ETV Bharat / state

ନଭେମ୍ବର 14ରୁ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା, ସାମିଲ ହେବ ଓଡ଼ିଶା

author img

By ETV Bharat Odisha Team

Published : Oct 10, 2023, 10:23 PM IST

Updated : Oct 11, 2023, 9:01 AM IST

ଚଳିତ ବର୍ଷ ନଭେମ୍ବର 14ରୁ ଆରମ୍ଭରୁ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ଆରମ୍ଭ ହେବାକୁ ଯାଉଛି । ଏଠାରେ ଓଡ଼ିଶାର ଅନନ୍ୟ ସୁସ୍ଵାଦୁ ଖାଦ୍ୟ ଅନୁଭୂତି ପ୍ରଦାନ କରିବାକୁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଅଧିକ ପଢ଼ନ୍ତୁ

ନଭେମ୍ବର ୧୪ରୁ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା; ସାମିଲ ହେବ ଓଡିଶା

ଭୁବନେଶ୍ବର: ଆସନ୍ତା ନଭେମ୍ବର 14ରୁ 27 ତାରିଖ ପର୍ଯ୍ୟନ୍ତ ନୂଆଦିଲ୍ଲୀର ପ୍ରଗତି ମୈଦାନରେ ଆୟୋଜିତ ହେବ ୪୨ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୩ । ଚଳିତ ବର୍ଷର ବିଷୟବସ୍ତୁ 'ବସୁଧୈବ କୁଟୁମ୍ବକମ-ୟୁନାଇଟେଡ ବାଇ ଟ୍ରେଡ' । ଏହି ଆଧାରରେ ଏଥିରେ ଓଡିଶା ଅଂଶଗ୍ରହଣ କରିବା ପାଇଁ ରାଜ୍ୟ ସରକାର ସ୍ଵୀକୃତି ପ୍ରଦାନ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଆଜି ଏକ ପ୍ରସ୍ତୁତି ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି ।

ଓଡିଶାର ବାଣିଜ୍ୟିକ ପରମ୍ପରା ବହୁ ପ୍ରାଚୀନ । ପ୍ରାଚୀନ ନୌବାଣିଜ୍ୟ ଠାରୁ ଆରମ୍ଭ କରି ଆଜି ପର୍ଯ୍ୟନ୍ତ ଓଡିଶାର ହସ୍ତତନ୍ତ, ହସ୍ତଶିଳ୍ପ, ବିଭିନ୍ନ କାରୁକାର୍ଯ୍ୟ ଭାରତର ବିଭିନ୍ନ ରାଜ୍ୟ ସମେତ ବିଶ୍ଵବାସୀଙ୍କ ପାଇଁ ଆକର୍ଷଣୀୟ ସାମଗ୍ରୀ ହୋଇ ଆସିଛି । ଓଡ଼ିଶାର ଜଗନ୍ନାଥ ସଂସ୍କୃତି, ଜନଜାତିଙ୍କ ଦ୍ଵାରା ପ୍ରସ୍ତୁତ ବିଭିନ୍ନ ଆଭୂଷଣ ଓ ଅଳଙ୍କାର ଏଠାରେ ପ୍ରଦର୍ଶିତ ହେବ । ରାଜ୍ୟ ସରକାରଙ୍କ ପ୍ରୋତ୍ସାହନରେ ପ୍ରଗତିଶୀଳ ଓଡ଼ିଶାର କୁଟୀର ଶିଳ୍ପ ସମେତ ଓଡ଼ିଶାର ମିଲେଟ, ଅଦା ଓ ହଳଦୀ, କୋରାପୁଟ କଫି, ପର୍ଯ୍ୟଟନ, କ୍ରୀଡ଼ା, ଶିଳ୍ପାୟନ ଆଦିକୁ ଓଡ଼ିଶା ପାଭିଲିୟନ ମାଧ୍ୟମରେ ବିଶ୍ଵବାସୀଙ୍କ ନିକଟରେ ସଠିକ ଭାବେ ଉପସ୍ଥାପିତ କରିବାକୁ ହେବ । ଉନ୍ନୟନ କମିଶନର ବୈଠକରେ ଉପସ୍ଥିତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ସଚିବ ଓ ନିର୍ଦ୍ଦେଶକମାନଙ୍କୁ ପରାମର୍ଶ ଦେଇଛନ୍ତି ।

ଏହାବି ପଢନ୍ତୁ- ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ମନ ମୋହୁଛି କୋରାପୁଟ କଫି, ମିଲେଟ୍‌ ସାମଗ୍ରୀ

ଚଳିତ ବର୍ଷ ବାଣିଜ୍ୟ ମେଳାର ଫୁଡ୍‌ କୋର୍ଟରେ ମଧ୍ୟ ଓଡିଶା ଅଂଶଗ୍ରହଣ କରି ବିଶ୍ଵବାସୀଙ୍କୁ ଓଡ଼ିଶାର ଅନନ୍ୟ ସୁସ୍ଵାଦୁ ଖାଦ୍ୟ ଅନୁଭୂତି ପ୍ରଦାନ କରିବାକୁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଗତବର୍ଷର ବାଣିଜ୍ୟ ମେଳାରେ ଓଡିଶା ପୁରସ୍କୃତ ହୋଇଥିବାରୁ ଚଳିତ ବର୍ଷ ମଧ୍ୟ ଏହି ପରମ୍ପରାକୁ ବଜାୟ ରଖିବାକୁ ଉନ୍ନୟନ କମିଶନର ଗୁରୁତ୍ଵାରୋପ କରିଛନ୍ତି । ବୈଠକରେ, ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ସମସ୍ତଙ୍କୁ ସ୍ଵାଗତ କରିବା ସହିତ ଆଲୋଚନା ପାଇଁ ଆବଶ୍ୟକ ତଥ୍ୟ ପ୍ରଦାନ କରିଛନ୍ତି । ବିଭାଗର ନିର୍ଦ୍ଦେଶକ ସରୋଜ କୁମାର ସାମଲ ପାୱାର ପଏଣ୍ଟ ମାଧ୍ୟମରେ ବିଭିନ୍ନ ତଥ୍ୟ ଉପସ୍ଥାପନ କରିଛନ୍ତି ।

ବୈଠକରେ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନି, ଏମଏସଏମଇ ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ବତ ମିଶ୍ର, ଅନୁସୂଚିତ ଜନଜାତି, ଜାତି, ସଂଖ୍ୟାଲଘୁ ଓ ପଛୁଆ ବର୍ଗ ବିଭାଗର କମିଶନର ତଥା ଶାସନ ସଚିବ ରୂପାରୋଷନ ସାହୁ ଓ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ, ଓରମାସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଗୁହା ପୁନମ ତାପସ କୁମାର, କୃଷି, ସଂସ୍କୃତି, ବୟନଶିଳ୍ପ ଆଦି ବିଭାଗର ପ୍ରମୁଖ ଶାସନ ସଚିବ, ସଚିବ, ଆୟୁକ୍ତ ଓ ନିର୍ଦ୍ଦେଶକଙ୍କ ସମେତ ସୂଚନା ଓ ଲୋକସମ୍ପର୍କ ବିଭାଗର ଅନ୍ୟ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଶଗ୍ରହଣ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Oct 11, 2023, 9:01 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.