ETV Bharat / state

First Cabinet Meeting 2023: ଆଜି ବସିବ ବର୍ଷର ପ୍ରଥମ କ୍ୟାବିନେଟ ବୈଠକ

author img

By

Published : Jan 20, 2023, 9:13 PM IST

Updated : Jan 21, 2023, 7:33 AM IST

ଆଜି ପୂର୍ବାହ୍ନ ୧୧.୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଭିସି ଜରିଆରେ ବୈଠକର ଅଧ୍ୟକ୍ଷତା କରିବେ । ଅଧିକ ପଢନ୍ତୁ

Etv Bharat
Etv Bharat

ଭୁବନେଶ୍ବର: ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ବଦଳରେ ପୂର୍ବାହ୍ନରେ ଅନୁଷ୍ଠିତ ହେବ । ବୈଠକରେ ପ୍ରାୟ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିବାର ଆଶା ରହିଛି ।

ଆଜି(ଶନିବାର) ପୂର୍ବାହ୍ନ ୧୧.୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଭିସି ଜରିଆରେ ବୈଠକର ଅଧ୍ୟକ୍ଷତା କରିବେ । ସେହିପରି ଅନ୍ୟ କ୍ୟାବିନେଟ ମନ୍ତ୍ରୀମାନେ ଲୋକସେବା ଭବନ ଓ ଜିଲ୍ଲା ମୁଖ୍ୟାଳୟରୁ ଭିସି ଜରିଆରେ ଉପସ୍ଥିତ ରହିବେ ।

ବୈଠକରେ କ୍ରୀଡ଼ା ଓ ଯୁବସେବା, ପଞ୍ଚାୟତିରାଜ, ଉଚ୍ଚଶିକ୍ଷା, ସାଧାରଣ ପ୍ରଶାସନ ବିଭାଗ, ସ୍ୱାସ୍ଥ୍ୟ, ଜଳସମ୍ପଦ, କୃଷି ଆଦି ବିଭାଗର କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଅନୁମୋଦନ ମିଳିବ । ବିଶେଷ କରି ପାନୀୟଜଳ ପ୍ରକଳ୍ପ, କ୍ୟାଡର ରୁଲ୍‍ ସଂଶୋଧନ, ନଦୀବନ୍ଧ ଯୋଜନା ପ୍ରକଳ୍ପ ଭଳି ପ୍ରସ୍ତାବକୁ ଅନୁମୋଦନ ମିଳିବାର ସମ୍ଭାବନା ମଧ୍ୟ ରହିଛି । ରାଜ୍ୟ ସରକାରଙ୍କ ଶେଷ କ୍ୟାବିନଟେ ଗତବର୍ଷ ତଥା 27 ଡିସେମ୍ବର 2022ରେ ବସିଥିଲା । ଏହି କ୍ୟାବିନେଟ ବୈଠକରେ ମୋଟ ୧୭ଟି ପ୍ରସ୍ତାବ ଉପରେ କ୍ୟାବିନେଟର ମୋହର ବାଜିଥିଲା ।

ଗତବର୍ଷ ତଥା ଗତ ଡିସେମ୍ବର 27ରେ ବସିଥିଲା ବର୍ଷ 2022ର ଶେଷ କ୍ୟାବିନେଟ ବୈଠକ । କ୍ୟାବିନେଟରେ ୧୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଥିଲା । ଯେଉଁଥିରେ ରହିଥିଲା ୟୁପି ସ୍କୁଲ ଶିକ୍ଷକଙ୍କ ଗ୍ରାଣ୍ଟ-ଇନ-ଏଡ ଅବଧି ବୃଦ୍ଧି । ଭୁବନେଶ୍ୱରରୁ ଦୁବାଇ, ସିଙ୍ଗାପୁର ଓ ବ୍ୟାଙ୍କକକୁ ସିଧାସଳଖ ବିମାନ ସେବା ପ୍ରସ୍ତାବ । MSME ପାଇଁ ନୂଆ ନୀତିକୁ ଅନୁମୋଦନ ।

କ୍ୟାବିନେଟ ବୈଠକ ପରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସୂଚନା ଦେଇ କହିଥିଲେ ରାଜ୍ୟରେ କାର୍ଯ୍ୟକାରୀ ହେବ ଓଏସସିଆରଜିପିପି (OSCRGPP)ଦୁର୍ବିପାକ ନିରୋଧୀ ଦକ୍ଷତା ବୃଦ୍ଧି ପାଇଁ କାର୍ଯ୍ୟକ୍ରମ । ବିଶ୍ୱବ୍ୟାଙ୍କ ସହାୟତାରେ ରାଜ୍ୟରେ OSCRGPP କାର୍ଯ୍ୟକାରୀ ହେବ । ଏଥିରେ ଆଳୁ, ପନିପରିବା, ମସଲା ଉତ୍ପାଦନ ବୃଦ୍ଧି ପାଇଁ ସ୍ୱତନ୍ତ୍ର ପାଣ୍ଠିକୁ ଅନୁମୋଦନ କରାଯାଇଛି । କୃଷିରେ ମହିଳାଙ୍କୁ ସ୍ୱାବଲମ୍ବୀ କରାଇବାକୁ ପାଣ୍ଠି ବ୍ୟବସ୍ଥା କରାଯିବ । ମହିଳା SHGଙ୍କୁ କୃଷି ଉଦ୍ୟୋଗୀକରଣ ପାଇଁ ପ୍ରୋତ୍ସାହନ ଯୋଗାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ଯାହାକୁ କ୍ୟାବିନେଟ ମୋହର ମାରିଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

Last Updated :Jan 21, 2023, 7:33 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.