ETV Bharat / state

ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଶତାଧିକ ମହିମା ସାଧୁ

author img

By

Published : Jun 19, 2023, 8:15 PM IST

ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଶତାଧିକ ମହିମା ସାଧୁ
ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଶତାଧିକ ମହିମା ସାଧୁ

ଶତାଧିକ ମହିମା ସାଧୁ ଆଜି ଭୁବନେଶ୍ବର ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ମହିମା ଗାଦିର ନବକଳେବର ପାଇଁ ୧୧୨ କୋଟି ଟଙ୍କା ମଞ୍ଜୁର କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ନବୀନ ନିବାସ ଆସି ମହିମା ଗାଦିର ବିକାଶ ଲାଗି ଆଗାମୀ ଦିନରେ ଆହୁରି ଅଧିକ ସହଯୋଗ ଲାଗି ଦାବି କରିଛନ୍ତି । ଅଧିକ ପଢନ୍ତୁ

ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଶତାଧିକ ମହିମା ସାଧୁ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଜି ଭେଟିଛନ୍ତି ଶତାଧିକ ମହିମା ସାଧୁ । ଦୀର୍ଘ ସମୟ ଧରି ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ମହିମା ସାଧୁ । ମହିମା ଗାଦିର ନବକଳେବର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିକଟରେ ୧୧୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ସେଥିପାଇଁ ମହିମା ସାଧୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି । ମହିମା ଧର୍ମର ବିକାଶ ପାଇଁ ଆଗାମୀ ଦିନରେ ଆହୁରି ଅଧିକ ସହଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ସାଧୁ ସୂଚନା ଦେଇଛନ୍ତି ।

ଶତାଧିକ ମହିମା ସାଧୁ ଆଜି ଭୁବନେଶ୍ବର ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ମହିମା ଗାଦିର ନବକଳେବର ପାଇଁ ୧୧୨ କୋଟି ଟଙ୍କା ମଞ୍ଜୁର କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ନବୀନ ନିବାସ ଆସି ମହିମା ଗାଦିର ବିକାଶ ଲାଗି ଆଗାମୀ ଦିନରେ ଆହୁରି ଅଧିକ ସହଯୋଗ ଲାଗି ଦାବି କରିଛନ୍ତି । ଏହି ସମୟରେ ୫ଟି ସଚିବ, ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ, ଢେଙ୍କାନାଳ ବିଧାୟକ ସୁଧୀର ସାମଲ ପ୍ରମୁଖ ଉପସ୍ଥିତ ଥିଲେ । ପୂର୍ବରୁ ୫ଟି ସଚିବ ମହିମା ଗାଦି ପରିଦର୍ଶନ କରି ଏହାର ବିକାଶ ପାଇଁ ସାଧୁସନ୍ଥଙ୍କ ସହିତ ଆଲୋଚନା କରିଥିଲେ । ଏହାପରେ ମହିମା ଗାଦିର ନକଳେବର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୧୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଖୁବଶୀଘ୍ର କାମ ଆରମ୍ଭ ହୋଇ ଆସନ୍ତା ବର୍ଷ ମାଘ ପୂର୍ଣ୍ଣିମା ପୂର୍ବରୁ ଶେଷ ହେବ ବୋଲି ସୂଚନା ରହିଛି ।

ସମାଧି ମନ୍ଦିରର ପୁନଃ ନିର୍ମାଣ, ପ୍ରାର୍ଥନା ଗୃହ, ପାଚେରୀ, ପୁଷ୍କରିଣୀ ପୁନରୁଦ୍ଧାର, ବସ ଷ୍ଟାଣ୍ଡ, କୌପୀନ ଧାରି ମହିମା ସମାଜ ପୀଠ ପୁନ ନିର୍ମାଣ, ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଆଦି ନିର୍ମାଣ କରାଯିବ । ପୀଠରେ ଆଭ୍ୟନ୍ତରୀଣ ସଡ଼କ ସହିତ ପୁରା ସ୍ଥାନର ଆଲୋକି କରଣ କରାଯିବ । ଜଗନ୍ନାଥ ମନ୍ଦିରରୁ ସ୍କୁଲ ପଡିଆ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରାଯିବ । ସୌନ୍ଦର୍ଯ୍ୟ କରଣ ପାଇଁ ପୂର୍ବ ପଟ ବଡ ପୋଖରୀର ପୁନରୁଦ୍ଧାର ସହିତ ୨୦୦ ତାଳ ଗଛ ଓ ୨୦୦ ବର ଗଛ ଲଗାଯିବ । ଆଲୋକିକରଣ ସହିତ ପ୍ରମନେଡ ତିଆରି କରାଯିବ । ସାଧୁ ଓ ଭକ୍ତ ମାନଙ୍କ ପାଇଁ ୨୦୦ ଶୌଚାଳୟ ନିର୍ମାଣ କରାଯିବ । ପୁରା ପ୍ରକଳ୍ପରେ ସାଧୁସନ୍ଥ, ଭକ୍ତ ଓ ଅତିଥିଙ୍କ ପାଇଁ ସବୁ ପ୍ରକାର ସୁବିଧା ସୁଯୋଗ ରହିବ । ଏହା ଜିଲ୍ଲାର ଏକ ପ୍ରମୁଖ ତୀର୍ଥସ୍ଥଳୀ ଓ ପର୍ଯ୍ୟଟନ କେନ୍ଦ୍ର ହେବା ପାଇଁ ସବୁ ପଦକ୍ଷେପ ନିଆଯିବ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.