ETV Bharat / state

CM Naveen Reviews BSKY: ଦେଶର ୫୦୦ ଘରୋଇ ହସ୍ପିଟାଲ BSKYରେ ତାଲିକାଭୁକ୍ତ

author img

By

Published : Nov 3, 2022, 7:44 AM IST

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (Chief Minister Naveen Patnaik ) ବୁଧବାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (Biju Swasthya Kalyan Yojana)ର ସମୀକ୍ଷା କରିଛନ୍ତି । BSKY କାର୍ଯ୍ୟକ୍ରମରେ ଅଗ୍ରଗତି ନେଇ ସନ୍ତୋଷ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ

Etv Bharat
Etv Bharat

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (Chief Minister Naveen Patnaik ) ବୁଧବାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (Biju Swasthya Kalyan Yojana)ର ସମୀକ୍ଷା କରିଛନ୍ତି । BSKY କାର୍ଯ୍ୟକ୍ରମରେ ଅଗ୍ରଗତି ନେଇ ସନ୍ତୋଷ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ସ୍ବାସ୍ଥ୍ୟସେବା ପାଇଁ ଦେଶର ୫୦୦ ଘରୋଇ ହସ୍ପିଟାଲ ତାଲିକାଭୁକ୍ତ ହୋଇଛି । ଯୋଜନା ଆରମ୍ଭରୁ ଆଜି ପର୍ଯ୍ୟନ୍ତ ୫,୪୫,୩୩୯ ଜଣ ହିତାଧିକାରୀ ୧୨୯୧ କୋଟି ଟଙ୍କାର ଚିକିତ୍ସା ସୁବିଧା ପାଇଛନ୍ତି । ମୋ ସରକାର ପ୍ଲାଟଫର୍ମରେ ଏହି ଯୋଜନା ସଂପର୍କରେ ବହୁତ ଭଲ ଫିଡବ୍ୟାକ ମିଳୁଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

ରାଜ୍ୟର ୯୬.୫ ଲକ୍ଷ ପରିବାରକୁ ଏହି ଯୋଜନାରେ ସ୍ମାର୍ଟ ହେଲ୍ଥ କାର୍ଡ ଯୋଗାଇ ଦିଆଯାଇଛି । ଏହାଦ୍ବାରା ରାଜ୍ୟର ୩.୩୦ କୋଟି ଲୋକ ଉପକୃତ ହେଉଛନ୍ତି । ହିତାଧିକାରୀ ମାନଙ୍କ ଚିକିତ୍ସା ପାଇଁ ଘରୋଇ ହସପିଟାଲ ମାନଙ୍କୁ ତାଲିକାଭୁକ୍ତ କରାଯାଇଛି । ଏଥିରେ ପ୍ରତି ପରିବାରକୁ ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଦିଆଯାଉଛି । ମହିଳା ହିତାଧିକାରୀଙ୍କ କ୍ଷେତ୍ରରେ ଏହି ସୁବିଧା ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଳିପାରୁଛି । ବର୍ତ୍ତମାନ ସୁଦ୍ଧା ୫୦୦ଟି ଘରୋଇ ହସ୍ପିଟାଲକୁ ତାଲିକାଭୁକ୍ତ କରାଯାଇଛି । ସେଥିମଧ୍ୟରୁ ୯୮ଟି ହସ୍ପିଟାଲ ରାଜ୍ୟ ବାହାରେ ଅଛନ୍ତି । ରାଜ୍ୟ ବାହାରେ ଥିବା ହସ୍ପିଟାଲ ଗୁଡିକ ମଧ୍ୟରେ ଜାତୀୟ ସ୍ତରରେ ସୁନାମ ଅର୍ଜନ କରିଥିବା ଟାଟା ମେମୋରିଆଲ ହସ୍ପିଟାଲ, ସିଏମସି ଭେଲୋର, ଶ୍ରୀ ଶଂକର କ୍ୟାନସର ହସ୍ପିଟାଲ ବାଙ୍ଗାଲୋର, ନାରାୟଣ ହୃଦୟାଳୟ ହସ୍ପିଟାଲ, ଫର୍ଟିସ ହସ୍ପିଟାଲ, ଆପୋଲ ହସ୍ପିଟାଲ ଇତ୍ୟାଦି ରହିଛନ୍ତି ।

ଏହାବି ପଢନ୍ତୁ- Archana Nag Case: ଧର୍ମେନ୍ଦ୍ରଙ୍କ ଆକ୍ରମଣ ପରେ ମୁହଁ ଖୋଲିଲା ବିଜେଡି, ପ୍ରତିକ୍ରିୟା ରଖିଲା କଂଗ୍ରେସ

୧୭ଟି ରାଜ୍ୟରେ ଏହି ହସ୍ପିଟାଲ ଗୁଡିକ BSKY ଯୋଜନାରେ ସେବା ଯୋଗାଇ ଦେଉଛନ୍ତି । ସିଏମସି ଭେଲୋରରେ ୭୬ ଜଣ ଓ ଟାଟା ମେମୋରିଆଲ ହସ୍ପିଟାଲ ମୁମ୍ବାଇରେ ୯୭୯ ଜଣ ହିତାଧିକାରୀ ଚିକିତ୍ସା ସୁବିଧା ପାଇଛନ୍ତି । ୨୦୨୧ ସେପ୍ଟେମ୍ବର ୧ରେ ଏହି ଯୋଜନା ଆରମ୍ଭ ହେବା ଠାରୁ ଆଜି ପର୍ଯ୍ୟନ୍ତ ୫,୪୫,୩୩୯ ଜଣ ହିତାଧିକାରୀ ୧୨୯୧ କୋଟି ଟଙ୍କାର ଚିକିତ୍ସା ସୁବିଧା ପାଇଛନ୍ତି । ଏଥିମଧ୍ୟରୁ ରାଜ୍ୟ ବାହାର ହସ୍ପିଟାଲ ଗୁଡିକରେ ୨୩,୧୧୯ ଜଣ ହିତାଧିକାରୀ ୬୪.୨୫ କୋଟି ଟଙ୍କାର ଚିକିତ୍ସା ସୁବିଧା ପାଇଛନ୍ତି । ଘରୋଇ ହସ୍ପିଟାଲ ଗୁଡିକର ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ସଂପୂର୍ଣ୍ଣ ଭାବେ ବହନ କରୁଛନ୍ତି । ସମୁଦାୟ ୫,୪୫,୩୩୯ ହିତାଧିକାରୀଙ୍କ ମଧ୍ୟରୁ ଅଢେଇ ଲକ୍ଷ ହିତାଧିକାରୀ ପ୍ରତ୍ୟେକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇଥିବାବେଳେ ୨୨୫ ଜଣ ମହିଳା ରୋଗୀ ପ୍ରତ୍ୟେକ ୫ ଲକ୍ଷ ଟଙ୍କାରୁ ଅଧିକ ଚିକିତ୍ସା ସୁବିଧା ପାଇଛନ୍ତି । ୨୭ ଜଣ ମହିଳା ପ୍ରତ୍ୟେକ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଗ୍ରହଣ କରିଛନ୍ତି ।

ଏହାବି ପଢନ୍ତୁ- ମେଘାଳୟ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରର ଜରୁରୀ ଅବତରଣ, ଟିମ ସହ ଗନ୍ତବ୍ୟସ୍ଥଳକୁ ଚାଲି ଚାଲି ଗଲେ ମୁଖ୍ୟମନ୍ତ୍ରୀ

ବର୍ତ୍ତମାନ ମାସକୁ ପ୍ରାୟ ୭୩ ହଜାର ରୋଗୀ ତାଲିକାଭୁକ୍ତ ହସ୍ପିଟାଲରେ ଚିକିତ୍ସା ପାଉଥିବାବେଳେ ଏଥିପାଇଁ ରାଜ୍ୟ ସରକାର ମାସକୁ ୧୬୫ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ବିଭିନ୍ନ ତାଲିକାଭୁକ୍ତ ଡାକ୍ତରଖାନାରେ ଚିକିତ୍ସାଧୀନ ହିତାଧିକାରୀ ମାନଙ୍କ ସହିତ BSKY କର୍ତ୍ତୃପକ୍ଷ ସଂପୂର୍ଣ୍ଣ ଯୋଗାଯୋଗରେ ଅଛନ୍ତି । ରୋଗୀଙ୍କ ସନ୍ତୋଷ ହାର ୯୭ ପ୍ରତିଶତ ରହିଛି ବୋଲି ଜଣାଯାଇଛି । ଏହା ସହିତ ରୋଗୀମାନଙ୍କ ଆଡମିଶନ ତଥା ଅନ୍ୟାନ୍ୟ ସହାୟତା ପାଇଁ ଏହି ଘରୋଇ ହସ୍ପିଟାଲ ଗୁଡିକରେ ସ୍ବାସ୍ଥ୍ୟ ମିତ୍ର ମାନଙ୍କୁ ରଖାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.