ETV Bharat / state

Weather Update: ଦୁର୍ବଳ ହୋଇଛି ସୁଦୃଶ ଲଘୁଚାପ, ୪ ଯାଏଁ ପ୍ରବଳ ବର୍ଷିବ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

author img

By ETV Bharat Odisha Team

Published : Oct 2, 2023, 5:58 PM IST

ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆସନ୍ତା 2 ଦିନ ଯାଏଁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅଧିକ ପଢନ୍ତୁ

heavily rainfall predicted in odisha
ଆସନ୍ତା ୪ ତାରିଖ ଯାଏଁ ପ୍ରବଳ ବର୍ଷା

ଆସନ୍ତା ୪ ତାରିଖ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ବର: ଦୁର୍ବଳ ହୋଇଛି ସୁଦୃଶ ଲଘୁଚାପ । ବର୍ତ୍ତମାନ ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆସନ୍ତା 2 ଦିନ ଯାଏଁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବାର ସମ୍ଭାବନା ଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଏହାସହ ୬ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲାଗୁଡ଼ିକ ହେଲା ବରଗଡ଼, ଝାରସୁଗୁଡ଼ା, ଦେବବଡ଼, ସୋନପୁର, ଅନୁଗୋଳ ଓ ସମ୍ବଲପୁର । ଏହି ୬ ଜିଲ୍ଲାରେ ୭୦ରୁ ୨୦ ସେମି ଯାଏଁ ବର୍ଷା ହୋଇପାରେ । ଏହି ୬ ଜିଲ୍ଲା ବ୍ୟତୀତ ବଲାଙ୍ଗୀର, ବୌଦ୍ଧ ,କଟକ, ଢେଙ୍କାନାଳ, ଯାଜପୁର ,କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଏଥିସହ ଉପକୂଳ ଓଡ଼ିଶା ସମେତ ରାଜ୍ୟର ଅବଶିଷ୍ଟ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଆସନ୍ତା ୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଅନ୍ୟପଟେ ଗତକାଲିର ସୁଦୃଶ ଲଘୁଚାପ କ୍ଷେତ୍ର ଆଜି ଦୁର୍ବଳ ହୋଇଛି । ଫଳରେ ଏହା ଗୋଟିଏ ଲଘୁଚାପ ଭାବେ ଦକ୍ଷିଣ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି । ଯେଉଁଥିପାଇଁ ଏହାସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ଆସନ୍ତା ୪ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।

ଏହା ବି ପଢନ୍ତୁ...ସ୍ବାଭାବିକ ହୋଇନି ରେଳପଥ: ଯୁଦ୍ଧ କାଳୀନ ଭିର୍ତ୍ତିରେ ଚାଲିଛି କାମ, ବର୍ଷା ସାଜିଛି ବାଧକ

ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହୋଇଛି । କେତେକ ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଛି । ଏହି କ୍ରମରେ ବରଗଡ଼ ପଦ୍ମପୁରରେ ସର୍ବାଧିକ ୧୧୪.୦୦ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪ ଘଣ୍ଟାରେ ୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଜିଲ୍ଲା ଗୁଡିକୁ ସତର୍କ ସୂଚନା ଜାରି କରିଛି ବିଭାଗ । ସେପଟେ ମୌସୁମୀ ଅପସାରଣ ପାଇଁ ପାଗ ଅନୁକୂଳ ରହିଥିବା ନେଇ ସୂୂଚନା ଦେଇଛନ୍ତି ପାଣିପାଗ ବୈଜ୍ଞାନିକ ଉମାଶଙ୍କର ଦାସ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.