ETV Bharat / state

୨୬ରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ମାଲକାନଗିରିରେ ବର୍ଷା, ୨୮ରେ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା

author img

By ETV Bharat Odisha Team

Published : Nov 25, 2023, 6:16 PM IST

୨୬ରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା
୨୬ରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା

Weather update: ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ । ୨୭ରେ ଦକ୍ଷିଣ ଆଣ୍ଡାମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର । ୨୮ରେ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା । ଅଧିକ ପଢ଼ନ୍ତୁ

୨୬ରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା

ଭୁବନେଶ୍ବର: ବଙ୍ଗୋପସାଗରରେ ଆସନ୍ତାକାଲି (୨୬ ତାରିଖ) ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ ଆଣ୍ଡାମାନ ଓ ତାର ପାଶ୍ବବର୍ତ୍ତୀ ଅଞ୍ଚଳରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପ୍ରଭାବରେ ୨୭ ତାରିଖ ବେଳକୁ ଆଣ୍ଡାମାନ ସାଗରରେ ଲଘୁଚାପର କ୍ଷେତ୍ର ସୃଷ୍ଟି ହୋଇପାରେ । ପରବର୍ତ୍ତୀ ସମୟରେ ଅର୍ଥାତ ୨୯ ତାରିଖ ବେଳକୁ ଲଘୁଚାପଟି ଅବପାତରେ ପରିଣତ ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଅବପାତରେ ପରିଣତ ହେବାପରେ ସ୍ପଷ୍ଟ ହୋଇପାରିବ ଓଡ଼ିଶାରେ ଏହାର କଣ ରହିବ ପ୍ରଭାବ? ଗତ ୨୪ ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ରେକର୍ଡ କରାଯାଇଛି ।

ବର୍ତ୍ତମାନ ରାଜ୍ୟକୁ ପ୍ରବେଶ କରୁଥିବା ପୂର୍ବାଳୀ ବାୟୁ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହି ବାୟୁ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ସେସବୁ ଜିଲ୍ଲା ହେଲା କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ମାଲକାନଗିରି । ଏସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ଏହାମଧ୍ୟ ପଢ଼ନ୍ତୁ: ୨୭ରେ ଲଘୁଚାପ, ୨୯ରେ ନେବ ଅବପାତର ରୂପ !

ଏହାମଧ୍ୟ ପଢ଼ନ୍ତୁ: ଜାରି ରହିଛି କୋହଲା ପାଗ, 3 ଜିଲ୍ଲାରେ ମଧ୍ୟମ ଧରଣ ବର୍ଷା ସମ୍ଭାବନା

ଆସନ୍ତାକାଲି(ରବିବାର)ଠାରୁ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ୨୮ ତାରିଖ ବେଳକୁ ଏକ ପଶ୍ଚିମ ଝଡ଼ର ସମ୍ଭାବନା ଥିବା ବେଳେ ରାଜ୍ୟରେ ଏଭଳି କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେପଟେ ବଙ୍ଗୋପସାଗରରେ ୨୬ ତାରିଖରେ ପୁଣି ଆଉ ଏକ ଘୂର୍ଣ୍ଣିବଳୟ । ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ ଓ ତାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏହି ଘୂର୍ଣ୍ଣିବଳୟଟି ସୃଷ୍ଟି ହେବାର ବା ପ୍ରବେଶ କରିବାର ସମ୍ଭାବନା ରହିଛି । ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ୨୭ ତାରିଖ ବେଳକୁ ଆଣ୍ଡାମାନ ସାଗରରେ ଲଘୁଚାପର କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ୨୯ ତାରିଖ ବେଳକୁ ଲଘୁଚାପଟି ଅବପାତରେ ପରିଣତ ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଅବପାତରେ ପରିଣତ ହେବାପରେ ସ୍ପଷ୍ଟ ହୋଇପାରିବ ଓଡ଼ିଶାରେ ଏହାର କଣ ପ୍ରଭାବରେ ରହିବ ।

ଗତ ୨୪ ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ହାଲୁକରୁ ମଧ୍ୟମ ବର୍ଷା ରେକର୍ଡ କରାଯାଇଛି । ମାଲକାନଗିରି କୋରୁକୁଣ୍ଡରେ ସର୍ବାଧିକ ୨୫ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ, କୋରାପୁଟର ବନ୍ଧୁଗାଁ ରେ ୨୩ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଖୋର୍ଦ୍ଧା, ଯାଜପୁର ଓ ପାରଳାଖେମୁଣ୍ଡିରେ ତାପମାତ୍ରା ସର୍ବାଧିକ ୩୨ ଡିଗ୍ରୀ ରେକର୍ଡ ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ସର୍ବନିମ୍ନ ରାତ୍ରୀ ତାପମାତ୍ରା ଫୁଲବାଣୀରେ ୧୫ ଡିଗ୍ରୀ ରେକର୍ଡ କରାଯାଇଛି।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.