ETV Bharat / state

ରାଜ୍ୟରେ ଆଉ ୫ କରୋନା ଚିହ୍ନଟ, 24 ଛୁଇଁଲା ସକ୍ରିୟ ସଂଖ୍ୟା

author img

By ETV Bharat Odisha Team

Published : Jan 2, 2024, 2:03 PM IST

Updated : Jan 2, 2024, 3:11 PM IST

Odisha Corona
Odisha Corona

Odisha Corona Cases Rising: ଲାଗୁନି କୋରୋନା ବ୍ରେକ୍ । ଗତ 24 ଘଣ୍ଟାରେ ରାଜ୍ୟରେ 5 ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସକ୍ରିୟ ସଂଖ୍ୟା 24କୁ ବୃଦ୍ଧି ପାଇଛି । ଅଧିକ ପଢନ୍ତୁ

ଭୁବନେଶ୍ବର: ବର୍ଷ ଆରମ୍ଭରୁ ପୁଣି ଡରାଉଛି କୋରୋନା ମହାମାରୀ । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି 5 ଜଣ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କେରୋନା ସଂକ୍ରମିତଙ୍କ ସଂଖ୍ୟା 24କୁ ବୃଦ୍ଧି ପାଇଛି । ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି । ରାଜ୍ୟର ସମସ୍ତ ମେଡିକାଲ କଲେଜ ଡିନ୍‌, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ, କ୍ୟାପିଟାଲ ହସ୍ପିଟାଲ ଏବଂ ଆର୍‌ଜିଏଚ୍‌ ହସ୍ପିଟାଲର ନିର୍ଦ୍ଦେଶକଙ୍କୁ ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦିଆଯାଇଛି ।

ସୂଚନା ଅନୁସାରେ, ଗତ 24 ଘଣ୍ଟାରେ ୨୯୫ ଜଣଙ୍କ କୋଭିଡ୍ ପରୀକ୍ଷା କରାଯାଇଥିବା ବେଳେ 5 ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି । ତେବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 24କୁ ବୃଦ୍ଧି ପାଇଥିବା ବେଳେ ଜଣେ କୋଭିଡ ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି । ଅନ୍ୟପଟେ ଦେଶର ଆଉ କିଛି ରାଜ୍ୟରେ ମଧ୍ୟ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା । ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ ସଜାଗ ରହିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ଏ ନେଇ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ମେଡିକାଲ କଲେଜ ଡିନ୍‌, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ, କ୍ୟାପିଟାଲ ହସ୍ପିଟାଲ ଏବଂ ଆର୍‌ଜିଏଚ୍‌ ହସ୍ପିଟାଲର ନିର୍ଦ୍ଦେଶକଙ୍କୁ ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦିଆଯାଇଛି ।

ଅନ୍ୟପଟେ ସର୍ଭିଲାନ୍ସ ଏବଂ ଟେଷ୍ଟିଂ ବଢ଼ାଇବା ସହିତ ଏହାର ମୁକାବିଲା ପାଇଁ ସମସ୍ତ ପ୍ରସ୍ତୁତି କରିବାକୁ କୁହାଯାଇଛି । ଅକ୍ସିଜେନ ବେଡ୍‌ ପ୍ରସ୍ତୁତ ରଖିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଆକ୍ରାନ୍ତଙ୍କ ଉପରେ ନଜର ରଖିବା ସହ ପଜିଟିଭ୍‌ ଚିହ୍ନଟ ହେଲେ ଘରୋଇ ସଙ୍ଗରୋଧରେ ରହିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ଜିଲ୍ଲା ତଥା ଉପଖଣ୍ଡ ସ୍ତରରେ ଟେଷ୍ଟିଂ ଏବଂ ଚିକିତ୍ସା ସୁବିଧାରେ ସମସ୍ତ ପ୍ରକାର ସୁବିଧା ଯୋଗାଇବା ପାଇଁ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି । ଆବଶ୍ୟକ ଟେଷ୍ଟିଂ କିଟ୍‌ ଏବଂ ଔଷଧ ମହଜୁଦ ରଖିବା ସହ ଠିକ୍‌ ସମୟରେ ଡାଟା ଏଣ୍ଟ୍ରି କରିବା ପାଇଁ କୁହାଯାଇଛି । ଯେକୌଣସି ପରିସ୍ଥିତିକୁ ସାମ୍ନା କରିବା ପାଇଁ ସବୁ ପ୍ରକାର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଏହା ମଧ୍ୟ ପଢନ୍ତୁ: ବଢୁଛି କୋରୋନା; ଘରେ ରହି ଜିରୋ ନାଇଟ୍ ପାଳିବାକୁ ପରାମର୍ଶ


ଅପରପକ୍ଷେ ଲକ୍ଷଣ ଥିବା ଲୋକେ ଘରେ ରହିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ବିଶେଷକରି ନୂଆବର୍ଷ ଭିଡ଼ ପାଇଁ ସତର୍କ ରହିବାକୁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ପରାମର୍ଶ ଦେଇଛନ୍ତି । ଥଣ୍ଡା, କାଶ ଓ ଲକ୍ଷଣ ଥିବା ବ୍ୟକ୍ତି ଏବଂ ବୟସ୍କ ବ୍ୟକ୍ତି ଭିଡ଼ରୁ ଦୂରେଇ ରହିବା ପାଇଁ ସେ ଅପିଲ କରିଛନ୍ତି । ଘରେ ରହିବା ସହ ନିହାତି ଆବଶ୍ୟକ ସ୍ଥଳେ ବାହାରକୁ ବାହାରୁ ଥିଲେ ମାସ୍କ ବ୍ୟବହାର କରିବାକୁ ସେ ପରାମର୍ଶ ଦେଇଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

Last Updated :Jan 2, 2024, 3:11 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.