ETV Bharat / state

ପୁଣି ଅକ୍ଟୋବରରେ ବାତ୍ୟା ! ଆଜି ଅବପାତର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

author img

By ETV Bharat Odisha Team

Published : Oct 22, 2023, 7:53 PM IST

ଅବପାତର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଗଭୀର ଅବପାତ ପରେ ୨୩ ତାରିଖ ରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହେବ । ଅଧିକ ପଢନ୍ତୁ

ଅବପାତର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ
ଅବପାତର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଅବପାତର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଭୁବନେଶ୍ବର: ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା । ବଙ୍ଗୋପସାଗରରେ ଦୁର୍ବଳ ବାତ୍ୟା ସୃଷ୍ଟି ହେବା ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶକ ଏଚ.ଆର. ବିଶ୍ବାସ । ସଦୃଶ ଲଘୁଚାପଟି ଆଜି ରାତିରେ ଅବପାତ ଓ ଗଭୀର ଅବପାତର ରୂପ ନେବା ସହ କାଲି ମଧ୍ୟରାତ୍ର ସୁଦ୍ଧା ଦୁର୍ବଳ ବାତ୍ୟାର ରୂପ ନେଇପାରେ । ସମୁଦ୍ରରେ ପବନର ବେଗ ସର୍ବାଧିକ ୮୦ କିମି ରହିପାରେ । ଏବେ ବାତ୍ୟାର କେନ୍ଦ୍ରସ୍ଥଳ ପାରଦୀପ ଠାରୁ ୬୨୦ କିମି ଦକ୍ଷିଣ ଏବଂ ପଶ୍ଚିମବଙ୍ଗ ଦୀଘାରୁ ୯୦୦ କିମି ଦକ୍ଷିଣ ପଶ୍ଚିମରେ ରହିଛି । ଏହା ଉତ୍ତର-ଉତ୍ତରପୂର୍ବ ଦିଗରେ ବାଂଲାଦେଶ- ପଶ୍ଚିମବଙ୍ଗ ଉପକୂଳ ମୁହାଁ ସମ୍ଭାବନା ରହିଛି । ବାତ୍ୟା ପ୍ରଭାବରେ ୨୭ ତାରିଖ ଯାଏଁ ସମୁଦ୍ର ଅଧିକ ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି ।

ତେବେ ଓଡ଼ିଶା ଉପରେ ବିଶେଷ ପ୍ରଭାବ ରହିବା ସମ୍ଭାବନା ନାହିଁ ବୋଲି ବିଶେଷଜ୍ଞ କହିଛନ୍ତି । ୨୪ ଓ ୨୫ ତାରିଖରେ ବର୍ଷାର ବିସ୍ତୃତି ସାମାନ୍ୟ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବାତ୍ୟା ପ୍ରଭାବରେ ୨୩ ତାରିଖରେ କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଓ ଗଞ୍ଜାମରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିପରି ୨୪ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଏହା ମଧ୍ୟ ପଢନ୍ତୁ...Cyclone Alert: ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ! ଆଜି ଗଭୀର ଅବପାତର ରୂପ ନେବ ଲଘୁଚାପ

ଆସନ୍ତା 24 ଘଣ୍ଟାରେ ଗଭୀର ଅବପାତର ରୂପ ନେବାର ସମ୍ଭାବନା ରହିଛି । ଅଧିକ ବଳ ଗୋଟାଇ ଲଘୁଚାପ ଏବେ ଅବପାତରେ ପରିଣତ ହୋଇଛି । ଆସନ୍ତାକାଲି ଏହା ବାତ୍ୟାର ରୂପ ନେଇପାରେ । ବାଂଲାଦେଶ ଓ ପଶ୍ଚିମବଙ୍ଗ ଆଡ଼କୁ ମୁହାଁଇବ । ଏହାର ସାମ୍ଭାବ୍ୟ ଗତିପଥ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ବର୍ତ୍ତମାନ ସଦୃଶ ଲଘୁଚାପ ଅବପାତର ରୂପ ନେଇ ସମୁଦ୍ର ଭିତରେ ସ୍ଥିର ରହିଛି । ପରବର୍ତ୍ତୀ ସମୟରେ ଏହା ଗଭୀର ଅବପାତରେ ପରିଣତ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଗଭୀର ଅବପାତ ସମୟରେ ପବନର ବେଗ ସର୍ବାଧିକ 80 କିମି ରହିପାରେ । ଓଡ଼ିଶା ଉପରେ ବିଶେଷ ପ୍ରଭାବ ରହିବାର ସମ୍ଭାବନା ନାହିଁ । ଓଡିଶା ଉପରେ ଏହା ପ୍ରଭାବ ନଥିଲେ ବି ରାଜ୍ୟ ସରକାର ସତର୍କ ରହିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.