ETV Bharat / state

ଆମ ଓଡିଶା ନବୀନ ଓଡିଶା ତୃତୀୟ ଦିନ: ମୟୂରଭଞ୍ଜ, ବରଗଡ ଓ ଦେବଗଡ ପାଇଁ ୨୭୨ କୋଟି ମଞ୍ଜୁର

author img

By ETV Bharat Odisha Team

Published : Oct 17, 2023, 5:35 PM IST

ମୟୂରଭଞ୍ଜ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୧୧ କୋଟି ୫୦ ଲକ୍ଷ ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା ବଡସାହି, ବାଙ୍ଗିରୀପୋଷି, ବାରିପଦା, ମୋରଡା ଏବଂ ଉଦଳା । ଏହି ସବୁ ନିର୍ବାଚନମଣ୍ଡଳୀର ୨୨୩ଟି ଗ୍ରାମ ପଞ୍ଚାୟତରେ ୩୦୮୧ ଟି ପ୍ରକଳ୍ପ ହେବ । ସେହିପରି ବରଗଡ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୨୬ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର ହୋଇଛି । ଅଧିକ ପଢନ୍ତୁ

ଆମ ଓଡିଶା ନବୀନ ଓଡିଶା ତୃତୀୟ ଦିନ; ମୟୂରଭଞ୍ଜ, ବରଗଡ ଓ ଦେବଗଡ ପାଇଁ ୨୭୨ କୋଟି ମଞ୍ଜୁର
ଆମ ଓଡିଶା ନବୀନ ଓଡିଶା ତୃତୀୟ ଦିନ; ମୟୂରଭଞ୍ଜ, ବରଗଡ ଓ ଦେବଗଡ ପାଇଁ ୨୭୨ କୋଟି ମଞ୍ଜୁର

ଆମ ଓଡିଶା ନବୀନ ଓଡିଶା ତୃତୀୟ ଦିନ; ମୟୂରଭଞ୍ଜ, ବରଗଡ ଓ ଦେବଗଡ ପାଇଁ ୨୭୨ କୋଟି ମଞ୍ଜୁର

ଭୁବନେଶ୍ବର: ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ତୃତୀୟ ଦିନରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ, ମୟୂରଭଞ୍ଜ, ଓ ଦେବଗଡ ଜିଲ୍ଲାରେ ଯୋଜନାର ଶୁଭାରମ୍ଭ କରିଛନ୍ତି । ମୟୂରଭଞ୍ଜର ୫ଟି ନିର୍ବାଚନମଣ୍ଡଳୀରେ ୩୦୮୧ ପ୍ରକଳ୍ପ ପାଇଁ ୧୧୧ କୋଟି ୫୦ ଲକ୍ଷ, ବରଗଡର ୫ଟି ନିର୍ବାଚନମଣ୍ଡଳୀର ୩୧୩୫ ପ୍ରକଳ୍ପ ପାଇଁ ୧୨୬ କୋଟି ୫୦ ଲକ୍ଷ ଓ ଦେବଗଡର ଗୋଟିଏ ନିର୍ବାଚନମଣ୍ଡଳୀର ୯୯୧ ପ୍ରକଳ୍ପ ପାଇଁ ୩୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା ।

କାର୍ଯ୍ୟକ୍ରମ ପାଇଁ ମୟୂରଭଞ୍ଜ, ଜିଲ୍ଲାର ୫, ବରଗଡ ଜିଲ୍ଲାର ୫ ଓ ଦେବଗଡ ଜିଲ୍ଲାର ଗୋଟିଏ ନିର୍ବାଚନ ମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଛି । ମୟୂରଭଞ୍ଜ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୧୧ କୋଟି ୫୦ ଲକ୍ଷ ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା ବଡସାହି, ବାଙ୍ଗିରୀପୋଷି, ବାରିପଦା, ମୋରଡା ଏବଂ ଉଦଳା । ଏହି ସବୁ ନିର୍ବାଚନମଣ୍ଡଳୀର ୨୨୩ଟି ଗ୍ରାମ ପଞ୍ଚାୟତରେ ୩୦୮୧ଟି ପ୍ରକଳ୍ପ ହେବ । ସେହିପରି ବରଗଡ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୨୬ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର ହୋଇଛି । ଏହି ସବୁ ନିର୍ବାଚନମଣ୍ଡଳୀ ଗୁଡିକ ହେଲା ଅତାବିରା, ବିଜେପୁର, ବରଗଡ, ପଦମପୁର ଓ ଭଟଲି । ଏଥିରେ ୨୫୩ଟି ଗ୍ରାମପଞ୍ଚାୟତରେ ୩୧୩୫ଟି ପ୍ରକଳ୍ପ କରାଯିବ । ସେହିପରି ଦେବଗଡ ଜିଲ୍ଲାର ଗୋଟିଏ ନିର୍ବାଚନମଣ୍ଡଳୀ ପାଇଁ ୩୫ କୋଟି ଟଙ୍କା ଅନୁମୋଦନ କରାଯାଇଛି । ଏଥିରେ ୭୦ଟି ଗ୍ରାମପଞ୍ଚାୟତରେ ୯୯୧ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ ।

ଅଧିକ ପଢନ୍ତୁ- Ama Odisha Naveen Odisha Launches: ପୁରୀ ପାଇଁ ୧୩୪ ଓ ନୟାଗଡ ପାଇଁ ୯୭ କୋଟି

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ସବୁ ଗାଁର ବିକାଶ ଆମର ଲକ୍ଷ୍ୟ । ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ । ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ । ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ । ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ । ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ମଧ୍ୟ କରାଯିବ । ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ । ୫ଟି ସଚିବ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଛନ୍ତି । ରୂପାନ୍ତର କାର୍ଯ୍ୟ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି ସେ କହିଛନ୍ତି ।

୫ଟି ସଚିବ ସୂଚନା ଦେଇ କହିଛନ୍ତି ଯେ, ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସହିତ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି । ମୟୂରଭଞ୍ଜ ଜିଲ୍ଲାରେ ବାରିପଦା ସହରର ରିଙ୍ଗ ରୋଡ ତଥା ବନ୍ୟା ନିୟନ୍ତ୍ରଣ ବନ୍ଧ ପାଇଁ ୧୫୪.୧୨ କୋଟି, ବାରିପଦା ଏମପିସି କଲେଜର ଉନ୍ନତିକରଣ ପାଇଁ ୧.୫୦ କୋଟି, ମାଣତ୍ରୀରେ ବାବା କଖାରୁଆ ବୈଦନାଥ ଶିବ ମନ୍ଦିରର ଉନ୍ନତିକରଣ ପାଇଁ ୧ କୋଟି, ବାରିପଦାରୁ ପ୍ରତାପପୁର ବଡସାହି-ମାଣିତ୍ରୀ ପର୍ଯ୍ୟନ୍ତ ରାସ୍ତାର ଉନ୍ନତିକରଣ ପାଇଁ ୩୭.୦୪ କୋଟି, ବେତନଟୀ-ବଡସାହି ରାସ୍ତାର ଉନ୍ନତିକରଣ ପାଇଁ ୧୯.୪୪ କୋଟି ସହ ମୋଟ ୨୧୩.୧୦ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି । ବରଗଡର ତୁରୁଙ୍ଗା ବୈଷ୍ଣୋଦେବୀ ମନ୍ଦିରକୁ ୧.୩୬ କୋଟି, ବରଗଡ ମହିଳା କଲେଜକୁ ୧.୨୫ କୋଟି, ବରଗଡ ପଞ୍ଚାୟତ କଲେଜକୁ ୧.୨୫ କୋଟି, ସରଣ୍ଡା ବିଶେଷ୍ବର ମନ୍ଦିରକୁ ୨.୬୦ କୋଟି, ପପଙ୍ଗା ପାହାଡ ପର୍ଯ୍ୟଟନ କେନ୍ଦ୍ରକୁ ୧.୮୦ କୋଟି, ଅତାବିରା ରାମଚଣ୍ଡୀ ମନ୍ଦିରକୁ ୧.୪୦ କୋଟି, ଲରମ୍ଭା କଲେଜକୁ ୧.୨୫ କୋଟି ସହ ମୋଟ ୭ଟି ପ୍ରକଳ୍ପ ପାଇଁ ୧୦.୯୧ କୋଟି ଟଙ୍କା ମଞ୍ଜୁର ହୋଇଛି ।

ଅଧିକ ପଢନ୍ତୁ- Ama Odisha Nabin Odisha: ଆରମ୍ଭ ହେଲା ଆମ ଓଡିଶା ନବୀନ ଓଡିଶା; ଖର୍ଚ୍ଚ ହେବ ୩୩୯୭ କୋଟି

ସେହିପରି ଗୋହିରା ଡ୍ୟାମର କେନାଲ ଲାଇନିଂ ପାଇଁ ୧୭.୬୮ କୋଟି, ତିଲେଇବଣି ହକି ଟ୍ରେନିଂ ସେଣ୍ଟରରେ ସିନ୍ଥେଟିକ ଟର୍ଫ ପାଇଁ ୧୨ କୋଟି ଟଙ୍କା, ଝାଡେଶ୍ବର ମନ୍ଦିରର ବିକାଶ ପାଇଁ ୩.୧୦ କୋଟି, ଦେବଗଡ ମଡେଲ ଡିଗ୍ରୀ କଲେଜ ବିକାଶ ପାଇଁ ୧.୨୫ କୋଟି, ଦେବଗଡ କଲେଜ ବିକାଶ ପାଇଁ ୧ କୋଟି, ପ୍ରଧାନପାଟ ଜଳପ୍ରପାତ ପର୍ଯ୍ୟଟନ ବିକାଶ ପାଇଁ ୦.୯୨ କୋଟି, କୁରୁଡକୋଟ ଜଳପ୍ରପାତ ପର୍ଯ୍ୟଟନ ବିକାଶ ପାଇଁ ୦.୭୫ କୋଟି, ଦେଓଝରଣ ଜଳପ୍ରପାତ ପର୍ଯ୍ୟଟନ ବିକାଶ ପାଇଁ ୦.୭୭ କୋଟି, ଗୋହିରା ନିକଟରେ ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ୬୨ ଲକ୍ଷ, ରିଆମାଳ ଯୋଗୀହୁଲି ପର୍ଯ୍ୟଟନ କ୍ଷେତ୍ର ପାଇଁ ୬ ଲକ୍ଷ ଏବଂ ରିଆମାଳ ଭିତରପଡା ଡୋକ୍ରା କାରିଗରଙ୍କ ପାଇଁ Common Facility Centreର ବିକାଶ ପାଇଁ ୪୦ ଲକ୍ଷ ଅନୁମୋଦନ ହୋଇଛି । ମୋଟ ୧୧ଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୯ କୋଟି ୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ।

କାର୍ଯ୍ୟକ୍ରମରେ ୩ଟି ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଛନ୍ତି । କାର୍ଯ୍ୟକ୍ରମରେ ମନ୍ତ୍ରୀ ସୁଦାମ ମାର୍ଣ୍ଡି, ମନ୍ତ୍ରୀ ରୀତା ସାହୁ, ସାଂସଦ ମମତା ମହନ୍ତ, ବିଧାୟକ ରାଜକିଶୋର ଦାସ, ବିଧାୟକ ସ୍ନେହାଙ୍ଗିନୀ ଛୁରିଆ, ବିଧାୟକ ଦେବେଶ ଆଚାର୍ଯ୍ୟ, ବିଧାୟକ ବର୍ଷା ସିଂ ବରିହା, ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଭିସି ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତ ଦେଇଛନ୍ତି । ୫ଟି ସଚିବଙ୍କ ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି ବୋଲି ସେମାନେ କହିଛନ୍ତି । ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ଯେଉଁ ପ୍ରକଳ୍ପ ସବୁ ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି, ସେ ସଂପର୍କରେ ୫ଟି ସଚିବ ସୂଚନା ଦେଇଛନ୍ତି । ଆମ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମରେ ଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.