ETV Bharat / state

ରାଜ୍ୟରେ ମାଡୁଛି କୋରୋନା, ଦିନକରେ 6 ସଂକ୍ରମିତ ଚିହ୍ନଟ

author img

By ETV Bharat Odisha Team

Published : Jan 5, 2024, 2:20 PM IST

Odisha Corona Cases
Odisha Corona Cases

Odisha Corona Cases Rising: ରାଜ୍ୟରେ ଲଗାତାର ବୃଦ୍ଧି ପାଇବାରେ ଲାଗିଛି କୋରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ 24 ଘଣ୍ଟାରେ ପୁଣି 6 ଜଣ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅଧିକ ପଢନ୍ତୁ

ଭୁବନେଶ୍ବର: ବର୍ଷ ଆରମ୍ଭରୁ ଡରାଉଛି କୋରୋନା ମହାମାରୀ । ପ୍ରତିଦିନ ଚିହ୍ନଟ ହେଉଛନ୍ତି କୋରୋନା ସଂକ୍ରମିତ । ଗତ 24 ଘଣ୍ଟାରେ ରାଜ୍ୟରୁ 6 ଜଣ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜିର ସଂକ୍ରମିତଙ୍କୁ ମିଶାଇ ମୋଟ ସକ୍ରିୟ ସଂଖ୍ୟା 26କୁ ବୃଦ୍ଧି ପାଇଛି । ପ୍ରକାଶ ଥାଉକି, ଗତକାଲି(ଗୁରୁବାର) ରାଜ୍ୟରେ 2 ଜଣ ଜେଏନ1 ସଂକ୍ରମିତ ଚିହ୍ନଟ ହୋଇଥିଲେ ।

ରାଜ୍ୟରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ଘଟୁଛି । ତେବେ ୨୪ ଘଣ୍ଟାରେ ୫୦୦ ଜଣଙ୍କର ଟେଷ୍ଟ କରାଯାଇଥିଲା ବେଳେ 6 ଜଣଙ୍କର ନମୁନା ପଜିଟିଭ ଆସିଛି । ତେବେ ମୃତ୍ୟୁ ସଂଖ୍ୟା ବର୍ତ୍ତମାନ ସୁଦ୍ଧା ଶୂନ ରହିଛି । ରାଜ୍ୟରେ କୋଭିଡ ଟେଷ୍ଟିଂ ବଢାଯାଇଛି । ବର୍ତ୍ତମାନ ରାଜ୍ୟରେ ଯେଉଁ ଆକ୍ଟିଭ ଆକ୍ରାନ୍ତ ରହିଛନ୍ତି ସେମାନେ ସମସ୍ତେ ହୋମ ଆଇସୋଲେସନରେ ଅଛନ୍ତି । ତେଣୁ ଏଥିରେ ଆତଙ୍କିତ ହେବାର ନାହିଁ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି । ତେବେ ଆଗକୁ ବଢ଼ିବା ନେଇ ସ୍ଥିତି ଅନୁଧ୍ୟାନ କରାଯାଉଛି । ଜାତୀୟ ସ୍ତରୀୟ ତଥ୍ୟ ଅନୁସାରେ ଯେଉଁମାନେ ଆକ୍ରାନ୍ତ ରହୁଛନ୍ତି ସେମାନେ ୯୨% ରୁ ଊର୍ଦ୍ଧ୍ବ ହୋମ ଆଇସୋଲେସନରେ ଅଛନ୍ତି । ଆଉ ଯେଉଁମାନେ ମେଡିକାଲରେ ଆଡମିଟ ହେଉଛନ୍ତି ଓ ମେଜରିଟି ଡେଥ୍ ମଧ୍ୟ କୋମଅର୍ବିଟ କଣ୍ଡିସନ ପାଇଁ ହେଉଛି ବୋଲି କୁହାଯାଇଛି ।


ଏପଟେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଜେଏନ୧ ସଂକ୍ରମିତ । ରାଜ୍ୟରେ ଦୁଇ ଜଣ କୋରୋନାର ନୂଆ ଭାରିଆଣ୍ଟ ଜେଏନ୧ ସଂକ୍ରମିତ ହୋଇଛନ୍ତି । ଦୁଇ ଜଣଙ୍କ ମଧ୍ୟରୁ ଜଣେ ସୁନ୍ଦରଗଡ ବାସିନ୍ଦା ହୋଇଥିବା ବେଳେ ଅନ୍ୟ ଜଣେ ଭୁବନେଶ୍ବର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଦୁଇ ଜଣଙ୍କର ଟ୍ରାଭେଲ ହିଷ୍ଟ୍ରି କେରଳ ସହ ରହିଛି । ରାଜ୍ୟରେ କୋଭିଡ ସଂକ୍ରମିତ ଚିହ୍ନଟ ହେବା ପରେ ସମସ୍ତଙ୍କର ଜିନୋମ ସିକ୍ବେନ୍ସିଂ ପାଇଁ ପଠାଯାଉଥିବା ନେଇ କୁହାଯାଇଛି ।

ଏହା ମଧ୍ୟ ପଢନ୍ତୁ: ଓଡ଼ିଶାରେ ଦୁଇ JN.1 ସଂକ୍ରମିତ ଚିହ୍ନଟ


ସୂଚନା ଅନୁଯାୟୀ, ରାଜ୍ୟରେ ଦିନକୁ ଦିନ କୋରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି । ଟେଷ୍ଟିଂ ତୁଳନାରେ କମ୍‌ ଆକ୍ରାନ୍ତ ଚିହ୍ନଟ ହେଉଥିଲେ ମଧ୍ୟ କ୍ରମାଗତ ଭାବେ ଏହି ସଂଖ୍ୟା ବଢ଼ି ଚାଲିଥିବାରୁ ଚିନ୍ତା ବଢ଼ିଛି । ସେପଟେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ସଜାଗ ରହିବାକୁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି । ସର୍ଭିଲାନ୍ସ, ଟେଷ୍ଟିଂ ବଢ଼ାଇବା ସହିତ ଏହାର ମୁକାବିଲା ପାଇଁ ସମସ୍ତ ପ୍ରସ୍ତୁତି ରଖିବାକୁ କୁହାଯାଇଛି । ଅକ୍ସିଜେନ ବେଡ୍‌ ପ୍ରସ୍ତୁତ ରଖିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଆକ୍ରାନ୍ତଙ୍କ ଉପରେ ନଜର ରଖିବା ସହ ପଜିଟିଭ୍‌ ଚିହ୍ନଟ ହେଲେ ଘରୋଇ ସଙ୍ଗରୋଧରେ ରହିବାକୁ ପରାମର୍ଶ ଦିଆଯାଇଛି । ଜିଲ୍ଲା ତଥା ଉପଖଣ୍ଡ ସ୍ତରରେ ଟେଷ୍ଟିଂ ଏବଂ ଚିକିତ୍ସା ସୁବିଧା ଉପଲବ୍ଧ ନଥିବା ଅଭିଯୋଗ ଯେପରି ନ ଆସେ, ସେଥିପାଇଁ ସ୍ବାସ୍ଥ୍ୟ ବିଭାଗ କଡ଼ା ଚେତାବନୀ ଦେଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.