ETV Bharat / state

Weather Update: ପୁଣି ଭିଜିବ ରାଜ୍ୟ, 14ରେ ଆଉ ଏକ ଲଘୁଚାପ !

author img

By ETV Bharat Odisha Team

Published : Nov 11, 2023, 6:31 PM IST

Weather update
Weather update

Weather update: ଆସୁଛି ଆଉ ଏକ ଲଘୁଚାପ !14 ତାରିଖରେ ରାଜ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ଅଧିକ ପଢନ୍ତୁ

Weather update

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ ! ବର୍ତ୍ତମାନ ରାଜ୍ୟରେ ଶୁଖିଲା ପାଗ ରହିଥିବା ବେଳେ ୧୪ ତାରିଖରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ ଏନେଇ ଆଞ୍ଚଳିକ ପାଣିପାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।

ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜାରି ସୂଚନା ଅନୁଯାୟୀ, ୧୪ ନଭେମ୍ବର ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ୧୬ତାରିଖ ବେଳକୁ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହେବ ଏବଂ ପରବର୍ତ୍ତୀ ସମୟରେ ଏକ ଅବପାତର ରୂପ ନେବାର ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ତେବେ 15 ତାରିଖରେ ରାଜ୍ୟର ଦକ୍ଷିଣ ଉପକୂଳ ଜିଲ୍ଲା ସମେତ ରାୟଗଡା, କୋରାପୁଟ, ମାଲକାନଗିରି ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଉତ୍ତର ଉପକୂଳ ଓଡିଶାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହାମଧ୍ୟ ପଢନ୍ତୁ..Weather Update: ନଭେମ୍ବରରେ ଅନୁଭୂତ ହେବ କମ୍ ଶୀତ

ଆଞ୍ଚଳିକ ପାଣିପାଗ ପକ୍ଷରୁ ଆଉ ମଧ୍ୟ କୁହାଯାଇଛି ଯେ, ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ପବନ ପ୍ରବେଶ କରୁଛି । ଯାହାର ପ୍ରଭାବରେ ରାଜ୍ୟରେ ଶୀତର ମାତ୍ରା ବୃଦ୍ଧି ପାଇଛି । ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ପାରଦ କମିଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ତାପମାତ୍ରା ଆହୁରି କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିଛି । ଇତିମଧ୍ୟରେ ଦକ୍ଷିଣ ଉପକୂଳ ଓଡିଶା ଏବଂ ଦକ୍ଷିଣ ଅଭ୍ୟନ୍ତର ଓଡିଶାର ଗୋଟିଏ ଦୁଇଟି ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ଯଥେଷ୍ଟ କମିଛି । ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଅଞ୍ଚଳର ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟପଟେ ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତର ପ୍ରକୋପ ଦେଖିବାକୁ ମିଳିଛି । ଗତ ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ ଜିଲ୍ଲାର ଜି.ଉଦୟଗିରିରେ ସର୍ବନିମ୍ନ ୧୧.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି କୋରାପୁଟରେ ୧୧.୭ ଡିଗ୍ରୀ, ସିମିଳିଗୁଡାରେ ୧୨ଡିଗ୍ରୀ, ଦାରିଙ୍ଗବାଡିରେ ୧୩.୫ ଡିଗ୍ରୀ, କିରେଇରେ ୧୪.୫ ଡିଗ୍ରୀ, ଫୁଲବାଣୀରେ ୧୫ଡିଗ୍ରୀ, କଟକରେ ୨୦ଡିଗ୍ରୀ, ଭୁବନେଶ୍ୱରରେ ୨୦.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ଏହାମଧ୍ୟ ପଢନ୍ତୁ..Weather Update: 15 ଡିଗ୍ରୀ ତଳେ 5 ସହର, ପହିଲାରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.