ETV Bharat / state

Weather Update: 12 ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା, କିଛି ସ୍ଥାନରେ ପ୍ରବଳ ବର୍ଷିବ

author img

By

Published : Aug 17, 2023, 12:36 PM IST

Updated : Aug 17, 2023, 12:45 PM IST

Low pressure update
Low pressure update

ଆସନ୍ତା 12 ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା । ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି । ଅଧିକ ପଢନ୍ତୁ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା 12 ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେଇପାରେ । ଏହାର ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । କିଛି ଜିଲ୍ଲାକୁ ମଧ୍ୟ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି । ଗତକାଲିର ଘୂର୍ଣ୍ଣିବଳୟ ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳରେ 7.6 କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରର ସମାନ ଅଞ୍ଚଳରେ ଆଗାମୀ 12 ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି ।

  • ଆଗାମୀ #୧୨ଘଣ୍ଟା ମଧ୍ୟରେ #ଲଘୁଚାପ !!

    ଗତକାଲିର ଘୂର୍ଣ୍ଣିବଳୟ ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି | ଏହି ଘୂର୍ଣ୍ଣିବଳୟ ପ୍ରଭାବରେ, ବଙ୍ଗୋପସାଗର ର ସମାନ ଅଞ୍ଚଳରେ ଆଗାମୀ #୧୨ଘଣ୍ଟା ମଧ୍ୟରେ ଏକ #ଲଘୁଚାପକ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା pic.twitter.com/TWqWpAfu2f

    — Meteorological Centre, Bhubaneswar (@mcbbsr) August 17, 2023 " class="align-text-top noRightClick twitterSection" data=" ">

ଏହା ମଧ୍ୟ ପଢନ୍ତୁ-Weather Update: ସୃଷ୍ଟି ହେଲା ଆଉ ଏକ ଲଘୁଚାପ, 2 ଦିନ ରାଜ୍ୟରେ ପ୍ରବଳ ବର୍ଷିବ !

ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ତୀବ୍ର ବୃଷ୍ଟି ପାତ ଜାରି ରହିଛି । ଏଥିସହ ପଶ୍ଚିମବଙ୍ଗ, ଝାଡଖଣ୍ଡ, ବିହାର, ଉତ୍ତର ପ୍ରଦେଶ, ଛତିଶଗଡ ଏବଂ ମଧ୍ୟପ୍ରଦେଶର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆଜି ଠାରୁ ଆସନ୍ତା 21 ତାରିଖ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଅନୁଗୋଳ ଓ ଦେବଗଡ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ରାଜ୍ୟରେ ବର୍ଷା ହେବା ସାଙ୍ଗକୁ ଏହାର ପରିମାଣ ମଧ୍ୟ ବୃଦ୍ଧି ହୋଇପାରେ।

ଏହା ମଧ୍ୟ ପଢନ୍ତୁ-Weather Update: ଲଘୁଚାପ ପ୍ରଭାବରେ ଭିଜୁଛି ଓଡିଶା, ଅନୁଗୋଳରେ ସର୍ବାଧିକ ବର୍ଷା ରେକର୍ଡ

ରାଜ୍ୟକୁ ମୌସୁମୀ ଛୁଇଁବା ପରେ ଆଜି ପର୍ଯ୍ୟନ୍ତ ସ୍ବାଭାବିକ ଠାରୁ 8 ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ବୌଦ୍ଧରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ 18ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି । 11ଟି ଜିଲ୍ଲା ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ରାୟଗଡା, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ 20ରୁ 59 ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ତେବେ ଆଗାମୀ ଦିନରେ ହେବାକୁ ଥିବା ବର୍ଷା ନିଅଣ୍ଟିଆ ଭରଣ କରିବା ସମ୍ଭବ ନୁହେଁ । ଗତ ଜୁଲାଇ 29 ତାରିଖରେ ଉତ୍ତର ଓଡିଶା ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିଲା ।

Last Updated :Aug 17, 2023, 12:45 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.