ETV Bharat / state

କେନ୍ଦୁପତ୍ର କର୍ମଚାରୀଙ୍କୁ ମିଳିଲା ସହାୟତା, ହିତାଧିକାରୀଙ୍କ ଖାତାକୁ ଗଲା ୪୩ କୋଟି

author img

By

Published : Nov 27, 2022, 10:23 PM IST

ଆଜି ସହାୟତା ପାଇଛନ୍ତି କେନ୍ଦୁପତ୍ର ତୋଳାଳି । ହିତାଧିକାରୀଙ୍କ ଖାତାକୁ ଯାଇଛି ୪୩ କୋଟି । ଅଧିକ ପଢନ୍ତୁ

କେନ୍ଦୁପତ୍ର କର୍ମଚାରୀଙ୍କୁ ମିଳିଲା ସହାୟତା, ହିତାଧିକାରୀଙ୍କ ଖାତାକୁ ଗଲା ୪୩ କୋଟି
କେନ୍ଦୁପତ୍ର କର୍ମଚାରୀଙ୍କୁ ମିଳିଲା ସହାୟତା, ହିତାଧିକାରୀଙ୍କ ଖାତାକୁ ଗଲା ୪୩ କୋଟି

ଭୁବନେଶ୍ବର: ଘୋଷଣା ଅନୁଯାୟୀ ଆଜି ସହାୟତା ପାଇଛନ୍ତି କେନ୍ଦୁପତ୍ର ତୋଳାଳି, ବନ୍ଧାଳୀ ଓ ସିଜିନାଲ କର୍ମଚାରୀ । ମଧ୍ୟବର୍ତ୍ତୀ କାଳୀନ ସହାୟତା ଭାବରେ ତୋଳାଳୀ ୧୦୦୦ ଟଙ୍କା ପାଇଥିବାବେଳେ ବନ୍ଧାଳୀ ଓ ସିଜିନାଲ କର୍ମଚାରୀଙ୍କୁ ମିଳିଛି ୧୫୦୦ ଟଙ୍କା । ଆଜି ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସହାୟତା ବଣ୍ଟନ କରିଛନ୍ତି । ହିତାଧିକାରୀଙ୍କ ଖାତାକୁ ୪୩ କୋଟି ଟଙ୍କା ଯାଇଛି । DBT ଜରିଆରେ ଏହି ସହାୟତା ହିତାଧିକାରୀଙ୍କ ବ୍ଯାଙ୍କ ଖାତାରେ ଜମା ହୋଇଛି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗରିବ ଲୋକର ଖୁସି ହିଁ ତାଙ୍କର ସବୁଠାରୁ ବଡ ଖୁସି । ଗରିବ ଲୋକଙ୍କ ସହ ସେ ସବୁବେଳେ ରହିଛନ୍ତି । ସେମାନଙ୍କ କଲ୍ୟାଣ ପାଇଁ ତାଙ୍କର ଉଦ୍ୟମ ଜାରି ରହିବ । ଉପନିର୍ବାଚନ ଆଚରଣବିଧି ଉଠିବା ପରେ ବରଗଡ ଜିଲ୍ଲାର ତୋଳାଳୀ ଓ ଅନ୍ୟ କେନ୍ଦୁପତ୍ର କର୍ମଚାରୀମାନଙ୍କୁ ଏ ସବୁ ସହାୟତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି । କେନ୍ଦୁପତ୍ର ହେଉଛି ଗରିବ ଲୋକର ଦାନା ପାଣିର କଥା । ତେଣୁ ତା ଉପରେ ୧୮% GSTକୁ ନାପସନ୍ଦ କରି ଏହାର ସମ୍ପୂର୍ଣ୍ଣ ଉଚ୍ଛେଦ ପାଇଁ ମୁଖ୍ୟମନ୍ତ୍ରୀ କେନ୍ଦ୍ର ନିକଟରେ ଦାବି କରିଛନ୍ତି ।

ଏହା ବି ପଢନ୍ତୁ- ବାବା ରାମଦେବଙ୍କୁ ମହାରାଷ୍ଟ୍ର ମହିଳା କମିଶନର ନୋଟିସ, ମହିଳାଙ୍କୁ ନେଇ ଦେଇଥିଲେ ବିବାଦୀୟ ବୟାନ

ଆଜି ନୂଆପଡ଼ା, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ଅନୁଗୋଳ, ସମ୍ବଲପୁର, ଝାରସୁଗୁଡା, କନ୍ଧମାଳ, ବୌଦ୍ଧ, କେନ୍ଦୁଝର, ଦେବଗଡ଼ ଓ ବଲାଙ୍ଗୀର ଆଦି ୧୨ ଜିଲ୍ଲାର ୧୭ ଡିଭିଜନର ହିତାଧିକାରୀମାନଙ୍କୁ ସହାୟତା ବଣ୍ଟନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ ସରକାରଙ୍କ ପଦକ୍ଷେପ ଉପରେ ଆଲୋକପାତ କରିଛନ୍ତି ।

ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡାଃ ମୋନା ଶର୍ମା କାର୍ଯ୍ୟକ୍ରମ ପରିଚାଳନା କରିଛନ୍ତି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ଜଙ୍ଗଲ ପରିବେଶ ବିଭାଗର ବରିଷ୍ଠ ଅଧିକାରୀମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ହିତାଧିକାରୀ ଶାନ୍ତନୁ କୁମାର ଭୋଇ, ଝାରସୁଗୁଡ଼ାର ପୁଷ୍ପଲତା ଭଇଁଶା ଓ ନୂଆପଡ଼ାର ଇଶ୍ଵର ଶବରଙ୍କ ସହ ସହାୟତା ବିଷୟରେ ଆଲୋଚନା କରି ଏହି ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । PCCF କେନ୍ଦୁପତ୍ର ଧନ୍ୟବାଦ ଅର୍ପଣ କରିଛନ୍ତି । ଗତ ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ଏ ସହାୟତା ବିଷୟରେ ଘୋଷଣା କରିଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.