ETV Bharat / state

Weather Update: ସୃଷ୍ଟି ହେଲା ଲଘୁଚାପ, 3 ଦିନ ପ୍ରବଳ ବର୍ଷିବ !

author img

By ETV Bharat Odisha Team

Published : Nov 14, 2023, 9:37 AM IST

Low Pressure Area
Low Pressure Area

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଆଜିଠୁ ରାଜ୍ୟରେ ପାଗରେ ପରିବର୍ତ୍ତନ ହେବ । ଅଧିକ ପଢନ୍ତୁ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ । ଏହାପରେ ଆସନ୍ତା 16 ତାରିଖରେ ଅବପାତରର ରୂପ ନେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଲଘୁଚାପ ସୃଷ୍ଟି ହେବା ପରେ ଆଜିଠୁ(ମଙ୍ଗଳବାର) ରାଜ୍ୟରେ ପାଗରେ ପରିବର୍ତ୍ତନ ହେବ । ମେଘୁଆ ପାଗ ସହ ବର୍ଷାରେ ଭିଜିବ ଉପାନ୍ତରୁ ଉପକୂଳ । 3 ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ।

ଏହା ମଧ୍ୟ ପଢନ୍ତୁ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, 15ରୁ ଭିଜିବ ଉପାନ୍ତରୁ ଉପକୂଳ

ସକ୍ରିୟ ଲଘୁଚାପ ଅବପାତର ରୂପ ନେବା ପରେ 17 ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ବା ସମୁଦ୍ର ମଧ୍ୟରେ ପବନର ବେଗ 45ରୁ 55 ସର୍ବାଧିକ 65 କିଲୋମିଟର ରହିବ । ତେଣୁ ପବନର ବେଗକୁ ଦୃଷ୍ଟିରେ ରଖି ସମୁଦ୍ର ଅଶାନ୍ତ ରହୁଥିବାରୁ ସମୁଦ୍ର ମଧ୍ୟକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରିଛି ପାଣିପାଗ ବିଭାଗ । ଆଜି ଦକ୍ଷିଣ ଉପକୂଳରେ ମେଘୁଆ ପାଗ ରହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, କଟକ, ରାୟଗଡା, ମାଲକାନଗିରି, କୋରାପୁଟ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱରରେ ବର୍ଷାର ସମ୍ଭାବନା ରହିଛି । ଆସନ୍ତା 17 ତାରିଖରେ ଉପକୂଳ ଓଡ଼ିଶାର ଖୋର୍ଦ୍ଧା, ନୟାଗଡ଼, କଟକ ଓ ପୁରୀର ଅନେକ ସ୍ଥାନରେ ହାଲୁକରୁ ମଧ୍ୟମ ବର୍ଷା ହୋଇପାରେ ।

ଏହା ମଧ୍ୟ ପଢନ୍ତୁ: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ, ସୃଷ୍ଟି ହେଲା ଘୂର୍ଣ୍ଣିବଳୟ !

ରାଜ୍ୟରେ ଭାରି ବର୍ଷା ରହିଥିବା ବେଳେ ଗଞ୍ଜାମ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଭଦ୍ରକ ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା 2ଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଗୋଟିଏ ଦୁଇଟି ସ୍ଥାନରେ 7 ରୁ 11 ସେମି ବର୍ଷା ହେବାର ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ । ରାଜ୍ୟରେ 3 ଦିନ ଧରି ବର୍ଷାର ସମ୍ଭାବନା ରହିଥିବା ବେଳେ ବର୍ତ୍ତମାନ ପାଗ ଶୁଖିଲା ରହିଛି । ସେପଟେ ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ରହୁଛି । ଏହାକୁ ନେଇ ଯଦିଓ ଶୀତ ଅଧିକ ନାହିଁ ତଥାପି ସ୍ୱାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପାରଦ କମିଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.