ETV Bharat / state

ଜାରି ରହିଛି କୋହଲା ପାଗ, 3 ଜିଲ୍ଲାରେ ମଧ୍ୟମ ଧରଣ ବର୍ଷା ସମ୍ଭାବନା

author img

By ETV Bharat Odisha Team

Published : Nov 21, 2023, 11:02 PM IST

ସାରା ରାଜ୍ୟରେ ଜାରି ରହିଛି କୋହଲା ପାଗ । ଅଧିକାଂଶ ସ୍ଥାନରେ ହାଲୁକା ପବନ ସହ ହାଲୁକା ବର୍ଷା ଦେଖିବାକୁ ମିଳିଛି । ଅଧିକ ପଢନ୍ତୁ

ସାରା ରାଜ୍ୟରେ ଜାରି ରହିଛି କୋହଲା ପାଗ, ହାଲୁକା ପବନ ସହ ହାଲୁକା ବର୍ଷା
ସାରା ରାଜ୍ୟରେ ଜାରି ରହିଛି କୋହଲା ପାଗ, ହାଲୁକା ପବନ ସହ ହାଲୁକା ବର୍ଷା

ସାରା ରାଜ୍ୟରେ ଜାରି ରହିଛି କୋହଲା ପାଗ, ହାଲୁକା ପବନ ସହ ହାଲୁକା ବର୍ଷା

ଭୁବନେଶ୍ବର : ସାରା ରାଜ୍ୟରେ ଜାରି ରହିଛି କୋହଲା ପାଗ । ଅଧିକାଂଶ ସ୍ଥାନରେ ହାଲୁକା ପବନ ସହ ହାଲୁକା ବର୍ଷା ଦେଖିବାକୁ ମିଳିଛି । ଗତ ୨୪ ଘଣ୍ଟା ମଧ୍ୟରେ ପୁରୀ ଜିଲ୍ଲାର ଗୋପରେ ସର୍ବାଧିକ ୧୨ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ କୃଷ୍ଣପ୍ରସାଦରେ ୧୧ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସେହିଭଳି ଜଗତସିଂହପୁର ଏବଂ ଗଞ୍ଜାମରେ ବି ହାଲୁକା ବର୍ଷା ହୋଇଛି । ରାଜ୍ୟକୁ ପ୍ରବେଶ କରୁଥିବା ପୂର୍ବାଳି ତରଙ୍ଗାୟିତ ପବନ ପ୍ରଭାବରେ ଏଭଳି ପାଗ ଜାରି ରହିଛି । ଭୁବନେଶ୍ବର ରେ 20.4 ଡିଗ୍ରୀ ସେଲସିୟସ୍ ଏବଂ କଟକରେ 21 ଡିଗ୍ରୀ ସେଲସିୟସ୍ ସର୍ବନିମ୍ନ ତାପମାତ୍ରା ରହୁଛି । ଜଗତସିଂହପୁର, ପୁରୀ, ଗଂଜାମରେ ଅଳ୍ପ ରୁ ମଧ୍ୟମ ଦରଣ ର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଖୋର୍ଦ୍ଧା, ନୟାଗଡ, କନ୍ଧମାଳ ଭଳି 12ଟି ଜିଲ୍ଲାରେ ହାଲୁଋଋକା ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ଏହା ମଧ୍ୟ ପଢନ୍ତୁ... ଦୁର୍ବଳ ହେଲା ବାତ୍ୟା 'ମିଧିଲି', ରାଜ୍ୟରୁ ଶୀତ ଗାଏବ

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବା ସହ ୨୩ ତାରିଖରେ ଦକ୍ଷିଣ ଓଡ଼ିଶା ଜିଲ୍ଲା ଯଥା ନବରଙ୍ଗପୁର, ରାୟଗଡା, କୋରାପୁଟ, ଗଜପତି ଆଦି ସ୍ଥାନ ରେ ରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି 25 ତାର୍ଖ ରେ କନ୍ଧମାଳ, ଗଞ୍ଜାମ, ଗଜପତି, ମାଲକାନଗିରି ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି

ଏହା ମଧ୍ୟ ପଢନ୍ତୁ... ବଙ୍ଗୋପସାଗରରେ ବାତ୍ୟା ! ଓଡ଼ିଶାକୁ ନାହିଁ ବିପଦ, ପ୍ରବଳ ବର୍ଷିବା ସମ୍ଭାବନା

ବର୍ଷା ପ୍ରଭାବରେ ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ଅଧିକ ରହୁଥିବାରୁ ତାପମାତ୍ରା ଉପରମୁହାଁ ହୋଇଛି । ଉପକୂଳ ଓଡ଼ିଶାରେ ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଅଧିକ ଥିବା ବେଳେ ଆଭ୍ୟନ୍ତରୀଣ ଏବଂ ପାହାଡିଆ ଅଞ୍ଚଳରେ ସ୍ବାଭାବିକଠାରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଉପରେ ଅଛି ପାରଦ । ୫ ଦିନ ପରେ ପାଗରେ ପରିବର୍ତ୍ତନ ହୋଇପାରେ । ନିକଟରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିଲା ବାତ୍ୟା ମିଧିଲି । କିନ୍ତୁ ଏହା ଓଡିଶା ଉପରେ କୌଣସି ପ୍ରଭାବ ପକାଇ ନ ଥିଲା । ପରବର୍ତ୍ତୀ ସମୟରେ ଏହା ବାଙ୍ଗଲାଦେଶ ଅଭିମୁଖେ ଗତି କରିଥିଲା ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.