ETV Bharat / state

‘ଆମ ବ୍ୟାଙ୍କ’ ଯୋଜନା ଆରମ୍ଭ; ୨୦୨୪ ମାର୍ଚ୍ଚ ସୁଦ୍ଧା ୪୩୭୩ ପଞ୍ଚାୟତରେ ପହଞ୍ଚିବ ଆମ ବ୍ୟାଙ୍କ

author img

By ETV Bharat Odisha Team

Published : Nov 29, 2023, 8:48 AM IST

ଆମ ବ୍ୟାଙ୍କ ଯୋଜନା ଆରମ୍ଭ କରିଛନ୍ତି ରାଜ୍ୟ ସରକାର । 2024 ସୁଦ୍ଧା ୪୩୭୩ ପଞ୍ଚାୟତରେ ପହଞ୍ଚିବ ଆମ ବ୍ୟାଙ୍କ । ଅଧିକ ପଢନ୍ତୁ

ଆମ ବ୍ୟାଙ୍କ ଯୋଜନା ଆରମ୍ଭ
Ama Bank scheme inaugurated

ଆମ ବ୍ୟାଙ୍କ ଯୋଜନା ଆରମ୍ଭ

ଭୁବନେଶ୍ବର: ଆଉ ଚିନ୍ତା ନାହିଁ । ବ୍ୟଙ୍କ କାମ ପାଇଁ ଆଉ ଦୌଡିବାକୁ ପଡିବ ନାହିଁ ଦୂର । ଏଣିକି ଘରେ ପହଞ୍ଚିବ ବ୍ୟାଙ୍କ । ଲୋକଙ୍କ ସୁବିଧା ପାଇଁ ପ୍ରତି ଗ୍ରାମ ପଞ୍ଚାୟତରେ ସୁନିଶ୍ଚିନ୍ତ ହେବ ବ୍ୟାଙ୍କ ସେବା । ରାଜ୍ୟରେ ବ୍ୟାଙ୍କ ସୁବିଧା ନଥିବା ଅଞ୍ଚଳରେ ଆମ ବ୍ୟାଙ୍କ ଯୋଜନାର ଆରମ୍ଭ ହୋଇଛି । ଘର ପାଖରେ ବ୍ୟାଙ୍କ ସୁବିଧା ପାଇବେ ଲୋକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆମ ବ୍ୟାଙ୍କ ଯୋଜନାର ଶୁଭାରମ୍ଭ କରିଛନ୍ତି । ବ୍ୟାଙ୍କ ସୁବିଧା ନଥିବା 4373 ପଞ୍ଚାୟତର ଲୋକେ ସୁବିଧା ପାଇବେ । 2024 ସୁଦ୍ଧା ରାଜ୍ୟର ସବୁ ପଞ୍ଚାୟତରେ ବ୍ୟାଙ୍କ ସୁବିଧା ପହଞ୍ଚାଇବାକୁ ଲଷ୍ୟ ରଖାଯାଇଛି ।

  • ଲୋକଙ୍କ ସୁବିଧା ପାଇଁ ପ୍ରତି ଗ୍ରାମ ପଞ୍ଚାୟତରେ ସୁନିଶ୍ଚିତ ହେବ ବ୍ଯାଙ୍କ ସେବା। ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ‘ଆମ ବ୍ଯାଙ୍କ’ ର ଉଦଘାଟନ କରିବାକୁ ଯାଉଛନ୍ତି। #AmaBank pic.twitter.com/OZ6k3vNO5T

    — CMO Odisha (@CMO_Odisha) November 28, 2023 " class="align-text-top noRightClick twitterSection" data=" ">

ପ୍ରଥମ ପର୍ଯ୍ୟାୟରେ ୭୫୪ଟି ପଞ୍ଚାୟତରେ ଆମ ବ୍ୟାଙ୍କ ସୁବିଧା ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ୬ଟି ରାଷ୍ଟ୍ରାୟତ ବ୍ୟାଙ୍କ ଯୋଡ଼ି ହୋଇଛନ୍ତି । ଏମାନେ ହେଲେ State Bank of India, Punjab National Bank, Union Bank of India, UCO Bank, Bank of India ଓ Bank of Baroda । ଆମ ବ୍ୟାଙ୍କ୍‌ଗୁଡିକ ଲୋକଙ୍କୁ ୧୫ ପ୍ରକାର ବ୍ୟାଙ୍କ ସେବା ଯୋଗାଇ ଦେବେ । ରାଜ୍ୟର ସମୁଦାୟ ୬୭୯୮ ଗ୍ରାମ ପଞ୍ଚାୟତ ମଧ୍ୟରୁ ପ୍ରାୟ ୬୫ ପ୍ରତିଶତ ବା ୪୩୭୩ଟି ଗ୍ରାମ ପଞ୍ଚାୟତରେ ବ୍ୟାଙ୍କ୍‌ ସୁବିଧା ନାହିଁ । ଲୋକଙ୍କ ଆର୍ଥିକ ସଶକ୍ତିକରଣ ପାଇଁ ବ୍ୟାଙ୍କ ସୁବିଧା ଏକ ଜରୁରୀ ଆବଶ୍ୟକତା । ମୁଖ୍ୟମନ୍ତ୍ରୀ ବ୍ୟାଙ୍କଗୁଡ଼ିକୁ ସମସ୍ତ ସୁବିଧା ପ୍ରଦାନ କରି ୬ ମାସ ମଧ୍ୟରେ ସବୁ ବ୍ୟାଙ୍କ ନଥିବା ପଞ୍ଚାୟତରେ Customer Service Point Plus ଯୋଜନା ଆରମ୍ଭ କରିଛନ୍ତି । ଏହା ‘ଆମ ବ୍ୟାଙ୍କ’ ଭାବରେ ଲୋକଙ୍କୁ ସେବା ଯୋଗାଇ ଦେବ । ଏଥିପାଇଁ ରାଜ୍ୟ ସରକାର ଏହିସବୁ ପଞ୍ଚାୟତରେ ବ୍ୟାଙ୍କଗୁଡ଼ିକୁ ଆସନ୍ତା ୫ ବର୍ଷ ପାଇଁ ଘର (Banking space), ବିଦ୍ୟୁତ ବ୍ୟବସ୍ଥା, ଇଣ୍ଟରନେଟ୍‌ ଯୋଗାଯୋଗ ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ ସୁବିଧା ଯୋଗାଇ ଦେବେ ।

ଏହି ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, "ଆମ ବ୍ୟାଙ୍କ ମଡେଲ ସାରା ଦେଶରେ ପ୍ରଥମ । ଏହି ବ୍ୟାଙ୍କିଂ ମଡେଲ ସାରା ଦେଶ ପାଇଁ ଏକ ରୋଲ ମଡେଲ ହେବ । ଏହା ସହିତ ଏକ ନୂଆ ଓଡ଼ିଶା, ସଶକ୍ତ ଓଡ଼ିଶା ଗଠନ ପାଇଁ ଆହ୍ବାନ ଦେଇଛନ୍ତି । ମୁଁ ଚାହେଁ ରାଜ୍ୟର ସବୁ ଲୋକ ଆର୍ଥିକ ଅନ୍ତର୍ଭୁକ୍ତିକରଣର ସୁବିଧା ପାଆନ୍ତୁ । ଜମିପଟ୍ଟା, ଆଧାର କାର୍ଡ, ଭୋଟର ଆଇଡି କାର୍ଡ ପରି ବ୍ୟାଙ୍କ୍‌ ଆକାଉଣ୍ଟ ମଧ୍ୟ ଖୁବ ଜରୁରୀ । ଘର ପାଖରେ ବ୍ୟାଙ୍କ ସୁବିଧା ମିଳିଲେ, କାଳିଆ, ମମତା, ମଧୁବାବୁ ପେନସନ ପରି ବିଭିନ୍ନ direct benefit transfer ତଥା ଛୋଟଛୋଟ ବ୍ୟବସାୟୀଙ୍କ ପାଇଁ ଋଣ ଆଦି ସୁବିଧା ଲୋକଙ୍କ ପାଖରେ ସିଧାସଳଖ ଓ ସୁବିଧାରେ ଉପଲବ୍ଧ ହୋଇପାରିବ । ଏହା ହିଁ ଆମ 5T ନୀତିର ମୁଖ୍ୟ ଲକ୍ଷ୍ୟ । ତେଣୁ ଆମ ବ୍ୟାଙ୍କ ଲୋକଙ୍କ ଅର୍ଥନୈତିକ ସଶକ୍ତିକରଣ ଦିଗରେ ଆଉ ଏକ ମାଇଲଷ୍ଟୋନ ହେବ । ଏହା ଦ୍ବାରା ଗାଁ ରେ ରହୁଥିବା ଲକ୍ଷ ଲକ୍ଷ ଲୋକ ଆର୍ଥିକ ଦୃଷ୍ଟିରୁ ସଶକ୍ତ ହୋଇପାରିବେ ।"

ଏହା ବି ପଢନ୍ତୁ....ମୁକ୍ତା ପାଇଁ ହେବ ବ୍ୟାଙ୍କ ଲିଙ୍କେଜ, ସହଜରେ ମିଳିବ ଋଣ

ରାଜ୍ୟ ସରକାରଙ୍କ 5T ଉପକ୍ରମରେ ଏହା ଆରମ୍ଭ କରାଯାଇଛି । ଏଭଳି ଯୋଜନା ଆରମ୍ଭ କରିବାରେ ଓଡ଼ିଶା ସାରା ଦେଶରେ ପ୍ରଥମ । ଏଥିପାଇଁ ରାଜ୍ୟ ସରକାର ୫୦୦ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ଏହା ସହିତ ବରିଷ୍ଠ ନାଗରିକ, ଗର୍ଭବତୀ ମହିଳା ଓ ଭିନ୍ନକ୍ଷମ ମାନଙ୍କୁ ବ୍ୟାଙ୍କ ସେବା ସେମାନଙ୍କ ଘରେ ହିଁ ଯୋଗାଇ ଦିଆଯିବ । ଲୋକଙ୍କ ଆର୍ଥିକ ଅନ୍ତର୍ଭୁକ୍ତିକରଣ ବିନା କୌଣସି ଦେଶ ବା ରାଜ୍ୟ ସବୁ ବର୍ଗର ଲୋକଙ୍କ ପାଇଁ ବିକାଶ ଆଣିପାରିବ ନାହିଁ । ଆଜି ଆର୍ଥିକ କ୍ଷେତ୍ରରେ ଉନ୍ନତି, ସାମାଜିକ ବିକାଶ, ଡିଜିଟାଲ ରୂପାନ୍ତର, ଉତ୍ତମ ପ୍ରଶାସନିକ ବ୍ୟବସ୍ଥା ସବୁ କ୍ଷେତ୍ରରେ ଓଡିଶା ଏକ ରୋଲ ମଡେଲ ହୋଇପାରିଛି ।

ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ବ ଯୋଗୁ ଓଡିଶା ଆଜି ଆର୍ଥିକ କ୍ଷେତ୍ରରେ ରୂପାନ୍ତର ଆଣିପାରିଛି । ଆଜି ଆମ ବ୍ୟାଙ୍କ ସେବା ଏହି ଆର୍ଥିକ ପ୍ରଗତୀକୁ ଆହୁରି ଆଗକୁ ନେବ । କାର୍ଯ୍ୟକ୍ରମକୁ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ପରିଚାଳନା କରିଛନ୍ତି । ସେ କହିଛନ୍ତି, "ବ୍ୟାଙ୍କ ସୁବିଧା ନ ଥିବା ପଞ୍ଚାୟତ ଗୁଡିକୁ ବ୍ୟାଙ୍କ ସେବା ଆଣିବା ପାଇଁ ଯେଉଁ ଗତିରେ କାମ ଚାଲିଛି, ସେହି ଗତିରେ କାମ ଚାଲିଲେ, ସବୁ ପଞ୍ଚାୟତରେ ପହଞ୍ଚିବା ପାଇଁ ୩୦ ବର୍ଷ ଲାଗିଥାନ୍ତା । କିନ୍ତୁ ଲୋକଙ୍କ ଆର୍ଥିକ ସଶକ୍ତିକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ଆଜି ଏହା ମାତ୍ର ୬ ମାସ ମଧ୍ୟରେ ସମ୍ଭବ ହୋଇପାରୁଛି । ଏହା ହେଉଛି ରୂପାନ୍ତର ।"

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.