ETV Bharat / state

ଆଜି କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ, ଅତିରିକ୍ତ ବଜେଟକୁ ମିଳିବ ଅନୁମୋଦନ

author img

By ETV Bharat Odisha Team

Published : Sep 14, 2023, 6:01 PM IST

Updated : Sep 15, 2023, 8:23 AM IST

କାଲି କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ, ଅତିରିକ୍ତ ବଜେଟକୁ ମିଳିବ ଅନୁମୋଦନ
କାଲି କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ, ଅତିରିକ୍ତ ବଜେଟକୁ ମିଳିବ ଅନୁମୋଦନ

ଆସନ୍ତା ୨୧ ତାରିଖରେ ବିଧାନସଭାର ବାଚସ୍ପତି ନିର୍ବାଚନ ହେବ । ସେହିପରି ୨୨ରୁ ମୌସୁମୀ ଅଧିବେଶନ ଆରମ୍ଭ ହେଉଛି । ମୌସୁମୀ ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୪ ପର୍ଯ୍ୟନ୍ତ ଚାଲିବ । ସେହିପରି ୩ ତାରିଖରେ ଅତିରିକ୍ତ ବଜେଟ ଆଗତ ହେବ । ଏହା ପୂର୍ବରୁ ଆଜି ବସିବାକୁ ଯାଉଛି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ । ଅଧିକ ପଢନ୍ତୁ

ଭୁବନେଶ୍ବର: ଆଜି ବସିବାକୁ ଯାଉଛି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟାରେ ବସିବ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ନିବାସ ଓ ମନ୍ତ୍ରୀ ପରିଷଦର ସଦସ୍ୟ ଲୋକସେବା ଭବନରୁ ଉପସ୍ଥିତ ରହିବେ । ମନ୍ତ୍ରୀ ପରିଷଦ ବୈଠକରେ ଅତିରିକ୍ତ ବଜେଟକୁ ଅନୁମୋଦନ ମିଳିବ ବୋଲି ସୂଚନା ମିଳିଛି ।

ଆସନ୍ତା ୨୧ ତାରିଖରେ ବିଧାନସଭାର ବାଚସ୍ପତି ନିର୍ବାଚନ ହେବ । ସେହିପରି ୨୨ରୁ ମୌସୁମୀ ଅଧିବେଶନ ଆରମ୍ଭ ହେଉଛି । ମୌସୁମୀ ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୪ ପର୍ଯ୍ୟନ୍ତ ଚାଲିବ । ସେହିପରି ୩ ତାରିଖରେ ଅତିରିକ୍ତ ବଜେଟ ଆଗତ ହେବ । ଏହା ପୂର୍ବରୁ ଆସନ୍ତାକାଲି ବସିବାକୁ ଯାଉଛି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ । ଆଜି(ଶୁକ୍ରବାର) ସଂଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ଦୁଇ ବୈଠକ ବସିବ । 2023-24 ଆର୍ଥିକ ବର୍ଷର ଅତିରିକ୍ତ ବଜେଟ ଚିଠା ପ୍ରସ୍ତାବକୁ ମନ୍ତ୍ରୀ ପରିଷଦ ବୈଠକରେ ଆଗତ କରାଯିବ । ପ୍ରାୟ 25 ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ ଚିଠା ପ୍ରସ୍ତାବ ଉପସ୍ଥାପନା ହୋଇପାରେ ।

ଏହାବି ପଢନ୍ତୁ- Odisha Cabinet Meeting: 12ଟି ବିଭାଗର 19ଟି ପ୍ରସ୍ତାବକୁ ସ୍ବୀକୃତି, 1ବର୍ଷରେ ଦକ୍ଷ ହେବେ 1ଲକ୍ଷ ଯୁବକ ଯୁବତୀ

ତେବେ ରାଜ୍ୟ କ୍ୟାବିନେଟରେ ହେବାକୁ ଥିବା ଗୁରୁତ୍ବପୂର୍ଣ୍ଣ ବୈଠକରେ ବିଭିନ୍ନ ପ୍ରସ୍ତାବ ଉପରେ ମୋହର ବାଜିବ । ୧୦ରୁ ଅଧିକ ପ୍ରସ୍ତାବ ଉପରେ କ୍ୟାବିନେଟରେ ଆଲୋଚନା ହେବ । ଭିତ୍ତିଭୂମି ସୁଦୃଢ ହେବା ପାଇଁ ବୈଠକରେ ମୁଖ୍ୟ ଗୁରୁତ୍ବ ରହିବ ବୋଲି କୁହାଯାଉଛି । ସେହିପରି ମନ୍ତ୍ରୀ ପରିଷଦ ବୈଠକରେ ଅତିରିକ୍ତ ବଜେଟକୁ ଅନୁମୋଦନ ମିଳିବ ବୋଲି ସୂଚନା ମିଳିଛି ।

ଏହାବି ପଢନ୍ତୁ- Odisha Cabinet Meeting: 11 ବିଭାଗର 17 ପ୍ରସ୍ତାବକୁ ମୋହର, ଫୋକସରେ କ୍ୟାନସର ଚିକିତ୍ସା

ଶେଷ ଥର ପାଇଁ ଗତ ମାସ 11 ତାରିଖରେ ରାଜ୍ୟ କ୍ୟାବିନେଟ ବୈଠକ ବସିଥିଲା । ଗତ କ୍ୟାବିନେଟରେ 12 ଟି ବିଭାଗର ମୋଟ 19ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିଲା । ଯେଉଁଥିରେ ଏକ ପ୍ରମୁଖ ନିଷ୍ପତ୍ତି ଭାବେ ନୂତନ ଉନ୍ନତ ଅଭିଳାଷ ବା ନୂଆଁ ଓଡିଶା ଯୋଜନାକୁ ମଞ୍ଜୁରୀ ମିଳିଥିଲା । ତେବେ ପ୍ରାଚୀନ ଓଡ଼ିଶାର ସୋମବଂଶୀ ଶାସକ ତଥା ଲିଙ୍ଗରାଜ ଭଳି ଅନେକ ଐତିହ୍ୟ ସମ୍ପନ୍ନ ମନ୍ଦିରର ନିର୍ମାତା ଯଯାତୀ କେଶରୀଙ୍କ ନାମରେ ନାମିତ ହେବ ଯାଜପୁର ମେଡିକାଲ୍ କଲେଜ ଏବଂ ହସ୍ପିଟାଲ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।

ଇଟିଭି ଭାରତ, ଭୁବନେଶ୍ବର

Last Updated :Sep 15, 2023, 8:23 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.