ETV Bharat / state

Kulta Samaj Dharmasala In Puri: ୧ ଏକର ଜାଗା ଓ ୩ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

author img

By

Published : Nov 30, 2022, 4:22 PM IST

କୁଲତା ସମାଜର ଲୋକମାନଙ୍କ ସୁବିଧା ପାଇଁ ପୁରୀରେ ନିର୍ମାଣ ହେବ ଏକ ଧର୍ମଶାଳା (Kulta Samaj Dharmasala In Puri) । ଧର୍ମଶାଳା ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଏକର ଜମି ମଞ୍ଜୁର କରିଛନ୍ତି । ଅଧିକ ପଢନ୍ତୁ

Etv Bharat
Etv Bharat

ଭୁବନେଶ୍ବର: କୁଲତା ସମାଜର ଲୋକମାନଙ୍କ ସୁବିଧା ପାଇଁ ପୁରୀରେ ନିର୍ମାଣ ହେବ ଏକ ଧର୍ମଶାଳା (Kulta Samaj Dharmasala In Puri) । ଧର୍ମଶାଳା ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (Chief Minister Naveen Patnaik) ଏକ ଏକର ଜମି ମଞ୍ଜୁର କରିଛନ୍ତି । ପୁରୀର ସୁନାମୁହିଁ ମଉଜାରେ ଏହି ଜମି ଦିଆଯିବ । ଏହା ସହିତ ପ୍ରସ୍ତାବିତ ଧର୍ମଶାଳା ପାଇଁ ସ୍ବତନ୍ତ୍ର ସମସ୍ୟା ପାଣ୍ଠିରୁ ମଧ୍ୟ ମୁଖ୍ୟମନ୍ତ୍ରୀ ୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।

ପ୍ରତିବର୍ଷ କୁଲତା ସମାଜର ଲକ୍ଷାଧିକ ଲୋକ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ଆସନ୍ତି । ସେମାନଙ୍କ ରହଣି ଓ ଅନ୍ୟାନ୍ୟ ଧାର୍ମିକ କାର୍ଯ୍ୟକ୍ରମ ନିମନ୍ତେ ଏକ ଧର୍ମଶାଳା ପ୍ରତିଷ୍ଠା ପାଇଁ ଜମି ଯୋଗାଇ ଦେବାକୁ କୁଲତା ସମାଜର ଏକ ପ୍ରତିନିଧି ଦଳ ଗତ ୨୮ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଅନୁରୋଧ କରିଥିଲେ ।

ମୁଖ୍ୟମନ୍ତ୍ରୀ ଏଥିପାଇଁ ତୁରନ୍ତ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ । ଏହାଦ୍ୱାରା କୁଲତା ସମାଜର ଜନସାଧାରଣ ପୁରୀରେ ରହିବା ସହିତ ବିଭିନ୍ନ ଧାର୍ମିକ ଅନୁଷ୍ଠାନ ମଧ୍ୟ କରିପାରିବେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.