ETV Bharat / state

Weather Update: ୧୨ ଘଣ୍ଟାରେ ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

author img

By

Published : Aug 17, 2023, 7:37 PM IST

Updated : Aug 17, 2023, 7:53 PM IST

ଆସନ୍ତା ୧୨ ଘଣ୍ଟାରେ ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ । ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଅଧିକ ପଢନ୍ତୁ

Weather Update
Weather Update

Weather Update: ୧୨ ଘଣ୍ଟାରେ ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୧୨ ଘଣ୍ଟାରେ ଲଘୁଚାପର ରୂପ ନେବ ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ । ଏବେ ଏହା ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ରହିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପଟି ସୃଷ୍ଟି ହେବ । ଏହାର ପ୍ରଭାବରେ ରାଜ୍ୟରେ ଆଗାମୀ ୪୮ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ସୂଚନା ଦେଇଛି ପାଣିପାଗ ବିଭାଗ ।

ଏହି ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ପର୍ଯ୍ୟନ୍ତ ଲମ୍ବିଛି । ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପଟି ସୃଷ୍ଟି ହେବ । ଏହାର ପ୍ରଭାବରେ ରାଜ୍ୟରେ ଆଗାମୀ ୪୮ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା । ଆଜି ପ୍ରବଳ ବର୍ଷା ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ସମେତ ୧୪ଟି ଜିଲ୍ଲାକୁ ସତର୍କତା ଜାରି କରିଛି ବିଭାଗ ।

ଏହା ବି ପଢନ୍ତୁ- Weather Update: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, 3ଦିନ ପ୍ରବଳ ବର୍ଷିବ

ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, କଳାହାଣ୍ଡି, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ ଓ ମାଲାକାରଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ପ୍ରବଳ ବର୍ଷା ଓ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ । ଏହି ସବୁ ଜିଲ୍ଲାରେ ୭୦ରୁ ୨୦୦ ମିମି ବର୍ଷିବା ନେଇ ଆକଳନ । କାଲିଠୁ ବଢ଼ିବ ବର୍ଷାର ପରିମାଣ ଏବଂ ବିସ୍ତୃତି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ । ୧୮ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ । କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି ଏବଂ କୋରାପୁଟକୁ ସତର୍କତା ଜାରି କରାଯାଇଛି ।

ଅନ୍ୟପଟେ ଏହି ବର୍ଷାକୁ ନେଇ ସୃଷ୍ଟି ହୋଇପାରେ ଆକସ୍ମିକ ବନ୍ୟା । କମିବ ଦୃଶ୍ୟମାନ କ୍ଷମତା, ସୃଷ୍ଟି ହେବ ଟ୍ରାଫିକ ସମସ୍ୟା । ଏହାସହ ସହରାଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହୋଇପାରେ । ସେପଟେ ଏବେ ବି ରାଜ୍ୟରେ ଦୁର୍ବଳ ମୌସୁମୀ ଲଘୁଚାପକୁ ନେଇ ସକ୍ରିୟ ହୋଇଛି । ଏହି ଲଘୁଚାପ ନିଅଣ୍ଟିଆ ବର୍ଷା ଭରଣା କରିବାରେ ସକ୍ଷମ ହୋଇପାରେ ବୋଲି ପୂର୍ବାନୁମାନ କରିଛି ବିଭାଗ ।

ଜୁନ୍‌ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ । ବୌଦ୍ଧରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଛି । ୧୮ ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ । ୧୧ ଜିଲ୍ଲାରେ ସ୍ବାଭାବିକଠାରୁ ୨୦ରୁ ୫୯ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ଏବେବି ୧୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ବୋଲି ସୂଚନା ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ରାଜ୍ୟରେ କେତେକ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ମୟୂରଭଞ୍ଜର ରାରୁଅନାରେ ସର୍ବାଧିକ ୧୦୭.୦ ମିମି ବର୍ଷା ରେକର୍ଡ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Aug 17, 2023, 7:53 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.