ETV Bharat / state

ମଧୁବାବୁ ପେନସନ ଯୋଜନାରେ ସାମିଲ ହେବେ ନୂଆ 4.13 ଲକ୍ଷ ହିତାଧିକାରୀ

author img

By

Published : Aug 7, 2023, 8:23 PM IST

ମନ୍ତ୍ରୀ କହିଛନ୍ତି ଯେ, ସାମାଜିକ ସୁରକ୍ଷାକୁ ଗୁରୁତ୍ବ ଦେଇ ରାଜ୍ୟ ସରକାର ବଢ଼େଇଛନ୍ତି ମଧୁବାବୁ ପେନସନ ଯୋଜନା ପରିସର । ଆଉ ୪ ଲକ୍ଷ ୧୩ ହଜାର ହିତାଧିକାରୀଙ୍କୁ ସାମିଲ କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଯୋଜନାରେ ହିତାଧିକାରୀଙ୍କ ସଂଖ୍ୟା ୨୮ ଲକ୍ଷ ୬୧ ହଜାରରୁ ୩୨ ଲକ୍ଷ ୭୫ ହଜାରକୁ ବୃଦ୍ଧି ପାଇଛି । ଅଗଷ୍ଟ ୧୫ ତାରିଖ ଜନସେବା ଦିବସରେ ନୂଆ ହିତାଧିକାରୀ ସେମାନଙ୍କ ପ୍ରଥମ ପେନସନ ପାଇବେ । ଅଧିକ ପଢନ୍ତୁ

ମଧୁବାବୁ ପେନସନ ଯୋଜନାରେ ସାମିଲ ହେବେ ନୂଆ ହିତାଧିକାରୀ
ମଧୁବାବୁ ପେନସନ ଯୋଜନାରେ ସାମିଲ ହେବେ ନୂଆ ହିତାଧିକାରୀ

ମଧୁବାବୁ ପେନସନ ଯୋଜନାରେ ସାମିଲ ହେବେ ନୂଆ ହିତାଧିକାରୀ

ଭୁବନେଶ୍ବର: ମଧୁବାବୁ ପେନସନ ଯୋଜନାର ପରିସର ବୃଦ୍ଧି ହୋଇଛି । ଯୋଜନାରେ ସାମିଲ ହୋଇଛନ୍ତି ଆଉ ୪ ଲକ୍ଷ ୧୩ ହଜାର ହିତାଧିକାରୀ । ଯୋଜନାରେ ନୂଆ ହିତାଧିକାରୀଙ୍କୁ ସାମିଲ କରିବାକୁ ଆସିଥିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ହିତାଧିକାରୀ ସଂଖ୍ୟା ୩୨.୭୫ ଲକ୍ଷ । ଯୋଜନାରେ ସାମିଲ ହୋଇଥିବା ନୂଆ ହିତାଧିକାରୀ ୧୫ ଅଗଷ୍ଟରେ ପେନସନ ପାଇବେ । ଏନେଇ ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ।

ମନ୍ତ୍ରୀ କହିଛନ୍ତି ଯେ, ସାମାଜିକ ସୁରକ୍ଷାକୁ ଗୁରୁତ୍ବ ଦେଇ ରାଜ୍ୟ ସରକାର ବଢ଼େଇଛନ୍ତି ମଧୁବାବୁ ପେନସନ ଯୋଜନା ପରିସର । ଆଉ ୪ ଲକ୍ଷ ୧୩ ହଜାର ହିତାଧିକାରୀଙ୍କୁ ସାମିଲ କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଯୋଜନାରେ ହିତାଧିକାରୀଙ୍କ ସଂଖ୍ୟା ୨୮ ଲକ୍ଷ ୬୧ ହଜାରରୁ ୩୨ ଲକ୍ଷ ୭୫ ହଜାରକୁ ବୃଦ୍ଧି ପାଇଛି । ଅଗଷ୍ଟ ୧୫ ତାରିଖ ଜନସେବା ଦିବସରେ ନୂଆ ହିତାଧିକାରୀ ସେମାନଙ୍କ ପ୍ରଥମ ପେନସନ ପାଇବେ । ଗ୍ରାମପଞ୍ଚାୟତ ମୁଖ୍ୟାଳୟ ଓ ଓ୍ବାର୍ଡ କାର୍ଯ୍ୟାଳୟରେ ନିର୍ବାଚିତ ପ୍ରତିନିଧିଙ୍କ ଉପସ୍ଥିତିରେ ସେମାନଙ୍କୁ ପେନସନ ଦିଆଯିବ । କ୍ୟାମ୍ପ କରି ହିତାଧିକାରୀଙ୍କୁ ପେନସନ ବଣ୍ଟନ ପାଇଁ ଜିଲ୍ଲାପାଳଙ୍କୁ ପରାମର୍ଶ ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ଜିଲ୍ଲା ଗସ୍ତ ଓ ମୋ ସରକାରରେ ମିଳିଥିବା ଫିଡବ୍ୟାକ ଆଧାରରେ ଅଧିକ ଲୋକଙ୍କୁ ଯୋଜନାରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ।

ଏହାବି ପଢନ୍ତୁ- Budget Session: ଭଦ୍ରକରେ କେତେ ହିତାଧିକାରୀଙ୍କୁ ମିଳୁଛି ଭତ୍ତା, ଉତ୍ତର ରଖିଲେ ମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭିକେ ପାଣ୍ଡିଆନ ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ବିଭିନ୍ନ ଜିଲ୍ଲା ଗସ୍ତ କରୁଛନ୍ତି । ବିକାଶମୂଳକ କାମର ସମୀକ୍ଷା କରିବା ସହ ତୃଣମୂଳସ୍ତରରେ ଲୋକଙ୍କ ସମସ୍ୟା ବାବଦରେ ବୁଝୁଛନ୍ତି । ଗସ୍ତ ସମୟରେ ବହୁ ଲୋକ ଯୋଜନାରେ ସାମିଲ ନେଇ ଦାବି କରିଥିଲେ । ଏନେଇ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ଏନେଇ ପଦକ୍ଷେପ ନେଇଛନ୍ତି । ରାଜ୍ୟ ସରକାର ୨୮ ଲକ୍ଷ ୬୧ ହଜାର ହିତାଧିକାରୀଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମାଜିକ ସୁରକ୍ଷା ପେନସନ ଦେଉଛନ୍ତି । ବୟସ୍କ, ବିଧବା, ଦିବ୍ୟାଙ୍ଗ, ଅବିବାହିତ ମହିଳା, କୋଭିଡରେ ଅନାଥ ପିଲା, ଏଡସ ରୋଗୀଙ୍କ ଭଳି ବିଭିନ୍ନ କ୍ଷେତ୍ରରେ ପେନସନ ଦିଆଯାଉଛି । ୭୯ ବର୍ଷ କିମ୍ବା ତାଠୁ କମ ହିତାଧିକାରୀଙ୍କୁ ମାସିକ ୫ ଶହ ଟଙ୍କା, ୮୦ରୁ ଅଧିକ ବୟସ୍କଙ୍କୁ ମାସିକ ୭ ଶହ ଟଙ୍କା ଦିଆଯାଉଛି । ସେହିପରି ୪୦ ରୁ ୫୯ ପ୍ରତିଶତ ଦିବ୍ୟାଙ୍ଗଙ୍କୁ ୫ ଶହ, ୬୦ ପ୍ରତିଶତରୁ ଅଧିକ ଦିବ୍ୟାଙ୍ଗଙ୍କୁ ୭ ଶହ, ୬୦ ପ୍ରତିଶତରୁ ଅଧିକ ଶାରିରୀକ ଅକ୍ଷମତା ଥିବା ୮୦ ବର୍ଷରୁ ଅଧିକଙ୍କୁ ମାସିକ ୯ ଶହ ଟଙ୍କା ପେନସନ ଦିଆଯାଉଛି । ରାଜ୍ୟ ସରକାରଙ୍କର ଏହା ନିଜସ୍ବ ଯୋଜନା ହୋଇଥିବାବେଳେ ଏବାବଦରେ ସମସ୍ତ ଖର୍ଚ୍ଚ ରାଜ୍ୟ ନିଜେ ବହନ କରୁଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.