ETV Bharat / state

CM Naveen Patnaik to Visit Ganjam: ଆସୁଛନ୍ତି ନବୀନ, ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର କରିବେ ଉଦଘାଟନ

author img

By

Published : Mar 25, 2023, 4:50 PM IST

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ
ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ

ଆସନ୍ତାକାଲି ଦିନିକିଆ ଗଞ୍ଜାମ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତିନୋଟି ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ । ଅଧିକ ପଢ଼ନ୍ତୁ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ

ଭୁବନେଶ୍ବର: ଆସନ୍ତାକାଲି(ରବିବାର) ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ତିନୋଟି ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । କବିସୂର୍ଯ୍ୟନଗର, ହିଞ୍ଜିଳି ଓ ଛତ୍ରପୁର ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ସୂଚନା ଦେଇଛନ୍ତି ବରିଷ୍ଠ ବିଜେଡି ନେତା ଦେବୀ ମିଶ୍ର ।

ଦୀର୍ଘ ୨ ବର୍ଷ ପରେ ନିଜ ନିର୍ବାଚନ ମଣ୍ଡଳୀ ଜିଲ୍ଲା ଗଞ୍ଜାମ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବାନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ପ୍ରଥମେ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ବଡ଼ ଆଗୁଳ ନିକଟରେ ଏକ ସଭାରେ ଯୋଗଦେବେ । ସେଠାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ । ସେହିପରି ସ୍ବୟଂ ସହାୟିକା ଗୋଷ୍ଠୀ ମହିଳାଙ୍କୁ ବିନା ସୁଧରେ ଋଣ ବଣ୍ଟନ କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ହିଞ୍ଜିଳିର କଞ୍ଚୁଡ଼ୁରେ ଆୟୋଜିତ ସଭାରେ ଯୋଗଦେଇ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ । ସେହିପରି ଶେଷରେ ଛତ୍ରପୁରରେ ଏକ ସଭାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ମଧ୍ୟ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି । ଏହା ପରେ ଭୁବନେଶ୍ବର ଫେରିବେ ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ସରକାରୀ ଓ ଦଳୀୟ ସ୍ତରରେ ଜୋରସୋରରେ ପ୍ରସ୍ତୁତି ଚାଲିଛି । ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତିର ସମୀକ୍ଷା ଭୁବନେଶ୍ବର ଓ ଗଞ୍ଜାମରେ ଚାଲିଛି । କବିସୂର୍ଯ୍ୟନଗର, ହିଞ୍ଜିଳି ଓ ଛତ୍ରପୁରରେ ସଭାସ୍ଥଳରେ ମନ୍ତ୍ରୀ, ସାଂସଦ, ବିଧାୟକ ଓ ନେତାଙ୍କ ଭିଡ଼ ଜମିବାରେ ଲାଗିଲାଣି । ଏନେଇ ବିଜେଡି ବିଧାୟକ ଦେବୀ ମିଶ୍ର କହିଛନ୍ତି, "ମୁଖ୍ୟମନ୍ତ୍ରୀ ଚାରିଆଡେ ଯାଉଛନ୍ତି । କାଲି ନିଜ ନିର୍ବାଚନ ମଣ୍ଡଳୀ ଜିଲ୍ଲା ଯାଉଛନ୍ତି । ଖୁସିର କଥା । ବିଭିନ୍ନ କାର୍ଯ୍ୟକ୍ରମର ଲୋକାର୍ପଣ ଓ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ।"

ସେହିପରି ଲତିକା ପ୍ରଧାନ କହିଛନ୍ତି, "ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲ୍ଲା ପାଇଁ ଅନେକ କିଛି କରିଛନ୍ତି । ଆଗାମୀ ଦିନରେ ଗଞ୍ଜାମ ବିକାଶର ଶୀର୍ଷରେ ପହଞ୍ଚିବ । ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବା ପାଇଁ ଆମେ ପ୍ରସ୍ତୁତ ଅଛୁ । ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦ୍‌ଘାଟନ କାର୍ଯ୍ୟକ୍ରମ ରହିଛି । ଅନେକ ନୂଆ କାର୍ଯ୍ୟକ୍ରମର ଭିତ୍ତିପ୍ରସ୍ତର ସ୍ଥାପନ ହେବ । କୋରୋନା ମହାମାରୀର ପ୍ରକୋପ କମିବା ପରେ ମୁଖ୍ୟମନ୍ତ୍ରୀ ସବୁ ସ୍ଥାନକୁ ଯାଉଛନ୍ତି ।"

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.