସୁନ୍ଦରଗଡ ଜିଲ୍ଲା ଗସ୍ତ କରିଥିଲେ । ସେଠାରେ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ । ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ଦୁଇଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହା ଦ୍ବାରା ପାଞ୍ଚଟି ବ୍ଲକ୍‌ର ଲୋକ ଉପକୃତ ହେବେ । ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ବିଶେଷ ସହାୟକ ହେବ । ଭଷ୍ମା ପ୍ରକଳ୍ପ ଦ୍ବାରା ଟାଙ୍ଗରାପଲି, ସୁନ୍ଦରଗଡ ଓ ଝାରସୁଗୁଡା ବ୍ଲକର ଜନସାଧାରଣ ଉପକୃତ ହେବେ । ସେହିପରି ଫୁଲବାରୀ ପ୍ରକଳ୍ପ ଦ୍ବାରା ବଡଗାଁ ଓ ବାମରା ବ୍ଲକର ଜନସାଧାରଣ ଉପକାର ପାଇବେ ।

ସେହିପରି ଗତ ଅଗଷ୍ଟ ମାସରେ ସୁନ୍ଦରଗଡ ଜିଲ୍ଲାର ରାଜଗାଙ୍ଗପୁରରେ ରେଲ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ କରା ନଯାଇ ସିଧାସଳଖ ଲୋକଙ୍କ ଠାରୁ ରାଜ୍ୟ ସରକାର ସିଧାସଳଖ ଜମି କିଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଥିଲେ । ଗତ ମାର୍ଚ୍ଚ ମାସ ୧୧, ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫T ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ସୁନ୍ଦରଗଡ ଜିଲ୍ଲା ଗସ୍ତ ସମୟରେ ଜିଲ୍ଲାର ରାଜଗାଙ୍ଗପୁରରେ ଏକ ରେଲ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ ସମସ୍ୟା ସଂପର୍କରେ ଅବଗତ ହୋଇଥିଲେ । ଏହା ସଂପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବା ପରେ, ROB ପାଇଁ ଆବଶ୍ୟକ ଜମିକୁ ସିଧାସଳଖ ରାଜ୍ୟ ସରକାର କିଣିନେଇ ନିର୍ମାଣ କାମକୁ ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିଲେ । ଏହି ରେଳ ଓଭରବ୍ରିଜଟି ସୁନ୍ଦରଗଡ ଜିଲ୍ଲାର ସୋନାଖାନ ଓ କାଂଶବାହାଲ ଷ୍ଟେସନ ମଧ୍ୟରେ ରାଜଗାଙ୍ଗପୁର ମୌଜାରେ ନିର୍ମାଣ କରାଯିବ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.