ETV Bharat / state

ଆସୁଛି ଆଉ ଏକ ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା

author img

By ETV Bharat Odisha Team

Published : Nov 22, 2023, 6:09 PM IST

IMD Predicts Low Pressure: ୨୬ ତାରିଖ ବେଳକୁ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୭ ତାରିଖ ବେଳକୁ ଲଘୁଚାପ ଅବପାତରେ ପରିଣତ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଅଧିକ ପଢନ୍ତୁ

another low pressure
ଆସୁଛି ଆଉ ଏକ ଲଘୁଚାପ

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ। ୨୫ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ଓ ତା'ର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏହି ଘୂର୍ଣ୍ଣିବଳୟଟି ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ୨୬ ତାରିଖ ବେଳକୁ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ମଧ୍ୟ ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଅର୍ଥାତ ୨୭ ତାରିଖ ବେଳକୁ ଲଘୁଚାପଟି ଅବପାତରେ ପରିଣତ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ରାଜ୍ୟରେ ଏହାର ପ୍ରଭାବ କିପରି ରହିବ ତାହା ଅବପାତରେ ପରିଣତ ହେବା ପରେ ସ୍ପଷ୍ଟ ହୋଇପାରିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।

ସେପଟେ ରାଜ୍ୟକୁ ପ୍ରବେଶ କରୁଥିବା ପୂର୍ବାଳି ତରଙ୍ଗାୟିତ ବାୟୁ ପ୍ରଭାବରେ କିଛି କିଛି ସ୍ଥାନରେ ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି। ଏହି ବାୟୁ ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୩ ଦିନ ଧରି ଏଭଳି ପାଗ ଲାଗିରହିବ । ଆଜି ମାଲକାନଗିରି, ରାୟଗଡା, କୋରାପୁଟ, ଗଞ୍ଜାମ, ଗଜପତି ଏହି ୫ ଜିଲ୍ଲାରେ ହାଲୁକeରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଥିବା ସୂଚନା ଦେଇଛି ପାଣିପାଗ କେନ୍ଦ୍ର ।

ସେହିପରି ଆସନ୍ତାକାଲି କୋରାପୁଟ, ରାୟଗଡା, ମାଲକାନଗିରି ଓ ଗଜପତି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ପ୍ରଭାବରେ ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ଅଧିକ ରହୁଥିବାରୁ ତାପମାତ୍ରା ଉପରମୁହାଁ ହୋଇଛି । ଉପକୂଳ ଓଡ଼ିଶାରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଅଧିକ ଥିବା ବେଳେ ଆଭ୍ୟନ୍ତରୀଣ ଏବଂ ପାହାଡିଆ ଅଞ୍ଚଳରେ ସ୍ବାଭାବିକଠାରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଉପରେ ଅଛି ପାରଦ ।

ଏହା ବି ପଢନ୍ତୁ...ଜାରି ରହିଛି କୋହଲା ପାଗ, 3 ଜିଲ୍ଲାରେ ମଧ୍ୟମ ଧରଣ ବର୍ଷା ସମ୍ଭାବନା

୨ ଦିନ ଯାଏ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନାହିଁ ବୋଲି ସୂଚନା ଦେଇଛି ବିଭାଗ । ୫ ଦିନ ପରେ ପାଗରେ ପରିବର୍ତ୍ତନ ହୋଇପାରେ ବୋଲି ବିଭାଗ ଆକଳନ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲ୍ଲାର ନନ୍ଦାପୁରରେ ସର୍ବାଧିକ ୨୦ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ କୋରାପୁଟରେ ୧୦.୨ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସେହିଭଳି ଜୟପୁର ଏବଂ ସିମିଲିଗୁଡ଼ାରେ ବି ହାଲୁକା ବର୍ଷା ହୋଇଛି। ମାଲକାନଗିରିରେ ୩୩.୩ ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.