ETV Bharat / state

ବାଲେଶ୍ବର ଓ ବଲାଙ୍ଗୀରରେ ଆମ ଓଡିଶା ନବୀନ ଓଡିଶା ଶୁଭାରମ୍ଭ; ବିକଶିତ ଗାଁ ହେବ ଓଡିଶା ରୂପାନ୍ତରର ପ୍ରକୃତ ଚିତ୍ର

author img

By ETV Bharat Odisha Team

Published : Oct 31, 2023, 7:32 PM IST

ବାଲେଶ୍ବର ଓ ବଲାଙ୍ଗୀରରେ ଆମ ଓଡିଶା ନବୀନ ଓଡିଶା ଶୁଭାରମ୍ଭ; ବିକଶିତ ଗାଁ ହେବ ଓଡିଶା ରୂପାନ୍ତରର ପ୍ରକୃତ ଚିତ୍ର
ବାଲେଶ୍ବର ଓ ବଲାଙ୍ଗୀରରେ ଆମ ଓଡିଶା ନବୀନ ଓଡିଶା ଶୁଭାରମ୍ଭ; ବିକଶିତ ଗାଁ ହେବ ଓଡିଶା ରୂପାନ୍ତରର ପ୍ରକୃତ ଚିତ୍ର

୫T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଛନ୍ତି । ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଛନ୍ତି । ବାଲେଶ୍ବର ଜିଲ୍ଲାର ରେମୁଣା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୬୬ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୭.୩୯ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୬ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୩.୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଅଧିକ ପଢନ୍ତୁ

ଭୁବନେଶ୍ବର: ବାଲେଶ୍ବର ଓ ବଲାଙ୍ଗୀରରେ ଆମ ଓଡିଶା ନବୀନ ଓଡିଶା ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାଲେଶ୍ବରର ୮ଟି ନିର୍ବାଚନ ମଣ୍ଡଳୀ ପାଇଁ ୧୭୮ କୋଟି ଟଙ୍କାର ୪୪୬୫ ପ୍ରକଳ୍ପ ଘୋଷଣା କରାଯାଇଛି । ସେହିପରି ବଲାଙ୍ଗୀରର ୫ଟି ନିର୍ବାଚନ ମଣ୍ଡଳୀ ପାଇଁ ୧୫୮.୫୦ କୋଟି ଟଙ୍କାର ୩୯୧୧ ପ୍ରକଳ୍ପ ଘୋଷଣା ହୋଇଛି । ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ଦୁଇଟି ଜିଲ୍ଲାର ୯୧ଟି ଗୁରୁତ୍ବପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୪୫୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ନବୀନ ଓଡିଶାର ପରିଚୟ ନେଇ ପ୍ରତି ଗାଁ ଆଗକୁ ବଢିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବିକଶିତ ଗାଁ ହେବ ଓଡିଶା ରୂପାନ୍ତରର ପ୍ରକୃତ ଚିତ୍ର ବୋଲି କହିଛନ୍ତି ୫T ଓ ‘ନବୀନ ଓଡିଶା’ ଅଧ୍ୟକ୍ଷ ଭିକେ ପାଣ୍ଡିଆନ ।

ଅଧିକ ପଢନ୍ତୁ- ଆମ ଓଡିଶା ନବୀନ ଓଡିଶା ତୃତୀୟ ଦିନ: ମୟୂରଭଞ୍ଜ, ବରଗଡ ଓ ଦେବଗଡ ପାଇଁ ୨୭୨ କୋଟି ମଞ୍ଜୁର

‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମର ଫୋକସ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଭିସି ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ସପ୍ତମ ଦିନରେ ବାଲେଶ୍ବର ଓ ବଲାଙ୍ଗୀର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ଏଥିପାଇଁ ବାଲେଶ୍ବର ଜିଲ୍ଲାର ୮ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୭୮ କୋଟି ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା ରେମୁଣା, ଭୋଗରାଇ, ଜଳେଶ୍ବର, ବାଲେଶ୍ବର, ସିମୁଳିଆ, ବସ୍ତା, ସୋର ଓ ନୀଳଗିରି । ଏହି ସବୁ ନିର୍ବାଚନ ମଣ୍ଡଳୀର ୧୨ଟି ବ୍ଲକର ୩୫୬ଟି ଗ୍ରାମ ପଞ୍ଚାୟତରେ ୪୪୬୫ଟି ପ୍ରକଳ୍ପ ହେବ । ସେହିପରି ବଲାଙ୍ଗୀର ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୫୮.୫୦ କୋଟି ଟଙ୍କା ମଂଜୁର ହୋଇଛି । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା ବଲାଙ୍ଗୀର, ଟିଟିଲାଗଡ, ପାଟଣାଗଡ, କଣ୍ଟାବାଞ୍ଜି ଓ ଲୋଇସିଙ୍ଗା । ଏଥିରେ ୧୪ଟି ବ୍ଲକର ୩୧୭ଟି ଗ୍ରାମପଞ୍ଚାୟତରେ ୩୯୧୧ଟି ପ୍ରକଳ୍ପ କରାଯିବ ।

୫T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଛନ୍ତି । ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଛନ୍ତି । ବାଲେଶ୍ବର ଜିଲ୍ଲାର ରେମୁଣା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୬୬ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୭.୩୯ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୬ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୩.୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ସେହିପରି ଭୋଗରାଇ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୫୩ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୭.୧୯ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୬ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୬୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ସେହିପରି ଜଳେଶ୍ବର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୨୨ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୦.୩୬ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ୫.୫୮ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ମଧ୍ୟରେ ଜଳେଶ୍ବର ପୌରାଞ୍ଚଳରେ କ୍ରୀଡାର ବିକାଶ ପାଇଁ ଏକ ସ୍କେଟିଙ୍ଗ ରିଙ୍ଗ । ଏହା ଦ୍ବାର ଜିଲ୍ଲାରେ କ୍ରୀଡାର ବିକାଶରେ ଏକ ନୂଆ ଫର୍ଦ୍ଦ ଯୋଡି ହେବ ।

ଅଧିକ ପଢନ୍ତୁ- Ama Odisha Naveen Odisha Launches: ପୁରୀ ପାଇଁ ୧୩୪ ଓ ନୟାଗଡ ପାଇଁ ୯୭ କୋଟି

ସେହିପରି ସୋର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୯୦ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୫.୭୦ କୋଟି ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲା ଗସ୍ତ ପରେ ୮ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୯.୯୨ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ମଧ୍ୟରେ ରହିଛି ବାହନାଗା ହାଇସ୍କୁଲର ନିର୍ମାଣ ଓ ଅଧୁନିକୀକରଣ ଏବଂ ବାହନଗା ଗ୍ରାମପଞ୍ଚାୟତକୁ ଏକ ମଡେଲ ପଞ୍ଚାୟତ ଭାବେ ନିର୍ମାଣ, ବାହନାଗା ପ୍ରାଥମିକ ଚିକିତ୍ସାଳୟକୁ ‘ଆମ ହସ୍ପିଟାଲ’ ଭାବେ ଉନ୍ନତୀକରଣ । ବସ୍ତା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୨୭ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୨.୩୯ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲା ଗସ୍ତ ପରେ ୧୦ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୦୭.୫୪ କୋଟି ଟଙ୍କା ମଞ୍ଜୁର କରାଯାଇଛି । ବାଲେଶ୍ବର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୧୯ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୮.୭୫ କୋଟି ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୫ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ୯.୦୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ସେହିପରି ନୀଳଗିରି ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୦୧ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୦.୯୧ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୮ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୮.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଛି । ସେହିପରି ସିମୁଳିଆ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୮୮ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୯.୨୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୧୨ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୦.୮୭ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହି ପରି ବାଲେଶ୍ବର ୫୯ ପ୍ରକଳ୍ପ ପାଇଁ ୨୨୪.୨୨ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

ସେହିଭଳି ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୫୪ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୧.୨୦ କୋଟି ଟଙ୍କା ଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୮ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୭୮.୮୧ କୋଟି ଟଙ୍କା ମଞ୍ଜୁର କରାଯାଇଛି । ପାଟଣାଗଡ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୧୧ଟି ଶିକ୍ଷାନୁଷ୍ଠାନ ତଥା ଧାର୍ମିକ ଅନୁଷ୍ଠାନ ପାଇଁ ୧୪.୫୭ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୫ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୯.୭୨ କୋଟି ଟଙ୍କା ମଞ୍ଜୁର କରାଯାଇଛି । ବଲାଙ୍ଗୀର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୩୮ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୫.୫୦ କୋଟି ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୧୦ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୧.୨୯ କୋଟି ଟଙ୍କା ମଞ୍ଜୁର କରାଯାଇଛି । କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୮୧ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୧.୨୦ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ୬.୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଲୋଇସିଙ୍ଗା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୩୨ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୧ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୫ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୩୮ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହି ପରି ବଲାଙ୍ଗୀର ଜିଲ୍ଲାରେ ୩୨ଟି ପ୍ରକଳ୍ପ ପାଇଁ ୨୩୪.୭୦ କୋଟି ମଞ୍ଜୁର କରାଯାଇଛି ।

କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରତାପ କେଶରୀ ଦେବ, ମନ୍ତ୍ରୀ ଅଶ୍ବିନୀ ପାତ୍ର, ମନ୍ତ୍ରୀ ନିରଞ୍ଜନ ପୂଜାରୀ, ମନ୍ତ୍ରୀ ଟୁକୁନି ସାହୁ, ବିଧାୟକ ଅନନ୍ତ ଦାସ, ବିଧାୟକ ନିତ୍ୟାନନ୍ଦ ସାହୁ, ବିଧାୟକ ସ୍ବରୂପ ଦାସ, ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ବିଧାୟକ ସରୋଜ ମେହେରଙ୍କ ସମେତ ଜିଲ୍ଲା ପରିଷଦ ସଭାପତି, ସଦସ୍ୟ ଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ଆଲୋଚନାରେ ଭାଗ ନେଇଛନ୍ତି । ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଛନ୍ତି । କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.