ETV Bharat / state

୨୬ ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ; ସୁଦୃଢ଼ ହେବ ସ୍ୱାସ୍ଥ୍ୟସେବା

author img

By ETV Bharat Odisha Team

Published : Oct 5, 2023, 7:26 AM IST

୨୬ ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢ଼ନ୍ତୁ

୨୬ ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ
୨୬ ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ

ଭୁବନେଶ୍ବର: ରାଜ୍ୟରେ ଆହୁରି ସୁଦୃଢ ହେବ ସ୍ବାସ୍ଥ୍ୟସେବା । ୨୬ଟି ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ସରକାରଙ୍କ ନିଜସ୍ବ ପାଣ୍ଠିରୁ ଏଥିପାଇଁ ୧୦.୯୨ କୋଟି ଟଙ୍କା ଖର୍ଚ୍ଚ ହୋଇଛି । ଏହାଦ୍ବାରା ରାଜ୍ୟର ସ୍ବାସ୍ଥ୍ୟସେବା କ୍ଷେତ୍ର ଅଧିକ ମଜବୁତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଗତକାଲି(ବୁଧବାର) ସନ୍ଧ୍ୟାରେ ନବୀନ ନିବାସରେ ଏହି ଲୋକାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କ ନିଜସ୍ବ ପାଣ୍ଠି ବିନିଯୋଗରେ କ୍ରୟ ହୋଇଥିବା ଏହି ୨୬ଟି ନୂତନ ଆମ୍ବୁଲାନ୍ସକୁ ପତକା ଦେଖାଇ ଶୁଭାରମ୍ଭ କରିଛନ୍ତି ।

୨୬ ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ
୨୬ ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ

ରାଜ୍ୟବାସୀଙ୍କୁ ଜରୁରୀକାଳୀନ ସେବା ପ୍ରଦାନ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଏହି ଅତ୍ୟାଧୁନିକ ଆମ୍ବୁଲାନ୍ସ ଲୋକାର୍ପିତ କରିଛନ୍ତି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ରୋଗୀସେବା ଯୋଗାଇ ଦେବା ଉଦ୍ଦେଶ୍ୟରେ ଏହି ଆମ୍ବୁଲାନ୍ସ କ୍ରୟ ହୋଇଛି । ଏହି ୨୬ଟି ଆମ୍ବୁଲାନ୍ସ ପାଇଁ ୧୦.୯୨ କୋଟି ଟଙ୍କା ବିନିଯୋଗ ହୋଇଛି । ଦୁର୍ଘଟଣା, ପ୍ରାକୃତିକ ବିପର୍ଯ୍ୟୟ, ଗର୍ଭବତୀ ଓ ଗୁରୁତର ରୋଗରେ ପୀଡିତ ବ୍ୟକ୍ତିଙ୍କୁ ବିନା ଖର୍ଚ୍ଚରେ ଡାକ୍ତରଖାନାକୁ ନେବା ପାଇଁ ରାଜ୍ୟରେ ଏହି ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ସଫଳତାର ସହ କାର୍ଯ୍ୟ କରୁଛି ।

୨୬ ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ
୨୬ ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ

ଏହାମଧ୍ୟ ପଢନ୍ତୁ : ୪୨୯ ରାସ୍ତା ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ଖର୍ଚ୍ଚ ହେବ ୩୯ କୋଟି, ୩ ମାସରେ ସରିବ କାମ

ଜୀବନ ରକ୍ଷାକାରୀ ସୁବିଧା ଥିବା ଏହି ୨୬ଟି ନୂତନ ଆମ୍ବୁଲାନ୍ସ ସାମିଲ ହେବା ପରେ ରାଜ୍ୟର ସ୍ବାସ୍ଥ୍ୟ ସେବା କ୍ଷେତ୍ର ଅଧିକ ସୁଦୃଢ ହେବ । ଟୋଲ୍‌ ଫ୍ରି' ନମ୍ବର ୧୦୮କୁ ଫୋନ୍‌ କରି ରାଜ୍ୟରେ ଏହି ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ସୁବିଧା ଉପଲବ୍ଧ ହେଉଛି । ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଫାଇଭ୍‌-ଟି ସଚିବ ଭି.କେ ପାଣ୍ଡିଆନ, ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ଆମ୍ବୁଲାନ୍ସ ଲୋକାର୍ପଣ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

୨୬ ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ
୨୬ ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ

ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର, ବାଲିଅନ୍ତା ଓ ଜଟଣୀ ବ୍ଲକର ଆବାସିକ କଲୋନୀ ପାଇଁ ୪୨୯ଟି ରାସ୍ତା ପ୍ରକଳ୍ପକୁ ଅନୁମୋଦନ କରିଥିଲେ । ଏହି ପ୍ରକଳ୍ପ ପାଇଁ ଖର୍ଚ୍ଚ ହେବ ୩୯ କୋଟି ୨୫ ଲକ୍ଷ ଟଙ୍କା । ପ୍ରକଳ୍ପ କାର୍ଯ୍ୟ ୩ ମାସରେ ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏହାମଧ୍ୟ ପଢନ୍ତୁ : ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି, ବଢ଼ିଲା ଶ୍ରମିକଙ୍କର ଦୈନିକ ମଜୁରୀ

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.