ନବୀକରଣ ହେବ ହରେକୃଷ୍ଣ ମହତାବ ପାଠାଗାର, ମିଳିବ ୱାଇଫାଇ ସହ ଫୁଡକୋଟ୍‌ ସୁବିଧା

author img

By

Published : May 27, 2023, 7:16 AM IST

Harekrushna Mahtab State Library

ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର ରାଜ୍ୟର ଏକ ପ୍ରମୁଖ ପାଠାଗାର । ପ୍ରତିଦିନ ଏଠାକୁ ଶହ ଶହ ଛାତ୍ରଛାତ୍ରୀ ଆସିଥାନ୍ତି । ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଯୁବ ବର୍ଗ ଓ ସାଧାରଣ ଲୋକ ଅଧ୍ୟୟନ ପାଇଁ ଆସିଥାନ୍ତି । ପାଠାଗାରଟି ପୁରୁଣା ହୋଇଯାଇଥିବାରୁ ଏହାର ପୁନରୁଦ୍ଧାର କରାଯିବ । ଅଧିକ ପଢନ୍ତୁ

ନବୀକରଣ ହେବ ହରେକୃଷ୍ଣ ମହତାବ ପାଠାଗାର, ମିଳିବ ୱାଇଫାଇ ସହ ଫୁଡକୋଟ ସୁବିଧା
ନବୀକରଣ ହେବ ହରେକୃଷ୍ଣ ମହତାବ ପାଠାଗାର, ମିଳିବ ୱାଇଫାଇ ସହ ଫୁଡକୋଟ ସୁବିଧା

ଭୁବନେଶ୍ବର: ୫ଟି ଉପକ୍ରମରେ ନବୀକରଣ ହେବ ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର । ପାଠାଗାରରେ ମିଳିବ ୱାଇଫାଇ ସହିତ ଫୁଡକୋଟ ସୁବିଧା । ଆୟୋଜନ ହେବ କ୍ୟାରିଅର କାଉନସେଲିଂ ଓ ମୋଟିଭେସନାଲ ଟକ । ସେହିପରି ବାପୁଜୀ ନଗରରେ ଜନ ଲାଇବ୍ରେରୀ ଖୋଲିବା ନେଇ ନିଷ୍ପତ୍ତି ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଗତକାଲି(ଶୁକ୍ରବାର) ୫-ଟି ସଚିବ ଭି.କେ ପାଣ୍ଡିଆନ ଭୁବନେଶ୍ବରର ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର ପରିଦର୍ଶନ କରିଛନ୍ତି । ସେଠାରେ ସେ ଛାତ୍ରଛାତ୍ରୀଙ୍କ ସହିତ ସେମାନଙ୍କର ସୁବିଧା ଅସୁବିଧା ସଂପର୍କରେ ଆଲୋଚନା କରିଛନ୍ତି ।

ନବୀକରଣ ହେବ ହରେକୃଷ୍ଣ ମହତାବ ପାଠାଗାର, ମିଳିବ ୱାଇଫାଇ ସହ ଫୁଡକୋଟ ସୁବିଧା
ନବୀକରଣ ହେବ ହରେକୃଷ୍ଣ ମହତାବ ପାଠାଗାର, ମିଳିବ ୱାଇଫାଇ ସହ ଫୁଡକୋଟ ସୁବିଧା

ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର ରାଜ୍ୟର ଏକ ପ୍ରମୁଖ ପାଠାଗାର । ପ୍ରତିଦିନ ଏଠାକୁ ଶହ ଶହ ଛାତ୍ରଛାତ୍ରୀ ଆସିଥାନ୍ତି । ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଯୁବ ବର୍ଗ ଓ ସାଧାରଣ ଲୋକ ଅଧ୍ୟୟନ ପାଇଁ ଆସିଥାନ୍ତି । ପାଠାଗାରଟି ପୁରୁଣା ହୋଇଯାଇଥିବାରୁ ଏହାର ପୁନରୁଦ୍ଧାର କରାଯିବ । ଚୌକି, ଟେବୁଲ ଓ ଅନ୍ୟ ଆସବାବପତ୍ରର ନବୀକରଣ ହେବ । ଏହା ସହ ଚଟାଣ ଓ ବିଭିନ୍ନ ସିଭିଲ ଷ୍ଟ୍ରକଚରର ମଧ୍ୟ ଉନ୍ନତି କରାଯିବ । ତା ସହିତ ପୁସ୍ତକ ଗୁଡିକ ଅତ୍ୟାଧୁନିକ ପଦ୍ଧତିରେ ସଂରକ୍ଷଣ ସହ ସଂପୂର୍ଣ୍ଣ ପାଠାଗାରକୁ ବାତାନୁକୂଳିତ କରାଯିବ । ପାଠାଗାର ପରିସରରେ ଥିବା ନୂତନ କୋଠାରେ ଆସବାବପତ୍ର ଓ ବାତାନୁକୂଳ ବ୍ୟବସ୍ଥା କରାଯାଇ ଅଧିକ ସଂଖ୍ୟକ ଛାତ୍ରଛାତ୍ରୀ ଓ ଜନସାଧାରଣ ଯେଭଳି ସୁବିଧାରେ ଅଧ୍ୟୟନ କରିପାରିବେ, ସେଥିପାଇଁ ପଦକ୍ଷେପ ନିଆଯିବ ।

ନବୀକରଣ ହେବ ହରେକୃଷ୍ଣ ମହତାବ ପାଠାଗାର, ମିଳିବ ୱାଇଫାଇ ସହ ଫୁଡକୋଟ ସୁବିଧା
ନବୀକରଣ ହେବ ହରେକୃଷ୍ଣ ମହତାବ ପାଠାଗାର, ମିଳିବ ୱାଇଫାଇ ସହ ଫୁଡକୋଟ ସୁବିଧା

ଲାଇବ୍ରେରୀ ପ୍ରାଙ୍ଗଣର ଲ୍ୟାଣ୍ଡ ସ୍କେପିଂ କରାଯିବ । ତା ସହିତ ଲାଇବ୍ରେରୀକୁ ଆସୁଥିବା ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କ ପାଇଁ ଫୁଡକୋର୍ଟ ଖୋଲାଯିବ । ମିଶନ ଶକ୍ତି ପକ୍ଷରୁ କାଫେଟେରିଆ ମଧ୍ୟ କରାଯିବ । ଏହା ବ୍ୟତୀତ ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ଆହାର କେନ୍ଦ୍ର ମଧ୍ୟ ଖୋଲାଯିବ । ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗୀତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବାରୁ ଲାଇବ୍ରେରୀରେ ପର୍ଯ୍ୟାପ୍ତ competitive magazine ରଖାଯିବ । ସଂପୂର୍ଣ୍ଣ ଲାଇବ୍ରେରୀକୁ IT Enabled Smart Management ଦ୍ବାରା ପରିଚାଳିତ କରାଯିବ । ଏତ୍‌ଦବ୍ୟତୀତ Career Counseling ପାଇଁ ବିଭିନ୍ନ କ୍ଷେତ୍ରରେ କୃତିତ୍ବ ଅର୍ଜନ କରିଥିବା ବ୍ୟକ୍ତିତ୍ବ ମାନଙ୍କ ଦ୍ବାରା Motivational Talkର ଆୟୋଜନ ମଧ୍ୟ ନିୟମିତ ଭାବରେ କରାଯିବ । ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ନିମନ୍ତେ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏହା ବିଶେଷ ସହାୟକ ହେବ ।

ହରେକୃଷ୍ଣ ମହତାବ ରାଜ୍ୟ ଲାଇବ୍ରେରୀରେ ୱାଇଫାଇ ବ୍ୟବସ୍ଥା ଉପଲବ୍ଧ କରାଯିବ । ରାଜ୍ୟ ପାଠାଗାରରେ ଭିଡ କମାଇବା ପାଇଁ ବାପୁଜୀ ନଗରରେ ଜନ ଲାଇବ୍ରେରୀ ଖୋଲାଯିବ । ସେଠାରେ ଅତ୍ୟାଧୁନିକ ସୁବିଧା ସୁଯୋଗର ବିକାଶ କରାଯିବ । ସେଠାରେ ମଧ୍ୟ ଫୁଡକୋର୍ଟର ବ୍ୟବସ୍ଥା ରଖାଯିବ । ଏହି କାର୍ଯ୍ୟକ୍ରମଟି ୫-ଟି ଉପକ୍ରମରେ OMC ଦ୍ବାରା କାର୍ଯ୍ୟକାରୀ କରାଯିବ । ୫-ଟି ସଚିବଙ୍କ ଗସ୍ତ ସମୟରେ OMCର ପରିଚାଳନା ନିର୍ଦ୍ଦେଶକ ବଲବନ୍ତ ସିଂ, ସଂସ୍କୃତି ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାୟ ଓ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.