ETV Bharat / state

ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ସାଇକେଲ !

author img

By ETV Bharat Odisha Team

Published : Oct 11, 2023, 7:12 AM IST

ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମାଗଣା ସାଇକେଲ ବାବଦରେ ଦିଆଯିବ ଅର୍ଥରାଶି । ହାଇସ୍କୁଲ ପ୍ରଧାନ ଶିକ୍ଷକ/ଶିକ୍ଷୟିତ୍ରୀମାନଙ୍କର ବ୍ଲକ ସ୍ତରୀୟ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି । ଅଧିକ ପଢନ୍ତୁ

ହାଇସ୍କୁଲ ପ୍ରଧାନ ଶିକ୍ଷକ/ଶିକ୍ଷୟିତ୍ରୀମାନଙ୍କ ବ୍ଲକ ସ୍ତରୀୟ ବୈଠକ
ହାଇସ୍କୁଲ ପ୍ରଧାନ ଶିକ୍ଷକ/ଶିକ୍ଷୟିତ୍ରୀମାନଙ୍କ ବ୍ଲକ ସ୍ତରୀୟ ବୈଠକ


ଭୁବନେଶ୍ବର: ଛାତ୍ରଛାତ୍ରୀଙ୍କ ଶୈକ୍ଷିକ ବିକାଶ ପାଇଁ ପଦକ୍ଷେପ । ଖୁବଶୀଘ୍ର ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ସାଇକେଲ । ସାଇକେଲ ବାବଦକୁ ଛାତ୍ରଛାତ୍ରୀଙ୍କୁ ଅର୍ଥରାଶି ପ୍ରଦାନ କରାଯିବା ନେଇ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ/ଶିକ୍ଷୟିତ୍ରୀମାନଙ୍କର ପ୍ରଥମ ବ୍ଲକ ସ୍ତରୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଏଥିସହ ବୈଠକରେ ପିଲାମାନଙ୍କ ଶୈକ୍ଷିକ ବିକାଶ ପାଇଁଁ ଆବଶ୍ୟକୀୟ ପଦକ୍ଷେପ ସମ୍ବନ୍ଧରେ ମଧ୍ୟ ବିଷଦ୍ ଆଲୋଚନା ହୋଇଛି ।

ହାଇସ୍କୁଲ
ହାଇସ୍କୁଲ
ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ଶୈକ୍ଷିକ ବିକାଶ ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଉ ଏକ ନୂତନ ପଦକ୍ଷେପ ଗ୍ରହଣ କରାଯାଇଛି । ଏହି ପରିପ୍ରେକ୍ଷୀରେ ଗତକାଲି ସମସ୍ତ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ/ଶିକ୍ଷୟିତ୍ରୀମାନଙ୍କର ପ୍ରଥମ ବ୍ଲକ ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଛାତ୍ରଛାତ୍ରୀଙ୍କ ଶୈକ୍ଷିକ ବିକାଶ ପାଇଁଁ ଆବଶ୍ୟକୀୟ ପଦକ୍ଷେପ ସମେତ ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ଦିଆଯାଉଥିବା ଶିକ୍ଷାର ମାନ, ସେମାନେ ସମ୍ମୁଖିନ କରୁଥିବା ଅସୁବିଧା, ତାହାର ସମାଧାନ, ଶିକ୍ଷାର ବିକାଶ ପାଇଁ ଗ୍ରହଣ କରାଯାଇଥିବା ପଦକ୍ଷେପର ସୁପରିଚାଳନା ଇତ୍ୟାଦି ଅନେକ ବିଷୟବସ୍ତୁ ଉପରେ ଆଲୋଚନା ହୋଇଛି ।
ହାଇସ୍କୁଲ
ହାଇସ୍କୁଲ

ଏହାମଧ୍ୟ ପଢନ୍ତୁ: ନଭେମ୍ବର 19ରୁ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା, ସାମିଲ ହେବ ଓଡ଼ିଶା

ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରଷ୍କାର, ଅକାଂକ୍ଷୀ ପାଠ୍ୟକ୍ରମ ଅଧିନରେ କ୍ଲବ ଗଠନ, ହାଉସ୍ ସିଷ୍ଟମ୍‌, ରୂପାନ୍ତରିତ ବିଦ୍ୟାଳୟର ରକ୍ଷଣାବେକ୍ଷଣ ପ୍ରସଙ୍ଗରେ ମଧ୍ୟ ପର୍ଯ୍ୟାଲୋଚନା କରାଯାଇଛି । ସ୍ମାର୍ଟ ଶ୍ରେଣୀଗୃହ, ଇ-ପାଠାଗାର, ବିଜ୍ଞାନ ପରୀକ୍ଷାଗାର, ଶୁଦ୍ଧ ପାନୀୟ ଜଳ, ପୃଥକ ଶୌଚାଳୟ, ବିଦ୍ୟାଳୟ ପରିସରର ରକ୍ଷଣାବେକ୍ଷଣ ଆଦି ବିଷୟ ସହ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମାଗଣା ସାଇକେଲ ବାବଦ ଅର୍ଥରାଶିର ବଣ୍ଟନ ସମ୍ପର୍କରେ ଆଲୋଚନା ହୋଇଛି ।

ତେବେ ପ୍ରତ୍ୟେକ ମାସର ପ୍ରଥମ ଶନିବାର ଦିନ ଏହି ବ୍ଲକ ସ୍ତରୀୟ ବୈଠକ ଆୟୋଜନ କରାଯିବ । ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ରାଜ୍ୟରେ ଛାତ୍ରଛାତ୍ରୀଙ୍କୁ ଶିକ୍ଷା କ୍ଷେତ୍ରରେ ଅଧିକରୁ ଅଧିକ ବିକାଶ କରିବା ଦିଗରେ ଅନେକ ପଦକ୍ଷେପ ଗ୍ରହଣ କରାଯାଉଛି । ଯେଭଳିକି ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା, ମେରିଟ ଗ୍ରୀନ ପାସେଜ୍ ସୁଦ୍ଧକ୍ଷା ମେଧାବୃତ୍ତି, ପଠାଣି ସାମନ୍ତ, ମେରିଟ, ଏନଆରଟିଏସ ମେଧାବୃତ୍ତି, ପ୍ରି ପୋଷ୍ଟ ମେରିଟ୍ ଲିଷ୍ଟ ମେଧାବୃତ୍ତି, ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା, କାଳିଆ ମେଧାବୃତ୍ତି ଯୋଜନା ଭଳି ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.