ETV Bharat / state

Odisha Weather: ଆହୁରି ୨୪ ଘଣ୍ଟା ଛେଚିବ, 5 ଜିଲ୍ଲାକୁ ଅରେଞ୍ଜ୍‌ ଓ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

author img

By ETV Bharat Odisha Team

Published : Oct 3, 2023, 5:43 PM IST

ସକ୍ରିୟ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟ ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ଜାରି ରହିବ । ଏଥିପାଇଁ 5 ଜିଲ୍ଲାକୁ ଅରେଞ୍ଜ୍‌ ଓ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଅଧିକ ପଢ଼ନ୍ତୁ

heavily rainfall predicted in odisha
ରାଜ୍ୟରେ ବର୍ଷା ଜାରି

ରାଜ୍ୟରେ ବର୍ଷା ଜାରି

ଭୁବନେଶ୍ବର: ରାଜ୍ୟରେ ଦୁର୍ବଳ ହୋଇଛି ସୁଦୃଶ ଲଘୁଚାପ । ହେଲେ ଦକ୍ଷିଣପଶ୍ଚିମ ଝାଡ଼ଖଣ୍ଡ ଓ ପାଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଗତକାଲିର ସୁଦୃଶ ଲଘୁଚାପ । ଆଉ ଲଘୁଚାପର ଏହି ସକ୍ରିୟତାର ପ୍ରଭାବ ବିଶେଷ ଭାବେ ଦକ୍ଷିଣ ପଶ୍ଚିମ ଓଡ଼ିଶା ଉପରେ ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ସକ୍ରିୟ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଜାରି ରହିବ । ଏହାସହ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୫ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ଥିବାରୁ ଅରେଞ୍ଜ୍‌ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ, ଦେଓଗଡ଼, ଅନୁଗୋଳ କେନ୍ଦୁଝର ଓ ମୟୁରଭଞ୍ଜ ।

ଏହି ଜିଲ୍ଲାରେ ୭୦ରୁ ୨୦ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ । ସେହିପରି ପ୍ରବଳ ବର୍ଷା ହେବାକୁ ଥିବା ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହି ସବୁ ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ଝାରସୁଗୁଡା, ସମ୍ବଲପୁର, ବୌଦ୍ଧ ଓ ଢେଙ୍କାନାଳ । ଏଥିସହ ଉପକୂଳ ଓଡ଼ିଶା ସମେତ ରାଜ୍ୟର ଅବଶିଷ୍ଟ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଆସନ୍ତା ୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଵ ବୋଲି ପାଣିପାଗ ବିଭାଗ ଆକଳନ କରିଥିବାବେଳେ ୫ରୁ ରାଜ୍ୟରେ ବର୍ଷାର ପରିମାଣ କମିବ ।

ଏହା ବି ପଢନ୍ତୁ...ଫୁଲୁଛି ମହାନଦୀ, ବାହ୍ୟ ଜଗତରୁ ବିଚ୍ଛିନ୍ନ ହିରିମୂଳ ଗାଁ


ସେହିପରି ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବାବେଳେ ଦକ୍ଷିଣ-ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏନେଇ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ଯାଜପୁର ଓ ଭଦ୍ରକ ଏହି ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଚଳିତ ମୌସୁମୀରେ ଜୁନ ପହିଲାରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୧୧୧୫.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଏହି ସମୟରେ ସ୍ୱାଭାବିକ ବର୍ଷା ୧୧୫୦.୨ ମିଲିମିଟର ରହିଥିବାବେଳେ ରାଜ୍ୟରେ ଗତ ୨୪ ଘଣ୍ଟାରେ ସ୍ୱାଭାବିକ ବର୍ଷା ରହିଛି ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।

ତେବେ ବର୍ତ୍ତମାନ ସ୍ଥିତିରେ ନବରଙ୍ଗପୁରରେ କେବଳ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ଝାରସୁଗୁଡ଼ା ଢେଙ୍କାନାଳ ଓ ବୌଦ୍ଧ ଏହି ୩ ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ରେକର୍ଡ ହୋଇଛି । ଅବଶିଷ୍ଟ ୨୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରହିଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଅନ୍ୟପଟେ ରାଜ୍ୟରେ ଗତ ୨୪ ଘଣ୍ଟାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ରେକର୍ଡ ହୋଇଛି । ସମ୍ବଲପୁରର ବାମରାରେ ରାଜ୍ୟରେ ସର୍ବାଧିକ ୧୪୬.୨ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.