ETV Bharat / state

ସମ୍ଭାବ୍ୟ ବାତ୍ୟାକୁ ନେଇ ସତର୍କ ସରକାର, ଜିଲ୍ଲାପାଳଙ୍କୁ SRCଙ୍କ ଚିଠି

author img

By ETV Bharat Odisha Team

Published : Nov 29, 2023, 5:36 PM IST

ସମ୍ଭାବ୍ୟ ବାତ୍ୟାକୁ ନେଇ ସତର୍କ ସରକାର; ଜିଲ୍ଲାପାଳଙ୍କୁ SRCଙ୍କ ଚିଠି, ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ବାରଣ
ସମ୍ଭାବ୍ୟ ବାତ୍ୟାକୁ ନେଇ ସତର୍କ ସରକାର; ଜିଲ୍ଲାପାଳଙ୍କୁ SRCଙ୍କ ଚିଠି, ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ବାରଣ

ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରାରମ୍ଭିକ ଚେତାବନୀ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏନେଇ ୭ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଏସଆରସି ଚିଠି କରିଛନ୍ତି । ଅଧିକ ପଢନ୍ତୁ

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟାକୁ ନେଇ ସତର୍କ ହୋଇଛନ୍ତି ରାଜ୍ୟ ସରକାର । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ୭ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି । ସେହିପରି ମତ୍ସ୍ୟଜୀବୀଙ୍କୁ କେନ୍ଦ୍ରୀୟ ବଙ୍ଗୋପସାଗରର ଗଭୀର ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ସେହିପରି ଯେଉଁ ମତ୍ସ୍ୟଜୀବୀମାନେ ଗଭୀର ସମୁଦ୍ରରେ ଅଛନ୍ତି, ସେମାନେ ୧ ତାରିଖ ସୁଦ୍ଧା କୂଳକୁ ଫେରି ଆସିବାକୁ କୁହାଯାଇଛି ।

ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାପାଳନଙ୍କୁ ଚିଠି ଲେଖିଛନ୍ତି ଏସଆରସି । ସତର୍କ ରହିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ସମ୍ଭାବ୍ୟ ବାତ୍ୟାର ଗତିପଥ ନେଇ କୌଣସି ବିସ୍ତୃତ ବିବରଣୀ ମିଳିନାହିଁ । ଲଘୁଚାପ କ୍ଷେତ୍ରର ଗତିବିଧି ଉପରେ ମଧ୍ୟ ଆଇଏମଡି ସତର୍କ ନଜର ରଖିଛି । ୧ ତାରିଖରୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳର ଗଭୀର ସମୁଦ୍ର ଅଞ୍ଚଳକୁ ମତ୍ସ୍ୟଜୀବୀଙ୍କୁ ପ୍ରବେଶ ପାଇଁ ବାରଣ କରାଯାଇଛି । ଏହା ସହ ସମୁଦ୍ର ମଧ୍ୟରେ ଥିବା ମତ୍ସ୍ୟଜୀବୀଙ୍କୁ ଆସନ୍ତାକାଲି ସୁଦ୍ଧା ଉପକୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି ।

ଅଧିକ ପଢନ୍ତୁ- ସମ୍ଭାବ୍ୟ ବାତ୍ୟାକୁ ନେଇ ସତର୍କ ସରକାର: ଜିଲ୍ଲାପାଳଙ୍କୁ ଆଲର୍ଟ ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରାରମ୍ଭିକ ଚେତାବନୀ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସୂଚନା ଅନୁଯାୟୀ, ଆସନ୍ତା ୩ ତାରିଖରେ ବାତ୍ୟା ଯୋଗୁଁ ଓଡ଼ିଶାର ଉପକୂଳବର୍ତ୍ତୀ କିଛି ଜିଲ୍ଲାରେ ପ୍ରଭାବ ପଡ଼ିବାର ସମ୍ଭାବନା ରହିଛି । ୩ ତାରିଖରେ ଦକ୍ଷିଣ ଓଡ଼ିଶାର କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ ଓ ଜଗତସିଂହପୁରର କିଛି କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଛି । ସେହିପରି ୪ ତାରିଖରେ ଏହାର ପ୍ରଭାବ ବୃଦ୍ଧି ପାଇବା ସହ ରାଜ୍ୟର ସମସ୍ତ ଉପକୂଳବର୍ତ୍ତୀ ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ବର, ଭଦ୍ରକ, ପୁରୀ, ଖୋର୍ଦ୍ଧା, କନ୍ଧମାଳ, ଗଜପତି ଓ ରାୟଗଡ଼ା ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି ।

ସମ୍ଭାବ୍ୟ ବାତ୍ୟା ଯୋଗୁଁ ସମୁଦ୍ର ଧୀରେ ଧୀରେ ଅଶାନ୍ତ ହେବାରେ ଲାଗିଛି । ଆସନ୍ତା ୧ ତାରିଖରୁ କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ପବନର ଘଣ୍ଟା ପ୍ରତି ବେଗ ୪୦-୫୦ କିମି ରହିବ । ଏହାର ଝଟକା ୬୦ କିମି ପହଞ୍ଚିବ । ୨ରେ ଏହା ବଢ଼ି ଘଣ୍ଟା ପ୍ରତି ୫୦-୬୦ ଓ ଝଟକା ପବନ ୭୦ କିମି ଛୁଇଁବ । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୧ ତାରିଖରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି । ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଖୋର୍ଦ୍ଧା ସମେତ ଉପକୂଳବର୍ତ୍ତୀ ୬ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ କରାଯାଇଛି । ମତ୍ସ୍ୟଜୀବୀମାନେ ଯେପରି ୧ ତାରିଖ ପରେ ସମୁଦ୍ର ମଧ୍ୟକୁ ନଯିବେ ଓ ଯେଉଁମାନେ ସମୁଦ୍ର ମଧ୍ୟରେ ଅଛନ୍ତି, ସେମାନଙ୍କୁ ୧ ତାରିଖ ସୁଦ୍ଧା କୂଳକୁ ଫେରାଇ ଆଣିବାକୁ ସୁନିଶ୍ଚିତ କରିବାକୁ କୁହାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.