ETV Bharat / state

Odisha Weather: ରାଜ୍ୟରେ ସକ୍ରିୟ ପଶ୍ଚିମା ଝଡ଼, ୨୦ରେ ପାଗରେ ପରିବର୍ତ୍ତନ

author img

By

Published : Mar 16, 2023, 6:37 PM IST

Odisha Weather
Odisha Weather

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ମଧ୍ୟମ ଧରଣର ବର୍ଷା ସହ ମେଘୁଆ ପାଗ ଦେଖିବାକୁ ମିଳିଛି । ଆସନ୍ତା ୨୦ ତାରିଖରୁ ପାଗରେ ପରିବର୍ତ୍ତନ ଆସିବ ବୋଲି କହିଛି ପାଣିପାଗ ବିଭାଗ । ଅଧିକ ପଢନ୍ତୁ

Odisha Weather: ରାଜ୍ୟରେ ସକ୍ରିୟ ପଶ୍ଚିମା ଝଡ଼, ୨୦ରେ ପାଗରେ ପରିବର୍ତ୍ତନ

ଭୁବନେଶ୍ବର: ରାଜ୍ୟରେ ସକ୍ରିୟ ରହିଛି ପଶ୍ଚିମା ଝଡ଼ । ଆଉ ଏହାରି ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସହ ମେଘୁଆ ପାଗ ଦେଖିବାକୁ ମିଳିଛି । ଆସନ୍ତାକଲି ମଧ୍ୟ ରାଜ୍ୟର ଅନେକ ସ୍ଥାନରେ ପଶ୍ଚିମା ଝଡ଼ର ପ୍ରଭାବରେ ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନ ରହିଛି ବୋଲି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଏଚ. ଆର ବିଶ୍ବାସ ।

ଏହାର ପ୍ରଭାବରେ ଗତ ୨୪ ଘଣ୍ଟା ଭିତରେ କୋରାପୁଟ, ଗଞ୍ଜାମ, ବାଲେଶ୍ବର ଓ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏ କିମ୍ବା ୨ଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି । କୋରାପୁଟରେ ସର୍ବାଧିକ ୪.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସେହିପରି କନ୍ଧମାଳରେ ୪.୦ ଓ ଭୁବନେଶ୍ବରରେ ୦.୧ ବର୍ଷା ରେକର୍ଡ ହୋଇଛି । ଗତ ୨୪ ଘଣ୍ଟାରେ ସର୍ବାଧିକ ୩୭.୮ ଡିଗ୍ରୀ ତାପମାତ୍ରା ଝାରସୁଗୁଡ଼ାରେ ରେକର୍ଡ଼ କରାଯାଇଛି । ଅନ୍ୟପଟେ ଆଗାମୀ ୨୪ ଘଣ୍ଟାରେ ରାଜ୍ୟର କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିସବୁ ଜିଲ୍ଲାଗୁଡିକ ହେଲା ସୁଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ବରଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, ସୁବର୍ଣ୍ଣପୁର, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ନବରଙ୍ଗପୁର। ଏହାସହ ଅନ୍ୟ ଜିଲ୍ଲାଗୁଡିରେ ମଧ୍ୟ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ବିଜୁଳି ଘଡ଼ଘଡ଼ି ସହ ମାଲକାନଗିରି, କୋରାପୁଟ, ରାୟଗଡା, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ଝାରସୁଗୁଡା, ବରଗଡ଼ ଜିଲ୍ଲାରେ ପବନ ବହିବାର ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ ।

ଏହା ବି ପଢନ୍ତୁ- ଆଜିଠୁ ରାଜ୍ୟରେ ଶୁଭାରମ୍ଭ 'ବାଲ୍ ଆଧାର'

ସେହିପରି ଆସନ୍ତାକଲି ମଧ୍ୟ ରାଜ୍ୟର ଅନେକ ସ୍ଥାନରେ ପଶ୍ଚିମା ଝଡ଼ର ପ୍ରଭାବରେ ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନ ରହିଛି । ସେହିସଵୁ ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର। ୪୦ରୁ ୪୫ କିମି ପବନ ବହିବାର ସମ୍ଭାବନ ରହିଛି । ୧୮ ତାରିଖରୁ ବର୍ଷାର ବିସ୍ତୃତି ବଢିବ । ରାଜ୍ୟର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନ ଥିବା କହିଛି ପାଣିପାଗ ବିଭାଗ । ଦକ୍ଷିଣ ଓଡ଼ିଶାରେ ବିଶେଷ ଭାବେ ପ୍ରବଳ ବର୍ଷାର ସମ୍ଭାବନ ଥିବା ବେଳେ କେନ୍ଦୁଝର, ଯାଜପୁର, ଢେଙ୍କାନାଳ, କଟକ, କୋରାପୁଟ, ମାଲକାନଗିରି ଜିଲ୍ଲାରେ କୁଆପଥର ବର୍ଷା ହେବାର ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଭାଗ ।

୧୯ ତାରିଖରେ ଆଭ୍ୟନ୍ତରୀଣ ଓ ଉପକୂଳ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ୨୦ ତାରିଖ ବେଳକୁ ଧୀରେ ଧୀରେ ବର୍ଷାର ପରିମାଣ କମିବ । ଆଉ ପୁଣି ପାଗରେ ପରିବର୍ତ୍ତନ ହେବାର ସମ୍ଭାବନା ଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ଅନ୍ୟପଟେ ଭୁବନେଶ୍ବରରେ ମେଘୁଆ ପାଗ ସହ କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନ ଥିବା କହିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.