ETV Bharat / state

୫ ସହର ସମେତ ୧୪୯ ୱାର୍ଡରେ ଆରମ୍ଭ ହେଲା ଡ୍ରିଙ୍କ ଫ୍ରମ ଟ୍ୟାପ, ଉପକୃତ ହେବେ ୧୨ ଲକ୍ଷ ୩୦ ହଜାର

author img

By ETV Bharat Odisha Team

Published : Oct 9, 2023, 4:17 PM IST

Updated : Oct 9, 2023, 4:49 PM IST

ଡ୍ରିଙ୍କ ଫ୍ରମ ଟ୍ୟାପ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୫ଟି ଉପକ୍ରମ ପ୍ରୟୋଗରେ ଡ୍ରିଙ୍କ ଫ୍ରମ ଟ୍ୟାପ ଯୋଜନା ଆଜି ସାରା ଦେଶ ପାଇଁ ଓଡିଶା ଏକ ମଡେଲ ହୋଇଛି । ଆଜି ୫ଟି ସହର ରାଇରଙ୍ଗପୁର, ଚମ୍ପୁଆ, ବୀରମିତ୍ରପୁର, ରାଜଗାଙ୍ଗପୁର ଓ ନିମାପଡାକୁ ୨୪ ଘଣ୍ଟିଆ ପାନୀୟ ଜଳଯୋଗାଣ ସୁବିଧାର ଶୁଭାରମ୍ଭ ହୋଇଛି । ଅଧିକ ପଢନ୍ତୁ

୫ ସହର ସମେତ ୧୪୯ ୱାର୍ଡରେ ଆରମ୍ଭ ହେଲା ଡ୍ରିଙ୍କ ଫ୍ରମ ଟ୍ୟାପ, ଉପକୃତ ହେବେ ୧୨ ଲକ୍ଷ ୩୦ ହଜାର
୫ ସହର ସମେତ ୧୪୯ ୱାର୍ଡରେ ଆରମ୍ଭ ହେଲା ଡ୍ରିଙ୍କ ଫ୍ରମ ଟ୍ୟାପ, ଉପକୃତ ହେବେ ୧୨ ଲକ୍ଷ ୩୦ ହଜାର

୫ ସହର ସମେତ ୧୪୯ ୱାର୍ଡରେ ଆରମ୍ଭ ହେଲା ଡ୍ରିଙ୍କ ଫ୍ରମ ଟ୍ୟାପ, ଉପକୃତ ହେବେ ୧୨ ଲକ୍ଷ ୩୦ ହଜାର

ଭୁବନେଶ୍ବର: ଡ୍ରିଙ୍କ ଫ୍ରମ ଟ୍ୟାପ ମିଶନର ୩ ବର୍ଷ ପୂର୍ତ୍ତି । ଏହି ଅବସରରେ ଆଜି ଓଡିଶାର ୫ଟି ସହର ସମେତ ଅନ୍ୟ ୧୩ଟି ସହରର ୧୪୯ଟି ୱାର୍ଡରେ ୨୪ ଘଣ୍ଟିଆ ଜଳ ଯୋଗାଣ ସୁବିଧାର ଶୁଭାରମ୍ଭ ହୋଇଛି । କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନ କନଭେନସ ସେଣ୍ଟରରେ ଆୟୋଜିତ ହୋଇଛି ଡ୍ରିଙ୍କ ଫ୍ରମ ଟ୍ୟାପ କାର୍ଯ୍ୟକ୍ରମ ।

ଡ୍ରିଙ୍କ ଫ୍ରମ ଟ୍ୟାପ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୫ଟି ଉପକ୍ରମ ପ୍ରୟୋଗରେ ଡ୍ରିଙ୍କ ଫ୍ରମ ଟ୍ୟାପ ଯୋଜନା ଆଜି ସାରା ଦେଶ ପାଇଁ ଓଡିଶା ଏକ ମଡେଲ ହୋଇଛି । ଆଜି ୫ଟି ସହର ରାଇରଙ୍ଗପୁର, ଚମ୍ପୁଆ, ବୀରମିତ୍ରପୁର, ରାଜଗାଙ୍ଗପୁର ଓ ନିମାପଡାକୁ ୨୪ ଘଣ୍ଟିଆ ପାନୀୟ ଜଳଯୋଗାଣ ସୁବିଧାର ଶୁଭାରମ୍ଭ ହୋଇଛି । ଏସବୁ ସହର ଗୁଡିକର ପ୍ରାୟ ୩୦ ହଜାର ପରିବାରର ୧.୮୦ ଲକ୍ଷ ଲୋକ ଉପକୃତ ହେବେ । ସେହିପରି ୧୩ଟି ପୌରାଞ୍ଚଳ ଭୁବନେଶ୍ବର, କଟକ, ବ୍ରହ୍ମପୁର, ରାଉରକେଲା, ସୁନ୍ଦରଗଡ, କେନ୍ଦୁଝର, ବ୍ୟାସନଗର, ଖୋର୍ଦ୍ଧା, ଜଟଣୀ, ଆନନ୍ଦପୁର, ଯୋଡା, ବଡବିଲ ଏବଂ ହିଞ୍ଜଳିକାଟୁର ୧୪୯ଟି ୱାର୍ଡ ପାଇଁ ଏହି ସୁବିଧା ଆରମ୍ଭ କରାଯାଇଛି । ଏସବୁ ୱାର୍ଡର ପ୍ରାୟ ୧୦.୫୦ ଲକ୍ଷ ଜନସାଧାରଣ ଉପକୃତ ହେବେ । ୨ ଲକ୍ଷରୁ ଊର୍ଦ୍ଧ୍ବ ପରିବାରଙ୍କୁ ବିଶୁଦ୍ଧ ପାନୀୟ ଜଳଯୋଗାଣ ସୁବିଧା ମିଳିବ । ଏହି ୧୩ଟି ପୌରାଞ୍ଚଳର ଅବଶିଷ୍ଟ ୱାର୍ଡମାନଙ୍କୁ ଜଳଯୋଗାଣ ପାଇଁ କାର୍ଯ୍ୟ ଜାରି ରହିଛି । ଖୁବଶୀଘ୍ର ଏସବୁ ୱାର୍ଡବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳଯୋଗାଣ ସୁବିଧା ମିଳିବ ।

ଅଧିକ ପଢନ୍ତୁ- ଦେଶରେ ପ୍ରଥମ ପୁରୀ, ୨୪ ଘଣ୍ଟିଆ ମିଳିବ ଟ୍ୟାପ ପାଣି

ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ କହିଛନ୍ତି ଯେ, ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳଯୋଗାଣ ଦ୍ବାରା ଗରିବ ଓ ଦୁର୍ବଳ ଅର୍ଥନୈତିକ ବର୍ଗର ଲୋକମାନେ ବିଶେଷ ଉପକୃତ ହେବେ । ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ଓଡିଶା ଆଜି ଅନ୍ୟ ରାଜ୍ୟ ଓ ଦେଶମାନଙ୍କ ପାଇଁ ଆଦର୍ଶ ହୋଇ ପାରିଛି । ଯୁକ୍ତରାଜ୍ୟ ଇଂଲଣ୍ଡର ଆନ୍ତର୍ଜାତିକ ଜଳସଂଘ (International Water Association)ର Executive Director Dr. Kalanithy Vairavmoorthy କହିଛନ୍ତି ଯେ ଓଡିଶାରେ ଡ୍ରିଙ୍କ ଫ୍ରମ ଟ୍ୟାପ କାର୍ଯ୍ୟକ୍ରମ ଏକ ଅନନ୍ୟ ଉଦାହରଣ । ତାଙ୍କ ଜୀବନକାଳ ମଧ୍ୟରେ ଭାରତରେ ଏଭଳି ବ୍ୟବସ୍ଥା ହୋଇପାରିବ ବୋଲି ସେ ସ୍ବପ୍ନରେ ସୁଦ୍ଧା ଭାବି ନଥିଲେ । ଏହା କେବଳ ମୁଖ୍ୟମନ୍ତ୍ରୀଙ୍କ ଦୃଢ ରାଜନୈତିକ ଓ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ବ ଯୋଗୁ ସମ୍ଭବ ହୋଇପାରିଛି । ଏହି କାର୍ଯ୍ୟକ୍ରମରେ ଟେକ୍ନୋଲୋଜିର ପ୍ରୟୋଗ ଯୋଗୁ ଏହା ଅଧିକ ସଫଳ ହୋଇପାରିଛି । ଓଡିଶାର ସଫଳତା କାହାଣୀ ବିଷୟରେ ଅନ୍ୟ ରାଜ୍ୟର, ଅନ୍ୟ ଦେଶର ଲୋକ ଜାଣିବାର ବହୁତ ଆବଶ୍ୟକତା ରହିଛି ।

ଅଧିକ ପଢନ୍ତୁ- 2023 ସୁଦ୍ଧା କଟକରେ ଘରେ ଘରେ ପହଞ୍ଚିବ ପାନୀୟ ଜଳ

ବିଭାଗୀୟ ପ୍ରମୁଖ ଶାସନ ସଚିବ ଜି. ମାଥିଭାଥାନନ ସ୍ବାଗତ ଭାଷଣ ଦେଇଛନ୍ତି । ୱାଟକୋର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଧନ୍ୟବାଦ ଅର୍ପଣ କରିଛନ୍ତି । ବିଭିନ୍ନ ଜିଲ୍ଲାରେ ମନ୍ତ୍ରୀ, ସାଂସଦ, ବିଧାୟକ ତଥା ଜିଲ୍ଲାପାଳମାନେ କାର୍ଯକ୍ରମରେ ଭିସି ମାଧ୍ୟମରେ ଉପସ୍ଥିତ ଥିଲେ ।

ଅନ୍ୟପଟେ ପାନୀୟ ଜଳ ଟୋପାଏ ପାଇଁ ଆଉ ନିର୍ଦ୍ଦିଷ୍ଟ ସମୟକୁ ଖୋର୍ଦ୍ଧା ଓ ଜଟଣୀ ପୌରାଞ୍ଚଳବାସୀଙ୍କୁ ଅପେକ୍ଷା କରିବାକୁ ପଡିବ ନାହିଁ । ଡ୍ରିଙ୍କ ଫ୍ରମ ଟ୍ୟାପ ଯୋଜନା ମାଧ୍ୟମରେ ଉଭୟ ସହରର ଲୋକଙ୍କୁ 24 ଘଣ୍ଟିଆ ପାନୀୟ ଜଳ ଯୋଗାଣ ହେବ । ଆଜି ଡ୍ରିଙ୍କ ଫ୍ରମ ଟ୍ୟାପ ଉଦଘାଟନ ପରେ ଖୋର୍ଦ୍ଧା ଜିଲ୍ଲାର ଖୋର୍ଦ୍ଧା ପୌରାଞ୍ଚଳ 4ଟି ୱାର୍ଡ ଏବଂ ଜଟଣୀ ପୌରାଞ୍ଚଳର 3 ଟି ୱାର୍ଡ ସାମିଲ ହୋଇଛି । ଏହାଫଳରେ ଖୋର୍ଦ୍ଧା ପୌରାଞ୍ଚଳର 8 ହଜାର 517 ଏବଂ ଜଟଣୀ ପୌରାଞ୍ଚଳର 10 ହଜାର 800 ଜନସାଧାରଣ ଉପକୃତ ହେବେ । ଏହି ଯୋଜନାକୁ ପରିଚାଳନା କରିବା ପାଇଁ ସ୍ବୟଂ ସହାୟକ ଗୋଷ୍ଠୀର ମା ମାନଙ୍କୁ ଜଳ ସାଥି ଭାବେ ନିଯୁକ୍ତ ମିଳିଛି । ୱାଟକୋ ସହାୟତାରେ ଏହି ଡ୍ରିଙ୍କ ଫ୍ରମ ଟ୍ୟାପ କାର୍ଯ୍ୟକ୍ରମକୁ ପରିଚାଳନା କରିବ ।

ଇଟିଭି ଭାରତ, ଭୁବନେଶ୍ବର

Last Updated :Oct 9, 2023, 4:49 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.