ETV Bharat / state

୨୭ରେ ଲଘୁଚାପ, ୨୯ରେ ନେବ ଅବପାତର ରୂପ !

author img

By ETV Bharat Odisha Team

Published : Nov 24, 2023, 5:44 PM IST

low pressure likely to form
ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ

Weather Update: ଦକ୍ଷିଣ ଆଣ୍ଡାମାନ ଓ ତା'ର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ଏହା ଅବପାତରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ

ଭୁବନେଶ୍ବର: ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ । ୨୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ଓ ତା'ର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ୨୭ ତାରିଖ ବେଳକୁ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ସୂଚନା ଦେଇଛି ପାଣିପାଗ କେନ୍ଦ୍ର । ପରବର୍ତ୍ତୀ ସମୟରେ ଅର୍ଥାତ ୨୯ ତାରିଖ ବେଳକୁ ଲଘୁଚାପଟି ଅବପାତରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଓଡ଼ିଶାରେ ଏହାର ପ୍ରଭାବ କିପରି ରହିବ ତାହା ଅବପାତରେ ପରିଣତ ହେବା ପରେ ହିଁ ସ୍ପଷ୍ଟ ହୋଇପାରିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।

ସେପଟେ ରାଜ୍ୟକୁ ପ୍ରବେଶ କରୁଥିବା ପୂର୍ବାଳି ତରଙ୍ଗାୟିତ ବାୟୁ ପ୍ରଭାବରେ କିଛି କିଛି ସ୍ଥାନରେ ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହି ବାୟୁ ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, କଳାହାଣ୍ଡି, ମାଲକାନଗିରି, କନ୍ଧମାଳ, ଗଜପତି ଓ ନୂଆପଡା ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଠାରୁ ପାଗ ଶୁଖିଲା ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।


ଏହା ବି ପଢନ୍ତୁ...ଆସୁଛି ଆଉ ଏକ ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା

ତେବେ ଗତ ୨୪ ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି । କୋରାପୁଟ ଜିଲ୍ଲାର ଲମତାପୁଟରେ ସର୍ବାଧିକ ୫୫.୪ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ ବୋରିଗୁମ୍ମାରେ ୧୫.୮ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସେହିପରି ତାଳଚେରରେ ୩୨.୮ ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଛି । ତେବେ ଗତ ୨୪ ଘଣ୍ଟାରେ ରାଜ୍ୟରେ ସର୍ବନିମ୍ନ ରାତ୍ରି ତାପମାତ୍ରା କେନ୍ଦୁଝରରେ ରେକର୍ଡ କରାଯାଇଛି । ଯାହାକି ୧୪ .୦ ଡିଗ୍ରୀ ରହିଛି ।

ତାପମାତ୍ରା ପରିବର୍ତ୍ତନର ସମ୍ଭାବନା ନାହିଁ । ୨୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି। ଦକ୍ଷିଣ ଆଣ୍ଡାମାନ ସାଗର ପାର୍ଶ୍ବବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଆଉ ୨୭ ତାରିଖ ବେଳକୁ ଏହା ଧୀରେ ଧୀରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ଆହରୁ ଘନୀଭୂତ ହୋଇ ୨୯ ତାରିଖ ବେଳକୁ ଅବପାତର ରୂପ ନେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।


ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.